ସପ୍ତ ଶକ୍ତି କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧିତ ହେଲେ ଆଦର୍ଶ ମହିଳା

ପାଟଣା,୨୭।୧୦( ବୀର କିଶୋର ଦାଶ): ବିଦ୍ୟା ଭାରତୀ ଶିକ୍ଷା ବିକାଶ ସମିତି ଓଡ଼ିଶା ତରଫରୁ ସୋମବାର ଅପରାହ୍ନରେ ସରସ୍ବତୀ ଶିଶୁବିଦ୍ୟାମନ୍ଦିର ସ୍ବୀମ ପାଟଣାରେ ସପ୍ତ ଶକ୍ତି ସଂଗମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ରାଷ୍ଟ୍ରୀୟ ସୟଂ ସେବକ ସଂଘ ସଦସ୍ୟା ବବିତା ରାମ, ମୁଖ୍ୟ ବକ୍ତା ଭାବେ ଧରଣୀଧର ବିଶ୍ୱବିଦ୍ୟାଳୟ ଓଡ଼ିଆ ଅଧ୍ୟାପିକା ଶୁଭସ୍ମିତା ଦାଶ, ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟା କୁନି ବାରିକ , ମାମିନା ବେହେରା, ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଗଣେଶ୍ୱର କର, ପରିଚାଳନା ସମିତି ସଭାପତି ବ୍ରଜେନ୍ଦ୍ର କୁମାର ପତି ସମ୍ପାଦକ ଦୟାନିଧି ମହାନ୍ତ ପ୍ରମୁଖ ଯୋଗ ଦେଇ ରାଷ୍ଟ୍ରର ବିକାଶରେ ମହିଳାମାନଙ୍କ ଭୂମିକା ଓ ମହିଳା ସଶକ୍ତି କରଣ ଉପରେ ବ୍ଲକର ବିଭିନ୍ନ ପ୍ରାନ୍ତ ଓ ବିଭିନ୍ନ ବର୍ଗରରୁ ଯୋଗ ଦେଇଥିବା ୨୬୮ ଜଣ ମହିଳାଙ୍କୁ ଉଦ୍‌ବୋଧନ ଦେଇଥିଲେ। ସଭା ଆରମ୍ଭରେ ବରିଷ୍ଠା ଆଚାର୍ଯ୍ୟା ଶୋଭାଶ୍ରୀ ଷଡଙ୍ଗୀ ଅତିଥି ପରିଚୟ ସହ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ। ଏହି ଅବସରରେ ଆଦର୍ଶ ମହିଳା ମଲ୍ଲୀ ମହାନ୍ତ, ଧରିତ୍ରୀ ମିଶ୍ର, ସନ୍ଧ୍ୟାରାଣୀ ମହାନ୍ତ, ରମ୍ଭାବତୀ ବେହେରାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।ମାତୃଭାରତୀର ରଞ୍ଜିତା ମହାନ୍ତ ଧନ୍ୟବାଦ ଦେଇଥିଲେ। ପରିଶେଷରେ ମହିଳାମାନଙ୍କ ଦ୍ୱାରା ଝୁମର ନୃତ୍ୟ ପରିବେଷଣ ହୋଇଥିଲା। ବିଦ୍ୟାଳୟର ସମସ୍ତ ଆଚାର୍ଯ୍ୟା ଓ ଆଚାର୍ଯ୍ୟମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

ଅଚାନକ ଚଢାଉ କଲା ଅବକାରୀ ବିଭାଗ: ଜବତ ହେଲା ଏତେ ପରିମାଣର ମହୁଲି ଫୁଲ ସହ…

ମୋହନା,୧୦।୮( ମନ୍ମଥ ମିଶ୍ର ): ଗଜପତି ଜିଲାରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ାଉ। ଅଡବା ଥାନା ଅନ୍ତର୍ଗତ କଟାମା ଗାଁରୁ ୯୦୦ କିଲୋଗ୍ରାମ ମହୁଲି ଫୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri