ମିଳିଲାନି ମୃତ ଯୁବକଙ୍କ ପରିଚୟ, ଶବ ସତ୍କାର କଲେ ସ୍ବେଚ୍ଛାସେବୀ

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାରର ସ୍ବେଚ୍ଛାସେବୀମାନେ ଶନିବାର ଜଣେ ଅଚିହ୍ନା ଯୁବକଙ୍କ ମୃତଦେହକୁ ସତ୍କାର କରିଛନ୍ତି । ଗତ ୨୧ତାରିଖ ବରଗଡ଼ କେନଲରୁ ଭାସମାନ ଅବସ୍ଥାରେ ଶବ ଉଦ୍ଧାର ହୋଇଥିଲା। ବରଗଡ଼ ଟାଉନ ଥାନା ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଲାଇଥିଲା। ଶବକୁ ସ୍ଥାନୀୟ ଡାକ୍ତରଖାନାର ଶବ ସଂରକ୍ଷଣ ଗୃହରେ ରଖାଯାଇଥିଲା। କିନ୍ତୁ ଶନିବାର ସକାଳ ସୁଦ୍ଧା ଯୁବକଙ୍କ ପରିଚୟ ଜଣା ପଡି ନଥିଲା। ଫଳରେ ବରଗଡ଼ ଟାଉନ ଥାନା ପୋଲିସର ଅନୁରୋଧକ୍ରମେ ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାରର ସ୍ବେଚ୍ଛାସେବୀମାନେ ଟାଣଖରାକୁ ଖାତର ନ କରି
ଖବର ପାଇବା ମାତ୍ରେ ଶବ ସତ୍କାର ପାଇଁ ବାହାରିଥିଲେ । ବରଗଡ଼ ଜିଲା ମୁଖ୍ୟ ଚିକିତ୍ସାଲୟ ଶବ ସଂରକ୍ଷଣ ଗୃହରୁ ମହାପ୍ରୟାଣ ଗାଡି ସାହାଯ୍ୟରେ ମୃତ ଶବ ନେଇ ପିପାଳମୁଣ୍ଡାସ୍ଥିତ ସ୍ବର୍ଗଦ୍ୱାରରେ ସତ୍କାର କରିଥିଲେ। ସଂକଳ୍ପ ପରିବାରର ସମ୍ପାଦକ ଜି. ରମେଶ, ନୀଲେଶ ପଧାନ, ଚନ୍ଦନ ପଧାନ, ଶେଷଦେବ ପଧାନ, ଅନନ୍ତ ଚରଣ ପାଢ଼ୀ, ସାଶାଙ୍କ ଦୁବେ ପ୍ରମୁଖ ଶବ ସତ୍କାରରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର…

ଧରମ ଝିଅକୁ ୫ମାସର ଗର୍ଭବତୀ କରି ୨୦ବର୍ଷ ଜେଲ ଗଲେ ଦିବ୍ୟାଙ୍ଗ ବାପା।

କଳିଙ୍ଗନଗର, ୧୬।୫ (ଶୁଭାଶିଷ ରାଉତ): ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଦଣ୍ଡାଦେଶ ହୋଇଛି।…

ଠାକୁରାଣୀ ଯାତ୍ରାର ଆକର୍ଷଣ ବଢ଼ାଉଛନ୍ତି ମାନସିକ ବେଶଧାରୀ, ଆଜି ସାବିତ୍ରୀ ଅମାବାସ୍ୟାରେ…

ଭଞ୍ଜନଗର,୧୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଶନିବାର ୨୧ ଦିନରେ ପହଞ୍ଚିଛି। ଆଉ ୪ ଦିନ ପରେ ଯାତ୍ରା ଉଦ୍‌ଯାପିତ ହେବ। ଆଜି ଅର୍ଥାତ୍‌…

ତରଭୁଜ ଖାଇ ନାବାଳକଙ୍କ ଜୀବନ ଗଲା, ପରିବାରର ଆଉ ୩ ଅସୁସ୍ଥ

ପଟ୍ଟାମୁଣ୍ଡାଇ,୧୬ା୫(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଞ୍ଚଳର କୁପୁଣି ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ତରଭୁଜ ଖାଇ ଗୋଟିଏ ପରିବାରର ଜଣେ ନାବାଳକଙ୍କର…

ରାସ୍ତା ଉପରେ ସାମଗ୍ରୀ ରଖି କରୁଥିଲେ ବ୍ୟବସାୟ: ହଠାତ୍ ଚଢ଼ାଉ କଲା ପୋଲିସ

ନନ୍ଦପୁର, ୧୬।୫ (ତୁଷାର କାନ୍ତ ମହାନ୍ତି): ନନ୍ଦପୁର ବ୍ଲକ ସଦର ମହକୁମାର ମୁଖ୍ୟ ରାସ୍ତା ଓ ରାଜଦାଣ୍ଡ ଉପରେ ବିଭିନ୍ନ ଦୋକାନୀମାନେ ସାମଗ୍ରୀ ରଖି ରାସ୍ତାକୁ ଅବୈଧ…

+୩ ଶେଷ ବର୍ଷ ପରୀକ୍ଷାର ଫଳାଫଳ ପ୍ରକାଶ : ବିଶ୍ୱବିଦ୍ୟାଳୟ ର଼୍ୟାଙ୍କରେ ଗଞ୍ଜାମ କଲେଜର ୩ ପିଲା

ଗଞ୍ଜାମ, ୧୫।୫ (ଅନାଥ ତରାଇ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ୨୦୨୬ ବର୍ଷର +୩ ଶେଷ ବର୍ଷ ପରୀକ୍ଷାର ଫଳାଫଳରେ ଗଞ୍ଜାମ କଲେଜର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା…

ବିଜିପୁର ଗ୍ରାମକୁ ଯିବା ବେଳେ ଯୁବକଙ୍କୁ ଧକ୍କାଦେଇ ୧୫ ଫୁଟ ତଳକୁ ଖସିପଡ଼ିଲା ଟ୍ରାକ୍ଟର: ଆଖିବୁଜିଦେଲେ…

ମୋହନା,୧୬ା୫(ମନ୍ମଥ ମିଶ୍ର): ମୋହନା ଥାନା ଅଞ୍ଚଳରେ ଶୁକ୍ରବାର ଏକ ଟ୍ରାକ୍ଟର ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମୋହନା ଥାନା ଅନ୍ତର୍ଗତ କିର୍ତିଂ ଗ୍ରାମର…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର,୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri