ଇଡକୋକୁ ହସ୍ତାନ୍ତର ହେବ ବରଗଡ ଚିନିକଳ ଜମି, ପ୍ରତିଷ୍ଠା କରାଯିବ ନୂତନ ଶିଳ୍ପ

ଭୁବନେଶ୍ୱର,୧୫ା୩: ବରଗଡସ୍ଥିତ ଚିନିକଳ ଜମିକୁ ଇଡକୋକୁ ହସ୍ତାନ୍ତର କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଆଗାମୀ ଦିନରେ ଇଡକୋ ଏହି ଜମିରେ ନୂତନ ଶିଳ୍ପ ପ୍ରତିଷ୍ଠା କରିବାପାଇଁ ପଦକ୍ଷେପ ନେବ।

ସୂଚନାଯୋଗ୍ୟ ଯେ ଯନ୍ତ୍ରାଂଶ ରକ୍ଷଣାବେକ୍ଷଣ ଓ ମରାମତି ତଥା ନୂତନ ମେସିନ୍‌ ପାଇଁ ପାଣ୍ଠି ଅଭାବ ଏବଂ ଅନ୍ୟାନ୍ୟ ବିଭିନ୍ନ କାରଣ ପାଇଁ ଚିନିକଳରେ କାମ ବନ୍ଦ ରହିଥିଲା । ସେଥିପାଇଁ ଏହାର ଜମିକୁ ଇଡକୋକୁ ହସ୍ତାନ୍ତର କରି ନୂତନ ଶିଳ୍ପ ପ୍ରତିଷ୍ଠା କରିବା ପାଇଁ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଥିଲେ।

ଏହି ନିଷ୍ପତ୍ତି ଅନୁଯାୟୀ ଚିନିକଳର ସମୁଦାୟ ୧୦୩.୨୧ ଏକର ଜମି ମଧ୍ୟରୁ ବିବାଦମୁକ୍ତ ୭୨.୧୨ ଏକର ଜମି ପାଇଁ ଇଡକୋ ୪୦.୬୮ କୋଟି ଟଙ୍କା ପ୍ରଦାନ କରିଛି । ବରଗଡର ଅତିରିକ୍ତ ଜିଲ୍ଲାପାଳ ତଥା ବରଗଡ କୋଅପରେଟିଭ ସୁଗାର ମିଲ୍‌ସର Liquidatorଙ୍କୁ ଏହି ଟଙ୍କା ପ୍ରଦାନ କରାଯାଇଛି । ବାକି ସବୁ ଜମି ବିବାଦମୁକ୍ତ ହେବାପରେ ଇଡକୋକୁ ହସ୍ତାନ୍ତର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

ସାଲେପୁରରୁ ଟିକେଟ ମିଳିବା ପରେ ଏମିତି ପ୍ରତିକ୍ରିୟା ଦେଲେ ଅରିନ୍ଦମ, କହିଲେ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ତାଲିକାରେ ସାଲେପୁରରୁ ଅରିନ୍ଦମ ରାୟଙ୍କୁ ଟିକେଟ ମିଳିଛି।...

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି।...

ତେଲକୋଇରୁ ଫକୀରମୋହନ, ଚମ୍ପୁଆରୁ ଲଢ଼ିବେ ମୁରଲୀ

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ଘୋଷଣା ହୋଇ ପାରୁ ନ ଥିବା ଚମ୍ପୁଆ ଏବଂ ତେଲକୋଇ ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ଶନିବାର ତା’ର...

ଏହି ୨ ବିଧାୟକଙ୍କ ଟିକେଟ୍‌ କାଟିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଜେଡି ପକ୍ଷରୁ ଶନିବାର ୩ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ଆସନରୁ ୨ ବିଧାୟକଙ୍କ ଟିକେଟ କଟିଥିବା ଦେଖାଯାଇଛି। ଖୋର୍ଦ୍ଧା...

୩ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୭ା୪: ଶନିବାର ବିଜେଡି ତା’ର ଆଉ ୩ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଭୋଗରାଇରୁ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଏବଂ ବେଗୁନିଆରୁ ପ୍ରଦୀପ...

ଚାଲାଣ ସମୟରେ ଜବତ ହୋଇଥିବା ଗୋରୁମାନଙ୍କୁ ଅଭିଯୁକ୍ତ ମାଲିକଙ୍କୁ ହସ୍ତାନ୍ତର କରାଯାଇପାରିବ ନାହିଁ: ଓଡ଼ିଶା ହାଇକୋର୍ଟ

କଟକ,୨୭।୪: ନିର୍ଦୟ ଭାବେ ଚାଲାଣ ହେବା ସମୟରେ ଜବତ ହୋଇଥିବା ଗୋରୁ ମାନଙ୍କୁ ସେମାନଙ୍କର ମାଲିକଙ୍କୁ ହସ୍ତାନ୍ତର କରାଯିବ ନାହିଁ। ଗୋରୁ ମାନଙ୍କ ପ୍ରତି କରାଯାଉଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri