କଂସାରୀପଡ଼ା ମରଣାନ୍ତକ ଆକ୍ରମଣ ଘଟଣା: ସିସିଟିଭିରୁ ଚିହ୍ନଟ ହେଲେ ୪ ଅଭିଯୁକ୍ତ

ବଲାଙ୍ଗୀର ଅଫିସ,୧୦ା୧୦: ଚଳିତମାସ ୩ ତାରିଖରେ ବଲାଙ୍ଗୀର ସହର କଂସାରୀପଡ଼ା ମଦନଗୁଡ଼ିଆ ଛକସ୍ଥିତ ମଦ ଦୋକାନ ସାମ୍ନାରେ ହୋଇଥିବା ମରଣାନ୍ତକ ଆକ୍ରମଣ ଘଟଣାରେ ଟାଉନ ଥାନା ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏ ନେଇ ଶନିବାର ସ୍ଥାନୀୟ ଟାଉନ ଥାନା ପରିସରରେ ଏସ୍‌ଡିପିଓ ସୁମନ୍ତ ବାରିକ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।
ଟାଉନ ଥାନାରେ ଇନ୍ଦିରାନଗରର ଧନୟ ପାଣ୍ଡେଙ୍କ ଅଭିଯୋଗ ଆଧାରରେ କେସ୍‌ ନଂ ୪୧୦/୨୦ରେ ପୋଲିସ ଏକ ମାମଲା ରୁଜୁ କରଥିଲା। ସପ୍ତାହେ ବ୍ୟାପୀ ପୋଲିସର ତନାଘନା ପରେ ଟାଉନ ଥାନା ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି ା ତଦନ୍ତକାରୀ ଅଧିକାରୀ ଏସ୍‌ଆଇ ପୂର୍ଣ୍ଣିମା ଓରାମଙ୍କ ନେତୃତ୍ୱରେ ସହରର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା। ଗିରଫ ଅଭିଯୁକ୍ତମାନେ ହେଲେ ଜିତେନ୍ଦ୍ର ଓରଫ ଜିତେନ କୁମ୍ଭାର(୨୪), ନିରଜ ହରପାଲ(୧୯),ନିରାକାର ବାଗ୍‌(୨୧), ସୁରଜ ହରପାଲ(୨୨)।ଏମାନେ ସମସ୍ତେ ବଲାଙ୍ଗୀର ସହରର ମାଲଗୋଦାମପଡ଼ାରେ ରହୁଥିବା ପୋଲିସ ସୂଚନା ଦେଇଛି ା
ତେବେ ପୋଲିସ ଘଟଣା ସମ୍ପର୍କରେ ଆହୁରି ସୂଚନା ଦେଇ କହିଛି ଯେ, ଗତ ଅକ୍ଟୋବର ୨ ତାରିଖ ସନ୍ଧ୍ୟାରେ ଉଭୟ ଗୋଷ୍ଠୀ ମଧ୍ୟରେ କଥା କଟାକଟି ହୋଇଥିଲା ା ଗୋଟିଏ ଗୋଷ୍ଠୀରେ ଏହି ୪ ଜଣଙ୍କ ସମେତ ଅନ୍ୟମାନେ ଥିଲେ। ଆଉ ଗୋଟେ ଗୋଷ୍ଠୀରେ ଟୁନା ଓରଫ ତୁଷାରକାନ୍ତ ପାଢ଼ୀ, ଗରିବ ପାଣ୍ଡେ ପ୍ରମୁଖ ଥିଲେ ା ସେହିଦିନ ସେଭଳି କୌଣସି ଅଘଟଣ ଘଟି ନ ଥିବା ବେଳେ ଅକ୍ଟୋବର ୩ ତାରିଖ ଅପରାହ୍ନରେ ମଦନଗୁଡିଆ ଛକଠାରେ ପରିସ୍ଥିତି ଭୟଙ୍କର ରୂପ ନେଇଥିଲା। ତୁଷାରକାନ୍ତ ପାଢ଼ୀ, ଗରିବ ପାଣ୍ଡେଙ୍କୁ ଉକ୍ତ ୪ ଜଣ ଅଭିଯୁକ୍ତ ସମେତ ତାଙ୍କ ଗୋଷ୍ଠୀର ଅନ୍ୟ ଯୁବକମାନେ ମାଡ଼ ମାରିଥିଲେ। ଆକ୍ରମଣ କରିବା ପରେ ଅଭିଯୁକ୍ତମାନେ ଫେରାର ହୋଇଯାଇଥିଲେ। ହେଲେ ଘଟଣାସ୍ଥଳରେ ଲାଗିଥିବା ସିସିଟିଭିରେ ସମସ୍ତ ଘଟଣା କଏଦ ହୋଇଥିଲା। ପୋଲିସ ତଦନ୍ତ ସମୟରେ ଦୁଇଟି ବାଇକ୍‌ ଜବତ କରିଛି। ଏହି ଖବରଦାତା ସମ୍ମିଳନୀରେ ଟାଉନ ଥାନା ଅଧିକାରୀ ସଂଗ୍ରାମ କେଶରୀ ପଟ୍ଟନାୟକ ଓ ଟାଉନ ଥାନାର ଅନ୍ୟ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri