ସପ୍ତ ଶକ୍ତି କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧିତ ହେଲେ ଆଦର୍ଶ ମହିଳା

ପାଟଣା,୨୭।୧୦( ବୀର କିଶୋର ଦାଶ): ବିଦ୍ୟା ଭାରତୀ ଶିକ୍ଷା ବିକାଶ ସମିତି ଓଡ଼ିଶା ତରଫରୁ ସୋମବାର ଅପରାହ୍ନରେ ସରସ୍ବତୀ ଶିଶୁବିଦ୍ୟାମନ୍ଦିର ସ୍ବୀମ ପାଟଣାରେ ସପ୍ତ ଶକ୍ତି ସଂଗମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ରାଷ୍ଟ୍ରୀୟ ସୟଂ ସେବକ ସଂଘ ସଦସ୍ୟା ବବିତା ରାମ, ମୁଖ୍ୟ ବକ୍ତା ଭାବେ ଧରଣୀଧର ବିଶ୍ୱବିଦ୍ୟାଳୟ ଓଡ଼ିଆ ଅଧ୍ୟାପିକା ଶୁଭସ୍ମିତା ଦାଶ, ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟା କୁନି ବାରିକ , ମାମିନା ବେହେରା, ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଗଣେଶ୍ୱର କର, ପରିଚାଳନା ସମିତି ସଭାପତି ବ୍ରଜେନ୍ଦ୍ର କୁମାର ପତି ସମ୍ପାଦକ ଦୟାନିଧି ମହାନ୍ତ ପ୍ରମୁଖ ଯୋଗ ଦେଇ ରାଷ୍ଟ୍ରର ବିକାଶରେ ମହିଳାମାନଙ୍କ ଭୂମିକା ଓ ମହିଳା ସଶକ୍ତି କରଣ ଉପରେ ବ୍ଲକର ବିଭିନ୍ନ ପ୍ରାନ୍ତ ଓ ବିଭିନ୍ନ ବର୍ଗରରୁ ଯୋଗ ଦେଇଥିବା ୨୬୮ ଜଣ ମହିଳାଙ୍କୁ ଉଦ୍‌ବୋଧନ ଦେଇଥିଲେ। ସଭା ଆରମ୍ଭରେ ବରିଷ୍ଠା ଆଚାର୍ଯ୍ୟା ଶୋଭାଶ୍ରୀ ଷଡଙ୍ଗୀ ଅତିଥି ପରିଚୟ ସହ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ। ଏହି ଅବସରରେ ଆଦର୍ଶ ମହିଳା ମଲ୍ଲୀ ମହାନ୍ତ, ଧରିତ୍ରୀ ମିଶ୍ର, ସନ୍ଧ୍ୟାରାଣୀ ମହାନ୍ତ, ରମ୍ଭାବତୀ ବେହେରାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।ମାତୃଭାରତୀର ରଞ୍ଜିତା ମହାନ୍ତ ଧନ୍ୟବାଦ ଦେଇଥିଲେ। ପରିଶେଷରେ ମହିଳାମାନଙ୍କ ଦ୍ୱାରା ଝୁମର ନୃତ୍ୟ ପରିବେଷଣ ହୋଇଥିଲା। ବିଦ୍ୟାଳୟର ସମସ୍ତ ଆଚାର୍ଯ୍ୟା ଓ ଆଚାର୍ଯ୍ୟମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri