କରୋନାକୁ ୧୦ ରାଜ୍ୟ ହରାଇଲେ ଦେଶ ଜିତିବ

ନୂଆଦିଲ୍ଲୀ, ୧୨ା୮: ଭାରତ ମହାମାରୀ କରୋନାକୁ ଜିତିବା ଲାଗି ପ୍ରୟାସ ଜାରି ରଖିଛି। ଏଥିଲାଗି ପ୍ରତ୍ୟେକ ରାଜ୍ୟର ଗୁରୁଦାୟିତ୍ୱ ରହିଛି। ଦେଶର ୧୦ ରାଜ୍ୟର ସ୍ଥିତି ଜଟିଳ ରହିଛି। ଏହି ରାଜ୍ୟଗୁଡ଼ିକରେ ୮୦%ରୁ ଅଧିକ ଆକ୍ରାନ୍ତ ଅଛନ୍ତି। ଯଦି ଆମେ ଏହି ୧୦ଟି ରାଜ୍ୟରେ କରୋନାକୁ ହରାଇବା, ତେବେ ଭାରତ କରୋନା ବିଜୟୀ ହୋଇପାରିବ ବୋଲି ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରକାଶ କରିଛନ୍ତି। ୧୦ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ଭର୍ଚୁଆଲ ବୈଠକରେ ଆଲୋଚନା କରି ମୋଦି କହିଛନ୍ତି ବିହାର, ଗୁଜରାଟ, ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ଓ ତେଲଙ୍ଗାନାରେ ଅଧିକରୁ ଅଧିକ କରୋନା ପରୀକ୍ଷା କରାଯିବାର ଆବଶ୍ୟକତା ରହିଛି। ଯଦି ସଂକ୍ରମିତଙ୍କ ସଂସ୍ପର୍ଶରେ କେହି ଆସିଥାନ୍ତି, ତେବେ ୭୨ ଘଣ୍ଟା ମଧ୍ୟରେ ପରୀକ୍ଷା କରିନେବା ଉଚିତ। ବୈଠକରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଇ. ପାଲାନିସାମୀ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ, ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର, ନୀତୀଶ କୁମାର, ବିଜୟ ରୂପାନୀ ଏବଂ ଓ୍ବାଇ.ଏସ୍‌. ଜଗନମୋହନ ରେଡ୍ଡୀ ଉପସ୍ଥିତ ଥିଲେ। କର୍ନାଟକରୁ ଉପମୁଖ୍ୟମନ୍ତ୍ରୀ ପ୍ରତିନିଧିତ୍ୱ କରିଥିଲେ। ଏକାଧିକ ମୁଖ୍ୟମନ୍ତ୍ରୀ କେନ୍ଦ୍ରୀୟ ସହାୟତା ଲାଗି ଦାବି କରିଥିଲେ। ପ୍ରକାଶଥାଉ କି, ସୋମବାର ମୋଦି ଆସାମ, ବିହାର, ଉତ୍ତରପ୍ରଦେଶ, ମହାରାଷ୍ଟ୍ର, କର୍ନାଟକ ଓ କେରଳର ମୁଖ୍ୟମନ୍ତ୍ରୀଙ୍କ ସହ କରୋନା ଓ ବନ୍ୟା ସ୍ଥିତି ନେଇ ସମୀକ୍ଷା କରିଥିଲେ।
ମହାରାଷ୍ଟ୍ର, ତାମିଲନାଡ଼ୁ, ଆନ୍ଧ୍ରପ୍ରଦେଶ, କର୍ନାଟକ ଓ ଉତ୍ତରପ୍ରଦେଶରେ କରୋନା ସ୍ଥିତି ଭୟଙ୍କର ରୂପ ଧାରଣ କରିଥିବାବେଳେ ଭାରତରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିପାଇ ୨୨.୮୦ ଲକ୍ଷରେ ପହଞ୍ଚିଲାଣି। ଆକ୍ଟିଭ୍‌ ମାମଲା ଏବେବି ୬. ୪୧ ଲକ୍ଷରୁ ଅଧିକ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୫୩,୬୦୧ ନୂଆ ମାମଲା ସାମ୍ନାକୁ ଆସିିଛି। କରୋନାକୁ ପରାସ୍ତ କରିବା ଲାଗି ମାସ୍କ ପିନ୍ଧିବା, ହାତ ସାନିଟାଇଜ୍‌ କରିବା, ସାମାଜିକ ଦୂରତ୍ୱ ରକ୍ଷାକରିବା ବାଧ୍ୟତାମୂଳକ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ସରକାରୀ ନୀତି ନିୟମକୁ ପାଳନ କରି ଚିକିତ୍ସା ପ୍ରଣାଳୀର ସୁବିଧା ନେଲେ ଆମେ କରୋନାକୁ ଜିତିପାରିବା ବୋଲି ମୋଦି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri