ଟାଟାଠାରୁ ଜମି ଫେରାଇ ଆଣିବ ଇଡ୍‌କୋ

ଭୁବନେଶ୍ୱର,୧୯ା୫(ବ୍ୟୁରୋ): ଟାଟା ପାଓ୍ବାର କମ୍ପାନୀ କଟକ ଜିଲାର ବାରଙ୍ଗ ତହସିଲ ଅନ୍ତର୍ଗତ କୋଇଲାଭିତ୍ତିକ ଥର୍ମାଲ ପାଓ୍ବାର ପ୍ଲାଣ୍ଟରୁ ଓହରିଯାଇଛି। କମ୍ପାନୀକୁ ଲିଜ୍‌ରେ ଦିଆଯାଇଥିବା ୮୭୧.୪୨୭ ଏକର ଜମିକୁ ଇଡ୍‌କୋ ଲ୍ୟାଣ୍ଡ ବ୍ୟାଙ୍କ ଅଧୀନକୁ ଆଣିବ। ଏହି ପ୍ରସ୍ତାବକୁ ବୁଧବାର ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି। ଏଠାରେ ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ଟାଟା କମ୍ପାନୀକୁ ଥର୍ମାଲ ପାଓ୍ବାର ପ୍ଲାଣ୍ଟ କରିବା ପାଇଁ ଉକ୍ତ ଜମି ଯୋଗାଇ ଦେଇଥିଲେ। ଏହି ଜମି ନୂତନ ଶିଳ୍ପ ଓ ଭିତ୍ତିଭୂମି ପ୍ରକଳ୍ପଗୁଡିକୁ ଆକର୍ଷିତ କରିବା ପାଇଁ ବ୍ୟବହାର କରାଯିବ। ଏଥିପାଇଁ ରାଜ୍ୟ ସରକାର ଇଡ୍‌କୋକୁ ୬୨,୮୩, ୪୮, ୫୧୭ ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦେବେ।

ସିଭି ରମଣ ଗ୍ଲୋବାଲ ବିଶ୍ୱବିଦ୍ୟାଳୟ ଓଡ଼ିଶା ଆଇନ ୨୦୧୯ର ସଂଶୋଧନ ହେବ। ଏହି ପ୍ରସ୍ତାବକୁ କ୍ୟାବିନେଟ ମୋହର ମାରିଛି। ସୁନ୍ଦରଗଡ଼ ଜିଲାର କୋପସିଙ୍ଗା ଗ୍ରାମ ନିକଟରେ ନଦୀଗର୍ଭ ସୀମିତ ଜଳ ସଂରକ୍ଷଣ ଆନିକଟ ନିର୍ମାଣ ଯୋଜନାରେ ଏକ ସେତୁ ନିର୍ମାଣ ହେବ। ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି। ୩୦ ମାସ ମଧ୍ୟରେ ଏହି ପ୍ରକଳ୍ପ ନିର୍ମାଣ ଶେଷ ହେବ। ଏଥିଯୋଗୁ ଜିଲାର ଟାଙ୍ଗରାପଲ୍ଲୀ ଓ ସଦର ବ୍ଲକର ୧୪ ଗ୍ରାମର ଲୋକମାନଙ୍କ ପାନୀୟ ଜଳ ଓ ଘରୋଇ ବ୍ୟବହାର ନିମନ୍ତେ ପର୍ଯ୍ୟାପ୍ତ ଜଳ ଉପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ପ୍ରେମ, ପ୍ରତାରଣା ମାମଲା: ଆସିଷ୍ଟାଣ୍ଟ ଲେବର ଅଫିସର ଗିରଫ

ଭୁବନେଶ୍ୱର,୧୮।୨(ତ୍ରିନାଥ ମହାନ୍ତି):ପ୍ରେମ ଓ ପ୍ରତାରଣା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ବଲାଙ୍ଗୀରରେ କାର୍ଯ୍ୟରତ ଜଣେ ଆସିଷ୍ଟାଣ୍ଟ ଲେବର ଅଫିସରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ର…

ଅସୁରକ୍ଷିତ ରାଜଧାନୀ ଭୁବନେଶ୍ୱର: ୨୪ଘଣ୍ଟାରେ ୩ ଘଟଣାରେ ଆତଙ୍କିତ ସହରବାସୀ

ଅସୁରକ୍ଷିତ ହୋଇପଡ଼ିିଛି ରାଜଧାନୀ ଭୁବନେଶ୍ୱର। କଥା କଥାରେ ବୁଲୁଛି ଖଣ୍ଡା, ଭୁଜାଲି। ଦିନ ହେଉ ଅବା ରାତି ମହିଳାଙ୍କଠାରୁ ଆରମ୍ଭ କରି ପୁରୁଷ କେହି ସୁରକ୍ଷିତ ନାହାନ୍ତି।…

ପୁଣି ଅଶାନ୍ତ ବରଗଡ଼: ବୁଲିଲା ଛୁରି-ଭୁଜାଲି, ଯୁବକ ଆହତ

ବରଗଡ଼,୧୮ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଅପରାଧୀମାନେ ସକ୍ରିୟ ହୋଇ ପଡିଛନ୍ତି। ଏଠାରେ ଦିନ ଦ୍ବିପ୍ରହରରେ ଭୁଜାଲି ମାଡ, ଛୁରାମାଡ଼ ହେଉଛି। ଗତ କିଛିଦିନ ତଳେ ବରଗ ହାଟପଦାରେ…

ଶ୍ୱଶୁର ଘରେ ଜ୍ୱାଇଁଙ୍କ ହଙ୍ଗାମା: ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ, ଆଉ ତା’ ପରେ…

ବାଲେଶ୍ୱର,୧୮ା୨(ବାଞ୍ଛାନିଧି ଦେ): ସ୍ବାମୀ ପାଲଟିଗଲେ ରାକ୍ଷସ। ଶ୍ୱଶୁର ଘରେ ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଲେ ସ୍ବାମୀ। ଝିଅକୁ ବଞ୍ଚାଇବାକୁ ଯାଇ ଶ୍ୱଶୁର, ଶାଶୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri