ଛତିଶଗଡ ନିର୍ବାଚନ ସାରି ଫେରିବା ବେଳେ ଆଇଇଡି ବିସ୍ଫୋରଣ, ଯବାନ ଶହୀଦ

ମାଲକାନଗିରି, ୧୭ା୧୧(ଦୁର୍ଯୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡରେ ପୁଣି ମାଓବାଦୀ ହିଂସା ଦେଖିବାକୁ ମିଳିଛି। ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣରେ ପୋଲିଂ କାର୍ଯ୍ୟ ସାରି ଫେରୁଥିବା ବେଳେ ରାସ୍ତାରେ ମାଓବାଦୀଙ୍କ ଦ୍ୱାରା ଖଞ୍ଜାଯାଇଥିବା ଆଇଇଡି ବିସ୍ଫେରଣ ହୋଇଛି। ଏଥିରେ ଭାରତୀୟ ତିବ୍ବତ ଫୋର୍ସର ଜଣେ ଯବାନ ଶହୀଦ ହୋଇଛନ୍ତି। ଜଣେ ଯବାନ ଆହତ ହୋଇଛନ୍ତି। ଖବରରୁ ଜଣାପଡିଛି, ଛତିଶଗଡର ଗରିଆବନ୍ଧ ଜିଲାରେ ଶୁକ୍ରବାର ଦ୍ୱିିତୀୟ ପ୍ରର୍ଯ୍ୟାୟ ନିର୍ବାଚନ ପ୍ରକ୍ରିୟା ଜାରି ରହିଥିଲା। ଅଞ୍ଚଳରେ କଡା ସୁରକ୍ଷା ବ୍ୟବସ୍ଥାରେ ଭୋଟ ଗ୍ରହଣ କରାଯାଇଥିଲା। ଏହି କାର୍ଯ୍ୟ ସାରି ତିବ୍ବତ ଫୋର୍ସର ଯବାନମାନେ ନିଜ ଗନ୍ତବ୍ୟ ସ୍ଥଳକୁ ଫେରୁଥିବା ବେଳେ ବାଡେଗୋବ୍ରା ଗ୍ରାମ ନିକଟରେ ଆଇଇଡି ବିସ୍ଫୋରଣ ଘଟିଥିଲା। ଘଟଣା ପରେ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନକୁ କଡାକଡି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri