ଦୁର୍ବଳ ନଦୀବନ୍ଧ ଚିହ୍ନଟକରି ମରାମତି ନିର୍ଦ୍ଦେଶ

ନବରଙ୍ଗପୁର, ୧୭।୫(ବି.ପ୍ର.): ନବରଙ୍ଗପୁରସ୍ଥିତ ମିଶନ ଶକ୍ତି ସଭାଗୃହରେ ଜିଲାପାଳ ଡ. କମଳଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପ୍ରଶମନ ଓ ପରିଚାଳନା(ବନ୍ୟା) କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବନ୍ୟାର ସଫଳ ମୁକାବିଲା କିପରି କରାଯାଇପାରିବ ସେ ନେଇ ବୈଠକରେ ବିସ୍ତୃତ ଆଲୋଚନା କରାଯାଇଥିଲା। ଜିଲାରେ ଥିବା ଦୁର୍ବଳ ନଦୀବନ୍ଧଗୁଡିକ ଶୀଘ୍ର ଚିହ୍ନଟକରି ତାହାର ମରାମତି କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।
ବନ୍ୟାପ୍ରବଣ ଅଞ୍ଚଳରେ ପର୍ଯ୍ୟାପ୍ତ ପରିମାଣରେ ଚାଉଳ, କିରୋସିନ,ଚୁଡା, ଗୁଡ଼, ଗୋଖାଦ୍ୟ, ଔଷଧ ବ୍ୟତୀତ ଶୁଦ୍ଧ ପାନୀୟ ଜଳ ଏବଂ ସ୍ବାସ୍ଥ୍ୟ ପରିମଳ ବ୍ୟବସ୍ଥା ଉପରେ ଯଥା ସମ୍ଭବ ଆଗୁଆ ପଦକ୍ଷେପ ଗ୍ରହଣ କରିବା ପାଇଁ ସମ୍ପୃକ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବନ୍ୟା ପ୍ରଭାବିତ ଅଞ୍ଚଳରେ ସମ୍ଭାବ୍ୟ ମହାମାରୀକୁ ପ୍ରତିହିତ କରିବା ନିମନ୍ତେ ସିଡିଏମ୍‌ଓଙ୍କ ସହିତ ଉପସ୍ଥିତ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦିଆଯାଇଛି। କୋଷାଗୁମୁଡ଼ା ବ୍ଲକ ଉକିଆପାଲି ପଞ୍ଚାୟତ ଘାଟବସୁଲିରେ ଏକ ବନ୍ୟା ଓ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରିବା ପାଇଁ ଏମ୍‌ପିଙ୍କ ପ୍ରତିନିଧି, ବିଧାୟକ, କୋଷାଗୁମୁଡ଼ା ବ୍ଲକ ଅଧ୍ୟକ୍ଷାଙ୍କ ସହିତ ସମସ୍ତ ନିର୍ବାଚିତ ପ୍ରତିନିଧି ଦାବି ଉପସ୍ଥାପନ କରିଥିଲେ। ସମ୍ଭାବ୍ୟ ବର୍ଷା ଓ ବନ୍ୟାକୁ ଦୃଷ୍ଟିରେ ରଖି ଜିଲାର ସମସ୍ତ ବହୁମୁଖୀ ଆଶ୍ରୟସ୍ଥଳୀ ଏବଂ ପ୍ରମୁଖ ବିଦ୍ୟାଳୟଗୁଡ଼ିକୁ ପ୍ରସ୍ତୁତ ରଖିବା ପାଇଁ ଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ ଅବଗତ କରାଇଥିଲେ। ଗର୍ଭବତୀ ମହିଳା, ଶିଶୁ, ବୃଦ୍ଧାବୃଦ୍ଧଙ୍କୁ ଚିହ୍ନଟକରି ଆବଶ୍ୟକ ହେଲେ ସେମାନଙ୍କୁ ସ୍ଥାନାନ୍ତର କରାଯିବ ବୋଲି ଜିଲାପାଳ ଅବଗତ କରାଇଥିଲେ। ବନ୍ୟା ବାତ୍ୟା ପରେ ବିପର୍ଯ୍ୟୟ ପରବର୍ତ୍ତୀ ସମୟରେ ସଡ଼କ ପରିଷ୍କାର, ଅର୍ଦ୍ଧଭଗ୍ନ ବିଦ୍ୟୁତ୍‌ଖୁଣ୍ଟ ମରାମତି, ବିଦ୍ୟୁତ୍‌ ସରବରାହ ବ୍ୟବସ୍ଥା ବିଚ୍ଛିନ୍ନ ହେଲେ କିପରି ତୁରନ୍ତ ମରାମତି କରି ବିଦ୍ୟୁତ୍‌ ଯୋଗାଣକୁ ସ୍ବାଭାବିକ କରିବା ଓ ପୁନରୁଦ୍ଧାର କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ସେହିପରି ମୌସୁମୀ ବର୍ଷା ଆଗମନ ପୂର୍ବରୁ ଜିଲାରେ ଥିବା ସମସ୍ତ ନାଳନର୍ଦ୍ଦମା ବିଶେଷକରି ପୌରାଞ୍ଚଳରେ ଥିବା ନାଳନର୍ଦ୍ଦମା ସଫା ରଖିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଳାପାଳ ପରାମର୍ଶ ଦେଇଥିଲେ। ବର୍ଷାଦିନ ପୂର୍ବରୁ ବ୍ଲକରେ ଥିବା ବୃଷ୍ଟି ମାପ ସ୍ଥାନ ଏବଂ ଉପକରଣ ଗୁଡ଼ିକର ଅନୁଧ୍ୟାନ କରିବା ପାଇଁ ଉପଜିଲାପାଳଙ୍କୁ ପରାମର୍ଶ ଦିଆଯାଇଛି। ସେହିପରି ନିର୍ଦ୍ଧାରିତ ସମୟ ମଧ୍ୟରେ ଠିକ୍‌ ବୃଷ୍ଟିର ପରିମାଣ ଜିଲା ଜରୁରିକାଳୀନ ଉପବିଭାଗକୁ ପ୍ରେରଣ କରିବା ପାଇଁ ସମ୍ପୃକ୍ତ ବିଡିଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହି ଅବସରରେ ଜିଲା ପ୍ରାକୃତିକ ବିପର୍ଯ୍ୟୟ ଓ ପରିଚାଳନା ସମ୍ବନ୍ଧୀୟ ଏକ ପୁସ୍ତକ ଉନ୍ମୋଚନ କରାଯାଇଥିଲା। ଏହି ବୈଠକରେ ଏମ୍‌ପିଙ୍କ ପ୍ରତିନିଧି ପ୍ରମୋଦ କୁମାର ପାଢ଼ୀ, ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ, ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ, ଉମରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡଙ୍କ ପ୍ରତିନିଧି ମାନସ ରଞ୍ଜନ ଦାସ, ସମସ୍ତ ପଞ୍ଚାୟତ ସମିତି ଅଧ୍ୟକ୍ଷା ଅଧ୍ୟକ୍ଷ, ନବରଙ୍ଗପୁର ପୌରାଧ୍ୟକ୍ଷ କୁନୁ ନାୟକ, ଉମରକୋଟ ପୌରାଧ୍ୟକ୍ଷା ରାଧା ଭତରା, ଅତିରିକ୍ତ ଜିଲାପାଳ ଭାସ୍କର ରଇତ, ଜିଲା ଜରୁରିକାଳୀନ ଅଧିକାରୀ ନିର୍ମଳ କୁମାର ନାୟକଙ୍କ ସମେତ ଜିଲାସ୍ତରୀୟ ସମସ୍ତ ଅଧିକାରୀ, ବିଡିଓ ଏବଂ ତହସିଲଦାର ଓ ନିର୍ବାହୀ ଅଧିକାରୀ ଉପସ୍ଥିତ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri