ମିଳିଲାନି ମୃତ ଯୁବକଙ୍କ ପରିଚୟ, ଶବ ସତ୍କାର କଲେ ସ୍ବେଚ୍ଛାସେବୀ

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାରର ସ୍ବେଚ୍ଛାସେବୀମାନେ ଶନିବାର ଜଣେ ଅଚିହ୍ନା ଯୁବକଙ୍କ ମୃତଦେହକୁ ସତ୍କାର କରିଛନ୍ତି । ଗତ ୨୧ତାରିଖ ବରଗଡ଼ କେନଲରୁ ଭାସମାନ ଅବସ୍ଥାରେ ଶବ ଉଦ୍ଧାର ହୋଇଥିଲା। ବରଗଡ଼ ଟାଉନ ଥାନା ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଲାଇଥିଲା। ଶବକୁ ସ୍ଥାନୀୟ ଡାକ୍ତରଖାନାର ଶବ ସଂରକ୍ଷଣ ଗୃହରେ ରଖାଯାଇଥିଲା। କିନ୍ତୁ ଶନିବାର ସକାଳ ସୁଦ୍ଧା ଯୁବକଙ୍କ ପରିଚୟ ଜଣା ପଡି ନଥିଲା। ଫଳରେ ବରଗଡ଼ ଟାଉନ ଥାନା ପୋଲିସର ଅନୁରୋଧକ୍ରମେ ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାରର ସ୍ବେଚ୍ଛାସେବୀମାନେ ଟାଣଖରାକୁ ଖାତର ନ କରି
ଖବର ପାଇବା ମାତ୍ରେ ଶବ ସତ୍କାର ପାଇଁ ବାହାରିଥିଲେ । ବରଗଡ଼ ଜିଲା ମୁଖ୍ୟ ଚିକିତ୍ସାଲୟ ଶବ ସଂରକ୍ଷଣ ଗୃହରୁ ମହାପ୍ରୟାଣ ଗାଡି ସାହାଯ୍ୟରେ ମୃତ ଶବ ନେଇ ପିପାଳମୁଣ୍ଡାସ୍ଥିତ ସ୍ବର୍ଗଦ୍ୱାରରେ ସତ୍କାର କରିଥିଲେ। ସଂକଳ୍ପ ପରିବାରର ସମ୍ପାଦକ ଜି. ରମେଶ, ନୀଲେଶ ପଧାନ, ଚନ୍ଦନ ପଧାନ, ଶେଷଦେବ ପଧାନ, ଅନନ୍ତ ଚରଣ ପାଢ଼ୀ, ସାଶାଙ୍କ ଦୁବେ ପ୍ରମୁଖ ଶବ ସତ୍କାରରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri