ଚାକିରି କାଳରେ ପାଚିକାଙ୍କ ମୃତ୍ୟୁ ହେଲେ ପରିବାର ସଦସ୍ୟଙ୍କୁ ମିଳିବ ଲକ୍ଷେ ଟଙ୍କା

ଭୁବନେଶ୍ୱର,୮ା୧୨(ଅନୁରାଧା ମହାରଣା): ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ ଯୋଜନା ଅଧୀନରେ କାର୍ଯ୍ୟରତ ମଧ୍ୟାହ୍ନଭୋଜନ ପାଚିକାଙ୍କ ପାଇଁ ରାଜ୍ୟ ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଚାକିରି କାଳରେ ପାଚିକାଙ୍କ ମୃତ୍ୟୁ ହେଲେ ତାଙ୍କ ପରିବାର ସଦସ୍ୟଙ୍କୁ ମୃତ୍ୟୁକାଳୀନ ସହାୟତା ବାବଦକୁ ୧ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି।
ରାଜ୍ୟର ସମସ୍ତ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ (ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ) ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପୋଷଣ ସ୍ଥିତିରେ ସୁଧାର ଆଣିବା ପାଇଁ କେନ୍ଦ୍ର ସରକାରଙ୍କ ଦ୍ବାରା ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ ଯୋଜନା କାର୍ଯ୍ୟକାରୀ ହେଉଛି। ଏହି ଯୋଜନା ପାଇଁ ବିଦ୍ୟାଳୟରେ ପାଚିକାଙ୍କୁ ନିୟୋଜିତ କରାଯାଇ ସରକାରଙ୍କ ଦ୍ବାରା ସ୍ଥିରୀକୃତ ହାରରେ ପାରିତୋଷିକ ଦିଆଯାଉଛି। ପାଚିକାଙ୍କ ସାମାଜିକ ସୁରକ୍ଷା ନିମନ୍ତେ ଏକ ପ୍ରସ୍ତାବ ସରକାରଙ୍କ ବିଚାରାଧୀନ ଥିଲା। ଏହାକୁ ଦୃଷ୍ଟିରେ ରଖି ମୃତ୍ୟୁକାଳୀନ ସହାୟତା ଆକାରରେ ୧ ଲକ୍ଷ ଟଙ୍କା ପରିବାର ସଦସ୍ୟଙ୍କୁ ଦେବାକୁ ନିଷ୍ପତ୍ତି ନିଆଯାଇଛି। ଏ ବାବଦ ଖର୍ଚ୍ଚ ପ୍ରଧାନମନ୍ତ୍ରୀ ପୋଷଣ ଯୋଜନା ପାଇଁ ଉଦ୍ଦିଷ୍ଟ ବଜେଟରୁ ବହନ କରାଯିବ। ଏହି ସହାୟତା ପାଇବା ପାଇଁ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ବାରା ପ୍ରଦତ୍ତ ମୃତ ପାଚିକାଙ୍କ ମୃତ୍ୟୁ ପ୍ରମାଣପତ୍ରର ନକଲ, ତହସିଲଦାରଙ୍କ ଦ୍ବାରା ପ୍ରଦତ୍ତ ମୃତ ପାଚିକାଙ୍କ ଉତ୍ତରାଧିକାରୀ ପ୍ରମାଣପତ୍ରର ନକଲ, ମୃତ ପାଚିକା ଓ ଦାବିଦାରଙ୍କ ଆଧାର କାର୍ଡର ନକଲ, ଦାବିଦାରଙ୍କ ବ୍ୟାଙ୍କ ଖାତାର ପ୍ରଥମ ପୃଷ୍ଠାର ନକଲ, ବିଦ୍ୟାଳୟ ପ୍ରଧାନ ଶିକ୍ଷକଙ୍କଠାରୁ ଆବଶ୍ୟକ ସୁପାରିସ ଆଦି କାଗଜପତ୍ର ଆବଶ୍ୟକ। ସହାୟତା ରାଶି ସିଧାସଳଖ ଦାବିଦାରଙ୍କ ବ୍ୟାଙ୍କ ଖାତାକୁ ପଠାଯିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri