ସଡ଼କ ଦୁର୍ଘଟଣା ହ୍ରାସ କରିବ ଆଇଇଏମ୍‌ଏସ୍‌

ଭୁବନେଶ୍ୱର,୨୯ା୩(ଅନିଲ ଦାସ):ରାଜ୍ୟରେ ସଡ଼କ ଦୁର୍ଘଟଣା ଚିନ୍ତାଜନକ ରହିଛି। ଏହାକୁ ହ୍ରାସ କରିବା ପାଇଁ ରାଜ୍ୟ ସରକାର ରାଜ୍ୟର ନୂତନ ନିର୍ମାଣାଧୀନ ରାସ୍ତା, ଏନ୍‌ଏଚ୍‌ ସମେତ ପୂର୍ତ୍ତ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିବା ରାସ୍ତାରେ ଇଣ୍ଟେଲିଜେଣ୍ଟ ଏନ୍‌ଫୋର୍ସମେଣ୍ଟ ମ୍ୟାନେଜମେଣ୍ଟ ସିଷ୍ଟମ୍‌(ଆଇଇଏମ୍‌ଏସ୍‌) କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାକୁ କାର୍ଯ୍ୟକାରୀ କରିବା ପାଇଁ ଗୁରୁବାର ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ସଚିବ ଉଷା ପାଢ଼ୀ ପୂର୍ତ୍ତ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ଉଲ୍ଲେଖ କରାଯାଇଛି ଯେ ୨୦୨୩ରେ ରାଜ୍ୟରେ ୫୬୯୬ ଲୋକ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବେଳେ ୧୧ ହଜାର ଆହତ ହୋଇଛନ୍ତି। ଗତ ୧୦ ବର୍ଷ ଭିତରେ ରାଜ୍ୟରେ ୪୫ ହଜାର ଲୋକ ସଡ଼କ ଦୁର୍ଘଟଣା ଯୋଗୁ ମୃତ୍ୟୁମୁଖରେ ପଡ଼ିଛନ୍ତି। ଏହା ଅତ୍ୟନ୍ତ ଉଦ୍‌ବେଗର ବିଷୟ। ୨୦୨୨ରେ ପିଡବ୍ଲ୍ୟୁଡି, ଏମ୍‌ଡିଆର୍‌, ଓଡିଆର୍‌ ପରିସରରେ ଥିବା ଜାତୀୟ ରାଜପଥଗୁଡ଼ିକରେ ୩୮୬୧ ଜଣଙ୍କର ମୃତ୍ୟୁ ହୋଇଛି। ୬୭ ପ୍ରତିଶତ ଦୁର୍ଘଟଣା ଓଭରସ୍ପିଡ୍‌ ଯୋଗୁ ହୋଇଥିବା ବେଳେ ୮ ପ୍ରତିଶତ ଭୁଲ ଦିଗରେ(ରଙ୍ଗ୍‌ ସାଇଡ୍‌) ଗାଡ଼ି ଚଳାଇବା ଯୋଗୁ ହୋଇଛି। ୪୩ ପ୍ରତିଶତ ଦୁଇଚକିଆ ଯାନ ଚାଳକ ଭୁଲ ଦିଗରେ ଗାଡ଼ି ଚଳାଇଛନ୍ତି। ଏଥିଯୋଗୁ ୪୫.୬ ପ୍ରତିଶତ ଚାଳକଙ୍କର ମୃତ୍ୟୁ ହୋଇଛି। ଏହାକୁ ହ୍ରାସ କରିବା ପାଇଁ ନିୟମ ଭାଙ୍ଗୁଥିବା ଯାନ ଚାଳକଙ୍କ ବିରୋଧରେ କଡ଼ା ପଦକ୍ଷେପ ନିଆଯିବା ଉଚିତ। ଏହାକୁ ଦୃଷ୍ଟିରେ ରଖି ପରିବହନ ବିଭାଗ ପକ୍ଷରୁ ଆଇଇଏମ୍‌ଏସ୍‌ ଏନ୍‌ଏଚ୍‌-୧୬ରେ ୧୪୦ କି.ମି. ଯାଏ ପାଇଲଟ ପ୍ରକଳ୍ପ ଭାବେ କାର୍ଯ୍ୟକାରୀ କରାଯାଇଥିଲା। ଏଥିଯୋଗୁ ସଡ଼କ ଦୁର୍ଘଟଣା ହ୍ରାସ କ୍ଷେତ୍ରରେ ସଫଳତା ମିଳିଛି । ଏହାକୁ ଦୃଷ୍ଟିରେ ରଖି ଅନ୍ୟ ଜିଲା ଓ ଗ୍ରାମାଞ୍ଚଳର ମୁଖ୍ୟ ରାସ୍ତାଗୁଡ଼ିକରେ ଆଇଇଏମ୍‌ଏସ୍‌ କାର୍ଯ୍ୟକାରୀ କରିବାକୁ ୨୦୨୪ ଫେବୃୟାରୀ ୨୯ ତାରିଖରେ ଅନୁଷ୍ଠିତ ରାଜ୍ୟ ସଡ଼କ ନିରାପତ୍ତା ପରିଷଦରେ ନିଷ୍ପତ୍ତି ନିଆଯାଇଛି। ଏହି ନିଷ୍ପତ୍ତିକୁ ନିର୍ମାଣାଧୀନ ଓ ଅନ୍ୟାନ୍ୟ ସଡ଼କଗୁଡ଼ିକରେ କାର୍ଯ୍ୟକାରୀ କରିବାକୁ ଚିଠିରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri