Posted inଜାତୀୟ

ହେଲିକପ୍ଟର ଦୁର୍ଘଟଣା: ଚିହ୍ନଟ ହେଲେ ଅନ୍ୟ ୪ ମୃତ ଯବାନ, ଦିଆଯିବ ଶେଷ ବିଦାୟ

ନୂଆଦିଲ୍ଲୀ,୧୧ ।୧୨: ଡିସେମ୍ବର ୮ରେ ତାମିଲନାଡୁର କୁନ୍ନୁରରେ ହୋଇଥିବା ସେନା ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ଅନ୍ୟ ୪ ଯବାନଙ୍କ ମୃତଦେହ ଚିହ୍ନଟ କରାଯାଇଛି । ଭାରତୀୟ ବାୟୁସେନାର ସୂଚନା ଅନୁଯାୟୀ, ୱିଙ୍ଗ କମାଣ୍ଡର ପିଏସ୍ ଚୌହାନ, ହାବିଲଦାର ପ୍ରଦୀପ ଏ, ଲାଂସ ନାୟକ ବି ସାଇ ତେଜା ଓ ଲାଂସ ନାୟକ ବିବେକ କୁମାରଙ୍କ ମୃତଦେହକୁ ଚିହ୍ନଟ କରାଯାଇଛି । ଶନିବାର ଏମାନଙ୍କ ପାର୍ଥିବ ଶରୀରକୁ ପରିବାରବର୍ଗଙ୍କୁ ଦିଆଯିବ ବୋଲି ସୂଚନା ମିଳିଛି । ବାୟୁସେନାର ସୂଚନା ଅନୁଯାୟୀ, ଚିହ୍ନଟ ହୋଇଥିବା ଯବାନଙ୍କ ମୃତ ଶରୀରକୁ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସଂସ୍କାର କରାଯିବ । ଏହା ପୂର୍ବରୁ ଦିଲ୍ଲୀ କ୍ୟାଂଟର ବେସ ହସ୍ପିଟାଲରେ ପାର୍ଥିବ ଶରୀରକୁ ଶ୍ରଦ୍ଧାଞ୍ଜଳୀ ଦିଆଯିବ । ଏହାପରେ ମୃତ ଶରୀରକୁ ପରିବାର ଲୋକଙ୍କୁ ଦିଆଯିବ । ସେନା ପକ୍ଷରୁ କୁହାଯାଇଛି କି ବାକି ରହିଥିବା ମୃତ ଶରୀର ଗୁଡିକୁ ଚିହ୍ନଟ କରାଯିବା ପ୍ରକ୍ରିୟା ଜାରି ରହିଛି । ସୂଚନାଯୋଗ୍ୟ, ଏହି ହେଲିକପ୍ଟର ଦୁର୍ଘଟଣାରେ ଦେଶର ପ୍ରଥମ ସିଡିଏସ୍ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ମୃତ୍ୟୁ ହୋଇଥିବା ବେଳେ ସେମାନଙ୍କ ଅନ୍ତିମ ସଂସ୍କର ଶୁକ୍ରବାର କରାଯାଇଛି । ଏହାସହ ବ୍ରିଗେଡିୟର ଲିଡ୍ଡରଙ୍କର ମଧ୍ୟ ଶେଷକୃତ୍ୟ ସମ୍ପନ୍ନ କରାଯାଇ ସାରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri