କୋମ୍ବିଂ ଅପରେଶନ ବେଳେ ଆଇଇଡ଼ି ବ୍ଲାଷ୍ଟ: କୋବ୍ରା ଏଏସ୍‌ଆଇ ଆହତ

ରାଉରକେଲା,୮।୮(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତରେ ଗୁରୁବାର ସୁରକ୍ଷାକର୍ମୀଙ୍କ ଦ୍ୱାରା କୋମ୍ବିଂ ଅପରେଶନ ଚାଲିଥିବା ବେଳେ ଆଇଇଡ଼ି ବ୍ଲାଷ୍ଟରେ ଜଣେ କୋବ୍ରା ଏଏସ୍‌ଆଇ ଆହତ ହୋଇଛନ୍ତି। ସେ ହେଲେ କୋବ୍ରା ୨୦୯ ବାଟାଲିୟନର ଜିତେନ୍ଦ୍ର ଦାନୀ।

ତାଙ୍କୁ ତୁରନ୍ତ ଉଦ୍ଧାର କରି ହେଲିକପ୍ଟର ଯୋଗେ ରାଞ୍ଚି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ଅବସ୍ଥା ସ୍ଥିର ରହିଥିବା ସିଆର୍‌ପିଏଫ୍‌ ପକ୍ଷରୁ ସୂଚନା ମିଳିଛି। ସୂଚନା ଅନୁଯାୟୀ, ମାଓବାଦୀଙ୍କ ଶୀର୍ଷନେତା ମିଶର ବେଶ୍ରା, ଅନଲ, ଅନମୋଲ, ଅଶ୍ୱିନୀ, ପିଣ୍ଟୁ ଲୋହରା, ଚନ୍ଦନ ଲୋହରା, ଅମିତ ହାଁସଦା ପ୍ରମୁଖ ସରଣ୍ଡା ଜଙ୍ଗଲର କୋଲହାନ୍‌ କ୍ଷେତ୍ରରେ ସକ୍ରିୟ ଥିଲେ। ବୁଧବାର ଏହି ସୂଚନା ମିଳିବା ପରେ ସୁରକ୍ଷାବଳ ପକ୍ଷରୁ ଛୋଟନାଗରା ଏବଂ ଜରେଇକେଲା ଥାନା ସୀମାବର୍ତ୍ତୀ ଜଙ୍ଗଲରେ କୋମ୍ବିଂ ଅପରେଶନ କରାଯାଇଥିଲା। ପରଦିନ ସକାଳେ ମାଓବାଦୀ ଖଞ୍ଜିଥିବା ଆଇଇଡ଼ି ବ୍ଲାଷ୍ଟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୋହୂ ନିଖୋଜ, ଶାଶୁ ଥାନାରେ

ହାଟଡ଼ିହୀ/ଛେନାପଦୀ,୬l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଇଂଚୋଳ ଗ୍ରାମର ଜଣେ ବୋହୂ ନିଖୋଜ ହୋଇଯାଇଛନ୍ତି। ଏନେଇ ଶାଶୁ ଥାନାରେ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି।…

୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ, ଥାନାରେ ମାମଲା

ହାଟଡ଼ିହୀ,୬l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଛେନାପଦୀ ବିଷ୍ଣୁପ୍ରିୟା ବାଳାଶ୍ରମରୁ ଜଣେ ୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ ହୋଇଯାଇଛନ୍ତି। ବିଭିନ୍ନ ସ୍ଥାନରେ ଖୋଜାଖୋଜି ପରେ ଛାତ୍ରଙ୍କ…

୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ: ବନ୍ଧା ହେଲେ ଅଭିଯୁକ୍ତ

ଦେବଗଡ,୬ା୮(ଶଶାଙ୍କ ଶେଖର ଝାଙ୍କର): ୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ ଅଭିଯୋଗରେ ଦେବଗଡ଼ ଥାନା ପୋଲିସ ଗୁରୁବାର ବାସୁଦେବପୁର ଗ୍ରାମର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସଟ୍ଟା ଆଡ୍ଡା ଉପରେ ଜିଲାପାଳଙ୍କ ଚଢ଼ାଉ, ଜଣଙ୍କୁ କୋର୍ଟ ଚାଲାଣ

ଡୁଙ୍ଗୁରିପାଲି,୬।୮(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୁରୁବାର ଜିଲାପାଳ ଡ଼ ନୃପରାଜ ସାହୁ ପରିଦର୍ଶନ କରିଥିଲେ। ଏହି ସମୟରେ ଗୋଷ୍ଠୀ…

ବାଘ ଛାଲ ବିକ୍ରି ବେଳେ ମାଡ଼ି ବସିଲା ବନ ବିଭାଗ

କୋକସରା,୬।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ବେହେରା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଡହଗାଁରେ ବାଘ ଛାଲ ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ

ବରଗଡ଼,୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇପଡିଛି। ଏଠାରେ ଦିନ ଦ୍ବିପହରରେ ଲୁଟପାଟ, ଆକ୍ରମଣ ବଢ଼ି ଚାଲିଛି। ଗୁରୁବାର ଅପରାହ୍ନରେ ସ୍ଥାନୀୟ କୋର୍ଟ ସମ୍ମୁଖରେ…

ସ୍କୁଲ ଭିତରକୁ ଯାଉଥିଲେ ଛାତ୍ର, ହଠାତ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ କସନ୍ଦି ପଞ୍ଚାୟତର କାଲାଡି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମୁଖ୍ୟ ଫାଟକ ଭୁଶୁଡ଼ି ୨ ଛାତ୍ର ଗୁରୁବାର…

ଗାଁରେ ପସିଲେ ହାତୀ, ଦଳି ଚକଟି ନଷ୍ଟ କଲେ ଫସଲ

କଲ୍ୟାଣସିଂହପୁର, ୬।୮ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତ ଅଧୀନ କେଶବ ନାୟକଗୁଡ଼ା ନୂଆ ସାହି ଏବଂ ଘାଗୁଡ଼ିମାଳ ଅଞ୍ଚଳରେ ହାତୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri