ଆରପାରିରେ ଆଦର୍ଶ ଶିକ୍ଷକ ସନାତନ: ପାଟଣା ଅଞ୍ଚଳରେ ଶୋକର ଛାୟା

ପାଟଣା, ୨୬।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳୀ ଗ୍ରାମର ଆଦର୍ଶ ଶିକ୍ଷକ ତଥା ବିଶିଷ୍ଟ ସଂଗଠକ, ଶିକ୍ଷାବିତ୍‌ ତଥା ପାଟଣା କଲେଜର ଅନ୍ୟତମ ପ୍ରତିଷ୍ଠାତା ସଦସ୍ୟ ସନାତନ ମହାନ୍ତଙ୍କ ପରଲୋକ ଘଟିଛି। ଶୁକ୍ରବାର ରାତି ପ୍ରାୟ ୪ଟା ୩୦ ମିନିଟ୍‌ରେ କେନ୍ଦୁଝରର ଏକ ଘରୋଇ ହସ୍ପିଟାଲରେ ହୃଦଘାତରେ ୮୬ ବର୍ଷ ବୟସରେ ତାଙ୍କ ଦେହାନ୍ତ ହୋଇଥିବା ପରିବାର ସୂତ୍ରରୁ ଜଣାପଡ଼ିଛି।

ସନାତନ ମହାନ୍ତ ଜଣେ ଛାତ୍ରବତ୍ସଳ, ଅମାୟିକ ଓ ସମାଜସେବୀ ବ୍ୟକ୍ତି ଭାବେ ପାଟଣା ଅଞ୍ଚଳରେ ପରିଚିତ ଥିଲେ। ପାଟଣା ଅଞ୍ଚଳର ବିକାଶରେ ମଧ୍ୟ ତାଙ୍କର ଉଲ୍ଲେଖନୀୟ ଅବଦାନ ରହିଥିଲା। ସେ ପାଟଣା ମୁଖ୍ୟାଳୟସ୍ଥିତ ପୁରାତନ ଜି.ଏନ. ହାଇସ୍କୁଲରେ ଦୀର୍ଘବର୍ଷ ଧରି ବିଜ୍ଞାନ ଶିକ୍ଷକ ଭାବେ ଦାୟିତ୍ୱ ତୁଲାଇବା ପରେ ସରକାରୀ ଚାକିରିରୁ ଅବସର ନେଇଥିଲେ। ଅବସର ପରେ ମଧ୍ୟ ସେ ବିଭିନ୍ନ ଜନହିତକର କାର୍ଯ୍ୟରେ ନିଜକୁ ନିୟୋଜିତ ରଖିଥିଲେ।

ତାଙ୍କ ବିୟୋଗ ଖବର ପ୍ରଚାରିତ ହେବା ପରେ ପାଟଣା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ତାଙ୍କ ଡିଆନାଳୀସ୍ଥିତ ବାସଭବନରେ ଶନିବାର ବହୁ ପୁରାତନ ଛାତ୍ର, ବିଶିଷ୍ଟ ବ୍ୟକ୍ତି ଓ ଶୁଭେଚ୍ଛୁ ଶେଷ ଦର୍ଶନ କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି। ମୃତ୍ୟୁଶଯ୍ୟା ନିକଟରେ ତାଙ୍କ ପୁଅ ଜଗଦୀଶ, ମୃତ୍ୟୁଞ୍ଜୟ ଓ ଖିତିଶ, ଝିଅ କସ୍ତୁରୀ ଉପସ୍ଥିତ ଥିଲେ। ପରିବାର ସୂତ୍ରରୁ ପ୍ରକାଶ, ବୈତରଣୀ ନଦୀର ମଙ୍ଗଳପୁର ଶ୍ମଶାନରେ ସନାତନ ମହାନ୍ତଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ।

ଏହି ଅବସରରେ ପାଟଣା ବ୍ଲକ୍‌ର ପୂର୍ବତନ ଅଧ୍ୟକ୍ଷ ଇଂ. ବିଦ୍ୟାଧର ଦାଶ, ବିଜେପିର ପୂର୍ବତନ ଜିଲା ସଭାପତି ରାଧାକାନ୍ତ ମହାନ୍ତ, ପାଟଣା ବଣିକ ସଂଘ ସଭାପତି ବୁଲୁ ଭଞ୍ଜ, ସାମାଜିକ କର୍ମୀ ବିଦ୍ୟାଧର ମହାନ୍ତ, କଂଗ୍ରେସ ନେତା ଲକ୍ଷ୍ମଣ କୁମାର ଦାଶ, ଦିଲ୍ଲୀପ ଦାଶ, ଜ୍ଞାନେନ୍ଦ୍ର ମିଶ୍ର, ଶିଳ୍ପପତି ଅରବିନ୍ଦ ଦାଶ, ସାମାଜିକ କର୍ମୀ ଅରୁଣ କୁମାର ମିଶ୍ର, ରଘୁନାଥ ଦାଶ, ଯତୀନ୍ଦ୍ର କୁମାର ଦାଶ ଓ ସଞ୍ଜିତ ଚକ୍ର ପ୍ରମୁଖ ଶେଷ ଦର୍ଶନ କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କ୍‌ ଷ୍ଟ୍ରାଇକ୍‌ ପୂର୍ବରୁ SBI କଲା ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍‌ ଚାର୍ଜ…

ନୂଆଦିଲ୍ଲୀ,୨୬।୯: ଯଦି ଆପଣ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI)ର ଗ୍ରାହକ ଏବଂ ଆଗାମୀ ଦିନରେ ବ୍ୟାଙ୍କ ଧର୍ମଘଟ ଯୋଗୁଁ ଟଙ୍କାର ଅଭାବ ହେବା ଚିନ୍ତାରେ ବ୍ୟସ୍ତ…

କେଲୁଅ ନଦୀକୁ ଡେଇଁଲେ ଅଜୟ: ପଛରେ ଅଛି ଏମିତି କାରଣ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ଦେଓଦା ପଞ୍ଚାୟତର ଚଇନିହୁଡ଼ା ଗ୍ରାମର ଜଣେ ଯୁବକ କାଏମା କେଲୁଅ ନଦୀ ବ୍ରିଜ୍‌ରୁ ଡେଇଁ ନିଖୋଜ…

ପ୍ରଥମ ଦିନିକିଆ ପାଇଁ ଟିମ ଇଣ୍ଡିଆର ମାଷ୍ଟରପ୍ଲାନ ହେଲା ଲିକ୍‌’! ବଡ଼ କଥା କହିଲେ ଭାରତୀୟ କୋଚ

ନୂଆଦିଲ୍ଲୀ,୨୬।୯: ୨୦୨୭ ଦିନିକିଆ ବିଶ୍ୱକପକୁ ନଜରରେ ରଖି ଭାରତୀୟ କ୍ରିକେଟ ଦଳ ପାଇଁ ଆଗାମୀ ପ୍ରତ୍ୟେକ ସିରିଜ ଗୁରୁତ୍ୱପୂର୍ଣ୍ଣ ହେବ। ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ୩…

୨୭ରେ ‘କଣ୍ଟା ଗାଦିଆ’ ବସା, ୧ରେ ନୂତନ କାଳିସୀଙ୍କ ଅଗ୍ନିପରୀକ୍ଷା: ବାଲିଯାତ୍ରା ଏବେ ଉତ୍ସବମୁଖର

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରର ପ୍ରସିଦ୍ଧ ଆଧ୍ୟାତ୍ମିକ ପୀଠ ଶ୍ରୀ ଶ୍ରୀ ଇଷ୍ଟଦେବୀ ମା’ ମାଣିକେଶ୍ୱରୀ ଓ ବାବା ଭୈରବ ଦେବଙ୍କ ପବିତ୍ର…

ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଓମ ବିର୍ଲଙ୍କ ବାସଭବନ ସାମ୍ନାରେ ନତମସ୍ତକ ହେଲେ ମେୟର, ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୬।୯: ରାଜସ୍ଥାନର କୋଟା ନଗର ନିଗମର ନୂଆ ମେୟର ଭାବେ ଭାଜପାର ଅନୁସୂୟା ଗୋସ୍ବାମୀ ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଏକ ଭିଡିଓ ସୋସିଆଲ ମିଡିଆରେ…

ରିପୋର୍ଟରେ ବଡ଼ ଖୁଲାସା: ଦଳ ବଦଳାଇଛନ୍ତି ୧୧୧ ଏମ୍‌ପି, ବିଧାୟକ

ନୂଆଦିଲ୍ଲୀ,୨୬ା୯: ୨୦୨୨ରୁ ୨୦୨୬ ମଧ୍ୟରେ ପାର୍ଲାମେଣ୍ଟ କିମ୍ବା ରାଜ୍ୟ ବିଧାନସଭା ନିର୍ବାଚନ ଜିତିବା ପରେ ୧୧୧ ଏମ୍‌ପି ଏବଂ ବିଧାୟକ ଦଳ ବଦାଇଛନ୍ତି। ସର୍ବାଧିକ ଦଳବଦଳ ନାଗାଲାଣ୍ଡ…

କାଜୁ ବୁଦାରେ ଝୁଲୁଛି ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତଦେହ: ଖେଳିଗଲା ଚାଞ୍ଚଲ୍ୟ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ରାଉତରାପୁର ପଞ୍ଚାୟତର ନୂଆସାହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାକୁ ନେଇ…

ରୁଷିକୁଲ୍ୟାରୁ କମୁଛି ଜଳସ୍ତର: ଟଳିଲା ବନ୍ୟା ଆଶଙ୍କା

ପୁରୁଷୋତ୍ତମପୁର, ୨୬।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ଗତ ଚାରିଦିନ ଧରି ଲଗାଣ ବର୍ଷା ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?