ଭୁବନେଶ୍ୱର,୭।୪(ବ୍ୟୁରୋ): ଯାଁଳା ଫାଣ୍ଡିରେ ଥିବା ଏକ ଗାଡ଼ିରୁ ମହିଳାଙ୍କ ନରକଙ୍କାଳ ଜବତ ଘଟଣାକୁ ଦେଢ଼ ମାସ ବିତିବାକୁ ବସିଥିଲେ ମଧ୍ୟ କମିଶନରେଟ ପୋଲିସ ମୃତାଙ୍କ ପରିଚୟ ପାଇବାରେ ବିଫଳ ହୋଇଛି। ସମସ୍ତ ଦିଗରୁ ବିଫଳ ହେବାପରେ ଏବେ କମିଶନରେଟ ପୋଲିସ ମୃତ ମହିଳାଙ୍କ ସମ୍ପର୍କରେ ଯେଉଁ ବ୍ୟକ୍ତି ସୂଚନା ଦେବ ତାଙ୍କୁ ଅର୍ଥ ପୁରସ୍କାର ଦେବାକୁ ଚିନ୍ତା କରିଛି। ଏନେଇ ପୋଲିସ କମିଶନରଙ୍କୁ ଏକ ଚିଠି ମଧ୍ୟ ଲେଖାଯାଇଛି। ପୁରସ୍କାର ରାଶି କେତେ ଟଙ୍କା ଦିଆଯିବ ସେ ନେଇ ପୋଲିସ କମିଶନର ଖୁବ୍ଶୀଘ୍ର ଘୋଷଣା କରିବେ ବୋଲି ଡିସିପି ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି। ଅନ୍ୟପଟେ ଗତ ୨ଦିନ ତଳେ ମୃତ କଙ୍କାଳର ପରିଚୟ ମିଳିଥିବା ନେଇ ଚର୍ଚ୍ଚା ଜୋର ଧରିଥିଲା। ଏପରି କି ମହିଳା ଥାନା ପୋଲିସ ଓ ଜଟଣୀ ଥାନା ଅଧିକାରୀ ସୋମବାର ଗୀତା ବାୟାଣୀଙ୍କ ଘରକୁ ଯାଇ ବୁଝାଶୁଝା କରିବା ସହ ପରିବାର ଲୋକଙ୍କୁ ଡିଏନ୍ଏ ପରୀକ୍ଷା ପାଇଁ କହିଥିଲେ। ହେଲେ ପରିବାର ଲୋକେ ଡିଏନ୍ଏ ପରୀକ୍ଷା ପାଇଁ ରାଜି ହୋଇ ନ ଥିଲେ। ଗୀତା ବାୟାଣୀ ଟ୍ରେନ୍ ଲାଇନରେ କଟି ମରିଯାଇଛି ବୋଲି କହିଥିଲେ। ଏହାପରେ ପୋଲିସ ୪ ପଡ଼ୋଶୀ ରାଜ୍ୟ ବିହାର, ପଶ୍ଚିମବଙ୍ଗ, ଛତିଶଗଡ଼ ଓ ଆନ୍ଧ୍ରପ୍ରଦେଶକୁ ମୃତ ମହିଳାଙ୍କ ସମ୍ଭାବ୍ୟ ସ୍କେଚ୍କୁ ପଠାଇଛି। ଏହା ଛଡ଼ା ଏସ୍ସିଆରବି ୱେବ୍ସାଇଟରେ ମଧ୍ୟ ଏହି ଫଟୋ ଚିତ୍ର ଉପଲବ୍ଧ ହେଉଛି। ତଦନ୍ତକାରୀ ଟିମ୍ ନିକଟକୁ ପ୍ରାୟ ୫ଶହରୁ ଉର୍ଦ୍ଧ୍ୱ ଫୋନ୍ କଲ୍ ଆସିଥିବା ଜଣାପଡ଼ିଛି।
ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…
ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…
ଏଲ୍ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…
କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…
ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା
ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…
ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର
ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…
ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…
ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…
କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…
ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…
ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ
ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…
ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି
ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…
Archives

