ଚାକିରି କାଳରେ ପାଚିକାଙ୍କ ମୃତ୍ୟୁ ହେଲେ ପରିବାର ସଦସ୍ୟଙ୍କୁ ମିଳିବ ଲକ୍ଷେ ଟଙ୍କା

ଭୁବନେଶ୍ୱର,୮ା୧୨(ଅନୁରାଧା ମହାରଣା): ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ ଯୋଜନା ଅଧୀନରେ କାର୍ଯ୍ୟରତ ମଧ୍ୟାହ୍ନଭୋଜନ ପାଚିକାଙ୍କ ପାଇଁ ରାଜ୍ୟ ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଚାକିରି କାଳରେ ପାଚିକାଙ୍କ ମୃତ୍ୟୁ ହେଲେ ତାଙ୍କ ପରିବାର ସଦସ୍ୟଙ୍କୁ ମୃତ୍ୟୁକାଳୀନ ସହାୟତା ବାବଦକୁ ୧ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି।
ରାଜ୍ୟର ସମସ୍ତ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ (ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ) ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପୋଷଣ ସ୍ଥିତିରେ ସୁଧାର ଆଣିବା ପାଇଁ କେନ୍ଦ୍ର ସରକାରଙ୍କ ଦ୍ବାରା ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ ଯୋଜନା କାର୍ଯ୍ୟକାରୀ ହେଉଛି। ଏହି ଯୋଜନା ପାଇଁ ବିଦ୍ୟାଳୟରେ ପାଚିକାଙ୍କୁ ନିୟୋଜିତ କରାଯାଇ ସରକାରଙ୍କ ଦ୍ବାରା ସ୍ଥିରୀକୃତ ହାରରେ ପାରିତୋଷିକ ଦିଆଯାଉଛି। ପାଚିକାଙ୍କ ସାମାଜିକ ସୁରକ୍ଷା ନିମନ୍ତେ ଏକ ପ୍ରସ୍ତାବ ସରକାରଙ୍କ ବିଚାରାଧୀନ ଥିଲା। ଏହାକୁ ଦୃଷ୍ଟିରେ ରଖି ମୃତ୍ୟୁକାଳୀନ ସହାୟତା ଆକାରରେ ୧ ଲକ୍ଷ ଟଙ୍କା ପରିବାର ସଦସ୍ୟଙ୍କୁ ଦେବାକୁ ନିଷ୍ପତ୍ତି ନିଆଯାଇଛି। ଏ ବାବଦ ଖର୍ଚ୍ଚ ପ୍ରଧାନମନ୍ତ୍ରୀ ପୋଷଣ ଯୋଜନା ପାଇଁ ଉଦ୍ଦିଷ୍ଟ ବଜେଟରୁ ବହନ କରାଯିବ। ଏହି ସହାୟତା ପାଇବା ପାଇଁ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ବାରା ପ୍ରଦତ୍ତ ମୃତ ପାଚିକାଙ୍କ ମୃତ୍ୟୁ ପ୍ରମାଣପତ୍ରର ନକଲ, ତହସିଲଦାରଙ୍କ ଦ୍ବାରା ପ୍ରଦତ୍ତ ମୃତ ପାଚିକାଙ୍କ ଉତ୍ତରାଧିକାରୀ ପ୍ରମାଣପତ୍ରର ନକଲ, ମୃତ ପାଚିକା ଓ ଦାବିଦାରଙ୍କ ଆଧାର କାର୍ଡର ନକଲ, ଦାବିଦାରଙ୍କ ବ୍ୟାଙ୍କ ଖାତାର ପ୍ରଥମ ପୃଷ୍ଠାର ନକଲ, ବିଦ୍ୟାଳୟ ପ୍ରଧାନ ଶିକ୍ଷକଙ୍କଠାରୁ ଆବଶ୍ୟକ ସୁପାରିସ ଆଦି କାଗଜପତ୍ର ଆବଶ୍ୟକ। ସହାୟତା ରାଶି ସିଧାସଳଖ ଦାବିଦାରଙ୍କ ବ୍ୟାଙ୍କ ଖାତାକୁ ପଠାଯିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?