ବିନା ବେଦୀ, ମନ୍ତ୍ର ପାଠରେ ଆଦର୍ଶ ବିବାହ

ଭଦ୍ରକ ଅଫିସ,୧୭ା୭-ଭଦ୍ରକ ସହରର ଗାନ୍ଧୀପଡ଼ିଆସ୍ଥିତ ସୀତାରାମ କଲ୍ୟାଣମଣ୍ଡପରେ ବୁଧବାର ଏକ ଆଦର୍ଶ ବିବାହ ଅନୁଷ୍ଠିିତ ହୋଇଯାଇଛି। ଏହି ବାହାଘରରେ ନା ଥିଲା ଯୌତୁକ ନେଣଦେଣ, ନା ଥିଲା ଜାତକ ମେଳାପ, ଶୁଭି ନ ଥିଲା ବ୍ରାହ୍ମଣଙ୍କ ମନ୍ତ୍ରପାଠ। କନ୍ୟା ଓ ବର ମାସ୍କ ପିନ୍ଧିଥିଲେ। କେବଳ ଫୁଲମାଳ ଦିଆନିଆ ହୋଇଥିଲା। ଏହି ବାହାଘର ଦେଖିବା ପାଇଁ କନ୍ୟା ଓ ବରଙ୍କ ସମ୍ପର୍କୀୟଙ୍କ ସହ ଭଦ୍ରକ ସହରର ବୁଦ୍ଧିଜୀବୀ, ଗଣମାଧ୍ୟମ ପ୍ରତିନିଧି, ସାମାଜିକ କର୍ମୀଙ୍କ ଭିଡ଼ ଲାଗିଥିଲା। ବର ସାଜିଥିଲେ ଭଦ୍ରକ ଉପକଣ୍ଠ ଦୋଳସାହି ସେରପୁର ଗାଁର ଗଣେଶ ଯେନା ଓ ଶାନ୍ତିଲତା ଯେନାଙ୍କ ଜ୍ୟେଷ୍ଠପୁତ୍ର ସୁଶାନ୍ତ ଏବଂ କନ୍ୟା ବେଶରେ ସଜେଇ ହୋଇଥିଲେ ଚାନ୍ଦବାଲି ବାଙ୍କିସାହି ଗ୍ରାମର ବଳରାମ ଯେନାଙ୍କ ଜ୍ୟେଷ୍ଠକନ୍ୟା ମାମିନା। କୋଭିଡ୍‌ କଟକଣା କାରଣରୁ ନିରାଡ଼ମ୍ବର ଭାବେ ବିବାହ କାର୍ଯ୍ୟ ସମାପନ ହୋଇଥିଲା। ଏନେଇ ବର ସୁଶାନ୍ତ କୁହନ୍ତି, ସେ ଜଣେ ସାମାଜିକ କର୍ମୀ। ପୂର୍ବରୁ ସେ ଯୌତୁକ ପ୍ରଥା ଓ ବାହାଘରରେ ମନ୍ତ୍ରପାଠକୁ ବିରୋଧ କରି ଆସୁଥିଲେ। ଏନେଇ ଲୋକଙ୍କୁ ସଚେତନ କରାଉଥିଲେ। ଏଣୁ ସେ ଏହା ପ୍ରଥମେ ନିଜ ବାହାଘରରେ କରି ଦେଖାଇଲେ ବୋଲି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri