ସାହୁ ସମାଜର ମୁହୁନି ବଂଶର ଚିହ୍ନଟ ପ୍ରକ୍ରିୟା କାର୍ଯ୍ୟକ୍ରମ

କେସିଙ୍ଗା,୨୫।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସିସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ତୈଲିକ ହଳଦିଆ ସାହୁ ସମାଜର ମୁହୁନି ବଂଶର ଏକତା ପାଇଁ ଏକ ସାଧାରଣ ବୈଠକ ଓ ମୁହୁନି ବଂଶର ଚିହ୍ନଟ ପ୍ରକ୍ରିୟା କାର୍ଯ୍ୟକ୍ରମ ସଭାପତି ମନୋହର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା। ଏଥିରେ ତୈଲିକ ହଳଦିଆ ସାହୁ ସମାଜର ଜିଲାର ବିଭିନ୍ନ ଗ୍ରାମରୁ କେବଳ ମୁହୁନି ବଂଶ ଲୋକେ ଅଂଶଗ୍ରହଣ କରିଥିଲେ। ଜିଲାରେ ମୁହୁନି ବଂଶ ଚିହ୍ନଟ ପ୍ରକ୍ରିୟା ଆରମ୍ଭ କରାଯାଇ ଜନଗଣନା କରି ଲିପିବଦ୍ଧ କରିବାକୁ ନିଷ୍ପତ୍ତି ନିଆଯାଇଥିଲା।
ଆଗାମୀ ଦିନରେ ମୁହୁନି ବଂଶର ସମସ୍ତ ସଦସ୍ୟଙ୍କୁ ଏକତ୍ରିତ କରି କାର୍ଯ୍ୟକାରୀ କମିଟି ଗଠନ କରିବାକୁ ନିଷ୍ପତ୍ତି ନିଆଯାଇ ଥିଲା। ଏହି ବଂଶର ସଂଗଠନକୁ ମଜଭୁତ କରିବାକୁ ନିଜସ୍ବ ପାଣ୍ଠି ସଂଗ୍ରହ କରିବା ସହିତ ଆଗାମୀ ଦିନରେ ଏହି ବଂଶର ସମସ୍ତ ପରିବାରକୁ ନେଇ ବିଭିନ୍ନ ଉନ୍ନୟନ କାର୍ଯ୍ୟକ୍ରମ କରିବା ସହ ଗରିବ ଶ୍ରେଣୀର ପୁଅ ଝିଅଙ୍କୁ ବିବାହ କାର୍ଯ୍ୟକ୍ରମରେ ସହଯୋଗ କରିବା ସାମିଲ ଥିଲା। ବର୍ଷକ ମଧ୍ୟରେ ନୂଆଖାଇ ଭେଟଘାଟ,ବଣଭୋଜି, କରିବା ସହିତ ଆଗାମୀ ଜୁଲାଇ କିମ୍ବା ଅଗଷ୍ଟ ମାସରେ ପ୍ରତ୍ୟେକ ଗ୍ରାମର ମୁହୁନି ବଂଶର ସଦସ୍ୟଙ୍କୁ ନେଇ ଏକ ବଡ଼ ଧରଣର ବୈଠକ କରିବାକୁ ନେଇ ନିଷ୍ପତ୍ତି ହୋଇଥିଲା। ପ୍ରତ୍ୟେକ ଗ୍ରାମରୁ ଏହି ବଂଶ ସଦସ୍ୟଙ୍କୁ ନେଇ ଦାୟିତ୍ୱ ପ୍ରଦାନ କରିବା ସହିତ ନାମ ଗ୍ରାମ ମୋବାଇଲ ନମ୍ବର ସଂଗ୍ରହ କରିବା ପାଇଁ ଆଲୋଚନା କରାଯାଇଥିଲା। ଏହି କାର୍ଯ୍ୟକ୍ରମ ଶିବ ସାହୁ୍‌ଙ୍କ ଆହ୍ବାନ କ୍ରମେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ାରେ ବଲାଙ୍ଗୀର ପୋଲିସର ଚଢ଼ାଉ: ବିପୁଳ ସୁନା-ରୂପା ଅଳଙ୍କାର ଜବତ, ୨ ସନ୍ଦିଗ୍ଧ…

କଲ୍ୟାଣସିଂହପୁର, ୨୬।୮ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ବଲାଙ୍ଗୀର ଜିଲା ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଚୋରି ସୁନା ଓ ରୂପା ଅଳଙ୍କାର ଜବତ…

ପିଉସାଙ୍କୁ ହତ୍ୟା କରି ପୋଡ଼ି ଦେବା ଘଟଣା: ୨ ମହିଳା ଗିରଫ, ମୋଟ ଗିରଫ ସଂଖ୍ୟା…

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ସିକନବାଡ଼ି ଗ୍ରାମରେ ଜମି ବିବାଦ ଓ ଗୁଣିଗାରେଡ଼ି ସନ୍ଦେହକୁ ନେଇ ମିଶ୍ର ପ୍ରଧାନଙ୍କୁ ନିର୍ମମ…

ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ-ପ୍ରତିଆକ୍ରମଣ: ୨ ଗିରଫ, ନୋଟିସ ଦେଇ ଛାଡ଼ିଲା…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପୋଡ଼ାଖାଲ ଗ୍ରାମ ନିକଟରେ ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ ଓ ପ୍ରତିଆକ୍ରମଣ…

ମା’ ଚାମୁଣ୍ଡେଶ୍ୱରୀ ମନ୍ଦିରର ହେବ ସାମଗ୍ରିକ ବିକାଶ: ପରିଚାଳନା କମିଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଗୃହୀତ

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କେରାଣ୍ଡିମାଳ ପର୍ବତମାଳାସ୍ଥିତ ଚାଙ୍ଗୁଡ଼ିଦେଇ ପର୍ବତ ଶିଖରରେ ବିରାଜମାନ ମା’ ଚାମୁଣ୍ଡେଶ୍ୱରୀ ମନ୍ଦିର ଉନ୍ନୟନ…

ଫାଷ୍ଟଫୁଡ୍ ଦୋକାନ ଆଢୁଆଳରେ ଚାଲିଥିଲା ବେଆଇନ ମଦ କାରବାର: ଅବକାରୀ ଟିମ୍‌ର ଅତର୍କିତ ଚଢ଼ାଉ, ଧରାପଡ଼ିଲେ…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଢେପାପେଣ୍ଠ ଗ୍ରାମରେ ଏକ ଫାଷ୍ଟଫୁଡ୍ ଦୋକାନରୁ ବେଆଇନ ବିଦେଶୀ ମଦ ଜବତ ହୋଇଛି। ବ୍ରହ୍ମପୁର…

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଡେରା ପକାଇଥିଲେ ବଣୁଆ ହାତୀ, ଗାଧୋଇବାକୁ ଯିବା ବେଳେ ହାବୁଡ଼ରେ ପଡ଼ିଗଲେ ଯୁବକ; ଶୁଣ୍ଢରେ କଚାଡ଼ି…

ପାଟଣା/ଢେଙ୍କିକୋଟ,୨୬।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଧୋବାପିଟଣା ଗ୍ରାମର ଜଣେ ୪୨ ବର୍ଷିୟ ଯୁବକଙ୍କୁ ବୁଧବାର ଅପରାହ୍ନରେ ଏକ ମାଇ ହାତୀ ଶୁଣ୍ଢରେ କଚାଡ଼ି…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri