ଆଦର୍ଶ ବିବାହ: ଭିନ୍ନକ୍ଷମ ଅଲେଖଙ୍କ ଆଖି ହେବେ ଦମୟନ୍ତୀ

କେନ୍ଦ୍ରାପଡ଼ା, ୨୨ା୮ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଚକ ରଘୁନାଥପୁର ଗ୍ରାମର ଦୃଷ୍ଟିବାଧିତ ଭିନ୍ନକ୍ଷମ ଯୁବକ ଅଲେଖ ଚନ୍ଦ୍ର ଜେନାଙ୍କ ସହିତ ସହରର ଅଯୋଦ୍ଧାନଗରସ୍ଥିତ ଆଂଶିକ ଭିନ୍ନକ୍ଷମ ଯୁବତୀ ଦମୟନ୍ତୀ ନାୟକଙ୍କ ସୋମବାର ବିବାହ ହୋଇଛି। ଜିଲା ସାମାଜିକ ସୁରକ୍ଷା ବିଭାଗ ପ୍ରୋତ୍ସାହନରେ ହୋଇଥିବା ଏହି ବିବାହ ସହରର ଗୋପସ୍ଥିତ ରାମମନ୍ଦିର ପରିସରରେ ଅନୁଷ୍ଠିତ ହୋଇଛି। ଏହି ବିବାହରେ ଖୁସି ହୋଇ ଦମୟନ୍ତୀ କହିଛନ୍ତି, ଜୀବନ ସାରା ଅଲେଖଙ୍କ ଆଖି ଭାବେ ସାଥୀ ହୋଇ ରହିବେ। ଆଗାମୀ ଚଲାପଥ ପାଇଁ ସମସ୍ତଙ୍କ ସହଯୋଗ ଲୋଡ଼ା ବୋଲି ସେ କହିଛନ୍ତି। ସେହିପରି ଅଲେଖ କହିଛନ୍ତି, ଜିଲା ପ୍ରଶାସନର ପ୍ରୋତ୍ସାହନ ଆମକୁ ଏକାଠି କରିଛି। ଏହାସହ ଆଗାମୀ ଜୀବନ ସୁଖମୟ ହେବ ବୋଲି ସେ ଆଶା କରିଛନ୍ତି। ଏ ସମ୍ପର୍କରେ ପୌରସଂସ୍ଥା ଦୃଷ୍ଟିହୀନ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସ୍ବପ୍ନାଂଶୁ କୁମାର ଦାସ କହିଛନ୍ତି, ଅଲେଖ ଏହି ବିଦ୍ୟାଳୟରେ ପାଠ ପଢ଼ୁଥିଲେ। ପରେ ଏଠାରେ ରହି ବିଦ୍ୟାଳୟ କାର୍ଯ୍ୟରେ ସହଯୋଗ କରୁଛନ୍ତି। ସେ ଜଣେ କର୍ମଠ ଯୁବକ। ଦମୟନ୍ତୀଙ୍କ ସହ ବିବାହ ପରେ ଉଭୟେ ଏକ ଫିନାଇଲ ଓ ଧୂପ ବ୍ୟବସାୟ ପାଇଁ ମନ ବଳାଇଛନ୍ତି। ଏଥିପାଇଁ ସେମାନେ ତାଲିମ ନେଇଥିବା ପ୍ରଧାନ ଶିକ୍ଷକ ଦାସ ସୂଚନା ଦେଇଛନ୍ତି। ଜିଲା ସାମାଜିକ ସୁରକ୍ଷା ଅଧିକାରୀ ପ୍ରଭାସ ଚନ୍ଦ୍ର ଦାସ କହିଛନ୍ତି, ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ବିବାହ ପାଇଁ ସହଜରେ କନ୍ୟା କିମ୍ବା ବର ମିଳନ୍ତି ନାହିଁ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରୋତ୍ସାହନ ଯୋଜନା କରିଛନ୍ତି। ଏହି ଯୋଜନାରେ ଦମ୍ପତିଙ୍କୁ ୨.୫ ଲକ୍ଷ ଟଙ୍କା ପ୍ରୋତ୍ସାହନ ରାଶି ମିଳିବ। ଅଲେଖ ଓ ଦମୟନ୍ତୀ ଏହି ପ୍ରୋତ୍ସାହନ ରାଶି ପାଇବାକୁ ହକ୍‌ଦାର ଥିବାବେଳେ ରୋଜଗାର ପାଇଁ ଏକ ପ୍ରକଳ୍ପ ଯୋଜନା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

JPSC ପରୀକ୍ଷା ହେରଫେର ମାମଲାରେ EDର ଏଣ୍ଟ୍ରି; ଆସୁ ଆସୁ ନେଲା ବଡ଼ ଆକ୍ସନ

ନୂଆଦିଲ୍ଲୀ,୧୦।୮: ଝାଡ଼ଖଣ୍ଡରେ JPSCର 14ତମ ପ୍ରିଲିମିନାରୀ ଟେଷ୍ଟ (PT) ଏବଂ ଅନ୍ୟାନ୍ୟ ସମ୍ବନ୍ଧିତ ପରୀକ୍ଷାରେ ହୋଇଥିବା ଅନିୟମିତତାର ତଦନ୍ତ ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ପଦକ୍ଷେପ ନେଇଛି।…

ଏଇ ଭାରତରେ

ଅନେକ ସମୟରେ ଜଣେ ମହିଳା ପରିବାର ପ୍ରତିପୋଷଣର ଦାୟିତ୍ୱ ବହନ କରିବା ଲାଗି ଏକ ପୁରୁଷକୈନ୍ଦ୍ରିକ ପେସାକୁ ଆଦରିନେବାକୁ ବାଧ୍ୟ ହୋଇଥାନ୍ତି, ଯାହା ଘଟିଛି ଜାନ୍‌ସୀ ବି.ଭି.ଙ୍କ…

ଝାଡ଼ଖଣ୍ଡ ବିଧାନସଭା ଘେରାଓ ପୂର୍ବରୁ ରାଞ୍ଚିରେ କଡ଼ା ହେଲା ସୁରକ୍ଷା ବ୍ୟବସ୍ଥା

ରାଞ୍ଚି,୧୦।୮: ଛାତ୍ରଙ୍କ ପ୍ରତିବାଦ ଏବଂ ବିଧାନସଭା ଘେରାଉ ଡାକରା ପରେ, ବିଧାନସଭାକୁ ଯାଉଥିବା ରାସ୍ତାରେ ସୁରକ୍ଷା ବଳୟ ସ୍ଥାପନ କରାଯାଇଛି, ଯାହା ଫଳରେ ବିକ୍ଷୋଭକାରୀମାନେ ସେହି ସ୍ଥାନରେ…

ବୈଦିକ ଶିକ୍ଷା ବ୍ୟବସ୍ଥା

ବୈଦିକ ଯୁଗର ଶିକ୍ଷା ପଦ୍ଧତି ନୈତିକ ମୂଲ୍ୟବୋଧ ଉପରେ ଆଧାରିତ ଥିଲା। ଶିକ୍ଷାର କୌଣସି ବ୍ୟବସାୟୀକରଣ ନ ଥିଲା। ବିଦ୍ୟାର୍ଥୀମାନେ ଆବାସିକ ଗୁରୁକୁଳରେ ରହି ଶିକ୍ଷା ଗ୍ରହଣ…

ଏଠି କିଛି ବି ହୋଇପାରେ

କିଛିବର୍ଷ ପୂର୍ବେ ଓଡ଼ିଶାର ଏକ ବୃହତ୍‌ ଜନଜାତି ଶିକ୍ଷାନୁଷ୍ଠାନରେ ଅଧ୍ୟାପନା କରୁଥିଲି। ସେସମୟରେ ସେଠାରେ ଆୟୋଜିତ ହୋଇଥିଲା ଏକ ବିଶେଷ କାର୍ଯ୍ୟକ୍ରମ। ସେହି ଅବସରରେ ହିନ୍ଦୀ ଚଳଚ୍ଚିତ୍ର…

କାର୍‌-ମୋଟରସାଇକେଲ ମୁହାଁମୁହିଁ, ୨ ଭାଇ ଗୁରୁତର, ପୂର୍ବତନ ବ୍ଲକ ଅଧ୍ୟକ୍ଷ ନିଜ କାର୍‌ରେ ନେଇ…

ପଟାଙ୍ଗି,୧୦ା୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଗିର୍ଲିଗୁଡ଼ା ଛକ ନିକଟରେ ମାରୁତି କାର୍‌ ସହ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ କାର୍‌ରେ…

ଆମେରିକାକୁ ଖୋଲା ଧମକ ଦେଇ କଡ଼ା ଭାଷାରେ ଇରାନ କହିଲା, ‘ଆମ ମାଟିରେ ପାଦ ରଖିଲେ, ଆମେ ତୁମର ଗୋଡ଼ କାଟି ଦେବୁ’

ତେହରାନ,୧୦।୮: ଇରାନ ଏବଂ ଆମେରିକା ମଧ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଇରାନ ସେନା ୱାଶିଂଟନକୁ ଏକ କଡ଼ା ଚେତାବନୀ ଦେଇଛି। ଇରାନ ସେନାର ସ୍ଥଳସେନାର କମାଣ୍ଡର ବ୍ରିଗେଡିୟର…

ବନ୍ଦ ହେବ ଯୁଦ୍ଧ! ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲାଯିବାକୁ ଟ୍ରମ୍ପ ଆଗ୍ରହୀ; ଆମେରିକା ପରମାଣୁ ପ୍ରସଙ୍ଗକୁ ସ୍ଥଗିତ ରଖିବାକୁ ଇଚ୍ଛୁକ

ଓ୍ବାଶିଂଟନ,୧୦।୮: ହର୍ମୁଜ ପ୍ରଣାଳୀକୁ ଜାହାଜ ଚଳାଚଳ ପାଇଁ ଖୋଲିବା ନେଇ ଇରାନ ଏବଂ ଓମାନ ମଧ୍ୟରେ ଆଲୋଚନା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ତଥାପି, ଇରାନ ସ୍ପଷ୍ଟ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri