ଦୁର୍ବଳ ନଦୀବନ୍ଧ ଚିହ୍ନଟକରି ମରାମତି ନିର୍ଦ୍ଦେଶ

ନବରଙ୍ଗପୁର, ୧୭।୫(ବି.ପ୍ର.): ନବରଙ୍ଗପୁରସ୍ଥିତ ମିଶନ ଶକ୍ତି ସଭାଗୃହରେ ଜିଲାପାଳ ଡ. କମଳଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପ୍ରଶମନ ଓ ପରିଚାଳନା(ବନ୍ୟା) କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବନ୍ୟାର ସଫଳ ମୁକାବିଲା କିପରି କରାଯାଇପାରିବ ସେ ନେଇ ବୈଠକରେ ବିସ୍ତୃତ ଆଲୋଚନା କରାଯାଇଥିଲା। ଜିଲାରେ ଥିବା ଦୁର୍ବଳ ନଦୀବନ୍ଧଗୁଡିକ ଶୀଘ୍ର ଚିହ୍ନଟକରି ତାହାର ମରାମତି କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।
ବନ୍ୟାପ୍ରବଣ ଅଞ୍ଚଳରେ ପର୍ଯ୍ୟାପ୍ତ ପରିମାଣରେ ଚାଉଳ, କିରୋସିନ,ଚୁଡା, ଗୁଡ଼, ଗୋଖାଦ୍ୟ, ଔଷଧ ବ୍ୟତୀତ ଶୁଦ୍ଧ ପାନୀୟ ଜଳ ଏବଂ ସ୍ବାସ୍ଥ୍ୟ ପରିମଳ ବ୍ୟବସ୍ଥା ଉପରେ ଯଥା ସମ୍ଭବ ଆଗୁଆ ପଦକ୍ଷେପ ଗ୍ରହଣ କରିବା ପାଇଁ ସମ୍ପୃକ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବନ୍ୟା ପ୍ରଭାବିତ ଅଞ୍ଚଳରେ ସମ୍ଭାବ୍ୟ ମହାମାରୀକୁ ପ୍ରତିହିତ କରିବା ନିମନ୍ତେ ସିଡିଏମ୍‌ଓଙ୍କ ସହିତ ଉପସ୍ଥିତ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦିଆଯାଇଛି। କୋଷାଗୁମୁଡ଼ା ବ୍ଲକ ଉକିଆପାଲି ପଞ୍ଚାୟତ ଘାଟବସୁଲିରେ ଏକ ବନ୍ୟା ଓ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରିବା ପାଇଁ ଏମ୍‌ପିଙ୍କ ପ୍ରତିନିଧି, ବିଧାୟକ, କୋଷାଗୁମୁଡ଼ା ବ୍ଲକ ଅଧ୍ୟକ୍ଷାଙ୍କ ସହିତ ସମସ୍ତ ନିର୍ବାଚିତ ପ୍ରତିନିଧି ଦାବି ଉପସ୍ଥାପନ କରିଥିଲେ। ସମ୍ଭାବ୍ୟ ବର୍ଷା ଓ ବନ୍ୟାକୁ ଦୃଷ୍ଟିରେ ରଖି ଜିଲାର ସମସ୍ତ ବହୁମୁଖୀ ଆଶ୍ରୟସ୍ଥଳୀ ଏବଂ ପ୍ରମୁଖ ବିଦ୍ୟାଳୟଗୁଡ଼ିକୁ ପ୍ରସ୍ତୁତ ରଖିବା ପାଇଁ ଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ ଅବଗତ କରାଇଥିଲେ। ଗର୍ଭବତୀ ମହିଳା, ଶିଶୁ, ବୃଦ୍ଧାବୃଦ୍ଧଙ୍କୁ ଚିହ୍ନଟକରି ଆବଶ୍ୟକ ହେଲେ ସେମାନଙ୍କୁ ସ୍ଥାନାନ୍ତର କରାଯିବ ବୋଲି ଜିଲାପାଳ ଅବଗତ କରାଇଥିଲେ। ବନ୍ୟା ବାତ୍ୟା ପରେ ବିପର୍ଯ୍ୟୟ ପରବର୍ତ୍ତୀ ସମୟରେ ସଡ଼କ ପରିଷ୍କାର, ଅର୍ଦ୍ଧଭଗ୍ନ ବିଦ୍ୟୁତ୍‌ଖୁଣ୍ଟ ମରାମତି, ବିଦ୍ୟୁତ୍‌ ସରବରାହ ବ୍ୟବସ୍ଥା ବିଚ୍ଛିନ୍ନ ହେଲେ କିପରି ତୁରନ୍ତ ମରାମତି କରି ବିଦ୍ୟୁତ୍‌ ଯୋଗାଣକୁ ସ୍ବାଭାବିକ କରିବା ଓ ପୁନରୁଦ୍ଧାର କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ସେହିପରି ମୌସୁମୀ ବର୍ଷା ଆଗମନ ପୂର୍ବରୁ ଜିଲାରେ ଥିବା ସମସ୍ତ ନାଳନର୍ଦ୍ଦମା ବିଶେଷକରି ପୌରାଞ୍ଚଳରେ ଥିବା ନାଳନର୍ଦ୍ଦମା ସଫା ରଖିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଳାପାଳ ପରାମର୍ଶ ଦେଇଥିଲେ। ବର୍ଷାଦିନ ପୂର୍ବରୁ ବ୍ଲକରେ ଥିବା ବୃଷ୍ଟି ମାପ ସ୍ଥାନ ଏବଂ ଉପକରଣ ଗୁଡ଼ିକର ଅନୁଧ୍ୟାନ କରିବା ପାଇଁ ଉପଜିଲାପାଳଙ୍କୁ ପରାମର୍ଶ ଦିଆଯାଇଛି। ସେହିପରି ନିର୍ଦ୍ଧାରିତ ସମୟ ମଧ୍ୟରେ ଠିକ୍‌ ବୃଷ୍ଟିର ପରିମାଣ ଜିଲା ଜରୁରିକାଳୀନ ଉପବିଭାଗକୁ ପ୍ରେରଣ କରିବା ପାଇଁ ସମ୍ପୃକ୍ତ ବିଡିଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହି ଅବସରରେ ଜିଲା ପ୍ରାକୃତିକ ବିପର୍ଯ୍ୟୟ ଓ ପରିଚାଳନା ସମ୍ବନ୍ଧୀୟ ଏକ ପୁସ୍ତକ ଉନ୍ମୋଚନ କରାଯାଇଥିଲା। ଏହି ବୈଠକରେ ଏମ୍‌ପିଙ୍କ ପ୍ରତିନିଧି ପ୍ରମୋଦ କୁମାର ପାଢ଼ୀ, ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ, ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ, ଉମରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡଙ୍କ ପ୍ରତିନିଧି ମାନସ ରଞ୍ଜନ ଦାସ, ସମସ୍ତ ପଞ୍ଚାୟତ ସମିତି ଅଧ୍ୟକ୍ଷା ଅଧ୍ୟକ୍ଷ, ନବରଙ୍ଗପୁର ପୌରାଧ୍ୟକ୍ଷ କୁନୁ ନାୟକ, ଉମରକୋଟ ପୌରାଧ୍ୟକ୍ଷା ରାଧା ଭତରା, ଅତିରିକ୍ତ ଜିଲାପାଳ ଭାସ୍କର ରଇତ, ଜିଲା ଜରୁରିକାଳୀନ ଅଧିକାରୀ ନିର୍ମଳ କୁମାର ନାୟକଙ୍କ ସମେତ ଜିଲାସ୍ତରୀୟ ସମସ୍ତ ଅଧିକାରୀ, ବିଡିଓ ଏବଂ ତହସିଲଦାର ଓ ନିର୍ବାହୀ ଅଧିକାରୀ ଉପସ୍ଥିତ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri