‘ଜୁଆର ପଶି ଆସିଥିବା ସ୍ଥାନ ଚିହ୍ନଟ କର’

ଭୁବନେଶ୍ୱର,୧୨ା୮(ବ୍ୟୁରୋ): ଲୁଣାଘେରି ବନ୍ଧ ଏବଂ ବନ୍ୟା ସୁରକ୍ଷା ଘେରିବନ୍ଧଗୁଡ଼ିକର ଦୃଢ଼ୀକରଣ ନିମନ୍ତେ ରାଜ୍ୟ ସରକାର ପ୍ରଚେଷ୍ଟା ଆରମ୍ଭ କରିଛନ୍ତି। ଏଥିପାଇଁ ଏକ ଉପଯୋଗୀ ପ୍ରକଳ୍ପ ପ୍ରସ୍ତୁତ କରିବାକୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଜଳ ସମ୍ପଦ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ଲୋକସେବା ଭବନରୁ ବୁଧବାର ଡିଜିଟାଲ ମୋଡ୍‌ରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲ। ଜଳ ସମ୍ପଦ ବିଭାଗ ପ୍ରମୁଖ ଶାସନ ସଚିବ ଅନୁ ଗର୍ଗ ସମ୍ଭାବ୍ୟ ଉଚ୍ଚ ସାମୁଦ୍ରିକ ଜୁଆର, ଉପକୂଳ କ୍ଷୟ, ଚାଷକ୍ଷେତ, ଜନବସତିକୁ ଲୁଣା ଜୁଆର ପ୍ରବେଶ ଓ ସମ୍ଭାବ୍ୟ ଲୁଣା ଜୁଆର ସହ ତାହାର ମୁକାବିଲା ପାଇଁ ରାଜ୍ୟରେ ଥିବା ଭିତ୍ତିଭୂମି ସମ୍ବନ୍ଧିତ ତଥ୍ୟ ଉପସ୍ଥାପନ କରିଛନ୍ତି। ସାମ୍ପ୍ରତିକ ସ୍ଥିତିର ଅନୁଧ୍ୟାନ କରି ଉଚ୍ଚ ସମୁଦ୍ର ଜୁଆର ପଶିଆସିବା ସମ୍ଭାବନା ଥିବା ସମ୍ବେଦନଶୀଳ ସ୍ଥାନଗୁଡ଼ିକୁ ଚିହ୍ନଟ କରି ଏହାର ମୁକାବିଲା ନିମନ୍ତେ ଲୁଣାଘେରି ପ୍ରକଳ୍ପ ପ୍ରସ୍ତୁତ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।
ସମୁଦ୍ର ଉପକୂଳର ମୃତ୍ତିକା ସଂରକ୍ଷଣ ଏବଂ ଭୂତାତ୍ତ୍ୱିକ ଅନୁଶୀଳନ ପୂର୍ବକ କେଉଁ ସ୍ଥାନରେ ବୈଷୟିକ କୌଶଳ ପ୍ରୟୋଗ ଫଳପ୍ରଦ ହେବ ତାହା ନିର୍ଣ୍ଣୟ କରିବାକୁ ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ କୁମାର ଜେନା କହିଛନ୍ତି। ଯେଉଁ ବିପଦସଙ୍କୁଳ ସ୍ଥାନଗୁଡିକରୁ ଜନବସତି ସ୍ଥାନାନ୍ତର ବ୍ୟତୀତ ଅନ୍ୟ ଉପାୟ ନାହିଁ ତାହା ଚିହ୍ନଟ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଅନୁ ଗର୍ଗ କହିଛନ୍ତି, ବିଶ୍ୱରେ ଓଡ଼ିଶା ୬ଷ୍ଠ ସାମୁଦ୍ରିକ ବାତ୍ୟାପ୍ରବଣ ରାଜ୍ୟ। ମୁଖ୍ୟତଃ ଗଞ୍ଜାମ, ପୁରୀ ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ୱର ଆଦି ଜିଲାରେ ବିଗତବର୍ଷଗୁଡ଼ିକରେ ପ୍ରାୟ ୧,୬୩୬ କି.ମି. ଲୁଣା ଘେରି ଏବଂ ୫,୮୬୪ କି.ମି. ବନ୍ୟା ସୁରକ୍ଷା ଘେରି ବନ୍ଧ ନିର୍ମାଣ କରାଯାଇଛି। ୧୦ ବର୍ଷ ମଧ୍ୟରେ ୭ଟି ପ୍ରବଳରୁ ଅତିପ୍ରବଳ ସାମୁଦ୍ରିକ ବାତ୍ୟା ଓଡ଼ିଶା ଉପକୂଳ ଦେଇ ଗତି କରିଛି। ଏହିସବୁ ବାତ୍ୟା ସମୟରେ ପ୍ରାୟ ୩.୫ ମିଟରରୁ ୪.୫ ମିଟର ଉଚ୍ଚର ସାମୁଦ୍ରିକ ଜୁଆର ଆସିଛି। ବହୁ ଅଞ୍ଚଳରେ ଲୁଣାପାଣି ମାଡ଼ିଯାଇଛି। ବାତ୍ୟାର ତୀବ୍ରତା ଏବଂ ସଂଖ୍ୟାଧିକତା ଦୃଷ୍ଟିରୁ ଭବିଷ୍ୟତ ପାଇଁ ଲୁଣା ଏବଂ ବନ୍ୟା ସୁରକ୍ଷା ଘେରିଗୁଡ଼ିକର ଉଚ୍ଚତା ବଢ଼ାଇ ଦୃଢ଼ୀକରଣ କରିବାର ଆବଶ୍ୟକତା ରହିଛି। ସମୁଦ୍ର କୂଳରେ ବାସ କରୁଥିବା ଜନସାଧାରଣଙ୍କ ସହ ସିଧାସଳଖ ଭାବେ ଆଲୋଚନା କରି ଲୁଣାବନ୍ଧ ଦୃଢ଼ୀକରଣର ଆବଶ୍ୟକତା ବିଷୟରେ ସେମାନଙ୍କୁ ଅବଗତ କରାଇବା ନିମନ୍ତେ ମୁଖ୍ୟ ଶାସନ ସଚିବ ଜଳ ସମ୍ପଦ ବିଭାଗ ଯନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri