ବଲାଙ୍ଗୀରରେ ବାଲାଂଦେଶୀମାନଙ୍କୁ ଚିହ୍ନଟ କରି ବିତାଡ଼ିତ କର, ଏସ୍‌ପିଙ୍କୁ ଦାବିପତ୍ର ପତ୍ର ପ୍ରଦାନ କଲେ…

ବଲାଙ୍ଗୀର,୧୮।୧୧(ସୁନୀଲ ମହାନ୍ତି): ବଲାଙ୍ଗୀର ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ତରଫରୁ ଆରକ୍ଷୀ ଅଧକ୍ଷକଙ୍କୁ ମଙ୍ଗଳବାର ଏକ ଦାବିପତ୍ର ପ୍ରଦାନ କରାଯାଇଛି । ଏଥିରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ପକ୍ଷରୁ ଦାବି କରାଯାଇଛି ଯେ ଅନେକ ଦିନ ଧରି ବଲାଙ୍ଗୀର ଜିଲା ଦେଓଗାଁଠାରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବା ସହ ହିଂସାଜନିତ ପରିସ୍ଥିତି ସୃଷ୍ଟି ହେବା ଘଟଣାରେକୁ ନେଇ ଜିଲା ପ୍ରଶାସନ ଏବଂ ପୋଲିସ ପ୍ରଶାସନର ଅବହେଳା ଏବଂ ଘଟଣାକୁ ଗୁରୁତର ସହ ନ ନେବା କାରଣରୁ ବର୍ତ୍ତମାନ ଦେଓଗାଁ ଅଞ୍ଚଳ ସମ୍ପୂର୍ଣ ରୂପେ ଅଶାନ୍ତ। ଏହାଛଡ଼ା ଯେଉଁମାନେ ଘଟଣାରେ ସଂପୃକ୍ତ ନାହାନ୍ତି ସେହିଭଳି ନିରୀହ ଜନସାଧାରଣମାନଙ୍କୁ ଗିରଫ କରି ତାଙ୍କୁ ହଇରାଣ କରାଯାଉଛି।ବର୍ତ୍ତମାନ ଦେଓଗାଁ ଅଞ୍ଚଳରେ କୋକୁଆ ଭୟ ସୃଷ୍ଟି ହୋଇଛି ଏବଂ ଦେଓଗାଁ ଅଞ୍ଚଳ ବର୍ତ୍ତମାନ ପୁରୁଷଶୂନ୍ୟ ଅବସ୍ଥାରେ ଅଛନ୍ତି।  ପ୍ରକୃତ ଯିଏ ଦୋଷୀ ଯାହାଙ୍କ ପାଇଁ ଦେଓଗାଁ ଅଞ୍ଚଳରେ ପରିସ୍ଥିତି ଅଶାନ୍ତ ହୋଇଛି ସେ ନିର୍ଭୀକ ଭାବରେ ଦେଓଗାଁ ଅଞ୍ଚଳରେ ରହିଛନ୍ତି । ଲଜ୍ଜାର ବିଷୟ ଦେଓଗାଁ ଅଞ୍ଚଳରେ ଅଶାନ୍ତ ପରିବେଶ ସୃଷ୍ଟି କରୁଥିବା ବ୍ୟକ୍ତି ଜଣକ ହେଲେ ଜଣେ ଅନୁପ୍ରବେଶକାରୀ ବାଂଲାଦେଶୀ ତାକୁ ସୁରକ୍ଷା ଦିଆଯିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ l କେନ୍ଦ୍ର ସରକାର ଓ ରାଜ୍ୟ ସରକାର ଉଭୟ ବାଂଲାଦେଶୀମାନଙ୍କୁ ଚିହ୍ନଟ କରି ରାଜ୍ୟରୁ ତଥା ଦେଶରୁ ବିତାଡିତ କରିବାର ନିର୍ଦ୍ଦେଶ ଦେବା ସତ୍ତ୍ୱେ ବଲାଙ୍ଗିରରେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇନାହିଁ। ଏହି ଘଟଣା ଉପରେ ଦୃଷ୍ଟି ଦେଇ ଉଚିତ ପଦକ୍ଷେପ ନେବାକୁ ଦାବି କରି ରାଷ୍ଟ୍ରୀୟ ହିନ୍ଦୁ ପରିଷଦ, ଓଡ଼ିଶା ତରଫରୁ ଏକ ଦାବିପତ୍ର ମାନନୀୟ ଆରକ୍ଷୀ ଅଧିକ୍ଷକଙ୍କୁ ଦିଆ ଯାଇଥିଲା। ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ରାଷ୍ଟ୍ରୀୟ ଅଧ୍ୟକ୍ଷ ସନ୍ତୋଷ ଭୋଳ,ରାଜ୍ୟ ଉପ ସଭାପତି ପ୍ରଦୀପ ଦାଶ, ରାଜ୍ୟ ସମ୍ପାଦକ ଶଙ୍କର୍ଷଣ ଆଚାର୍ଯ୍ୟ, ରାଜ୍ୟ ପ୍ରବକ୍ତା ଦେବାନନ୍ଦ ନାୟକ, ପ୍ରଦୀପ ବେହେରା, ସନତ ପାତ୍ର, ଶ୍ରୀ ବୁଲୁ ପର୍ଡିଆ ପ୍ରମୁଖ ସହ ଅନ୍ୟାନ୍ୟ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?