ସ୍ତ୍ରୀ କଲେ ସ୍ବାମୀଙ୍କୁ ହତ୍ୟା, ସନ୍ଦେହରେ…

ଗଜପତି,୭।୧୨(ଗିରିଧାରୀ ପରିଛା): ପାରିବାରିକ ହିଂସାକୁ କେନ୍ଦ୍ର କରି ସ୍ତ୍ରୀ କରିଲେ ସ୍ବାମୀଙ୍କୁ ହତ୍ୟା । ଏଭଳି ଏକ ଘଟଣା ଘଟିଛି ପାରଳାଖେମୁଣ୍ଡି ଜଙ୍ଗମସାହିରେ। ପୋଲିସ ଘଟଣାରେ ତଦନ୍ତ ଆରମ୍ଭ କରିଛି। ଜଙ୍ଗମ ସାହିର ଡିଲେଶରଙ୍କ ପୁଅ ବିଜୟ କୁମାରଙ୍କୁ ତାଙ୍କ ବୋହୂ ସାରଦା ହତ୍ୟା କରିଥିବା ଘଟଣା ସାମ୍‌ନାକୁ ଆସିଛି। ହତ୍ୟା ସମୟରେ ଶାଶୁ ଶ୍ୱଶୁର କୌଣସି କାମରେ ଅନ୍ୟ ଏକ ଗାଁକୁ ଯାଇଥିଲେ। ଏହାର ସୁଯୋଗ ନେଇ ବୋହୂ ତାଙ୍କର ପୁଅକୁ ହତ୍ୟା କରିଥିବା ଅଭିଯୋଗ କରିଛନ୍ତି ଡିଲେଶର ଏବଂ ତାଙ୍କ ସ୍ତ୍ରୀ ।

ସେମାନଙ୍କ କହିବା ମୁତାବକ, ଶୁକ୍ରବାର ସକାଳେ ଡିଲେଶର ଓ ତାଙ୍କ ସ୍ତ୍ରୀ ଘରକୁ ଆସି ଦେଖିଲା ବେଳକୁ ପୁଅ ଘୋଡାଇ ହୋଇ ଶୋଇଥିବା ଦେଖିଥିଲେ। ପରେ ସେମାନେ ପୁଅ ବିଜୟକୁ ଉଠେଇ ଥିଲେ। ହେଲେ ବିଜୟ ଉଠି ନ ଥିଲା। ଶ୍ୱଶୁର ବୋହୂଙ୍କୁ ପଚାରାଉଚରା କରିଥିଲେ। ହେଲେ ବୋହୂ ସଠିକ କଥା କହି ନ ଥିଲେ।

ହେଲେ ସାହିପଡିଶା ମରଶରୀରର ଶେଷକୃତ୍ୟ ନିମନ୍ତେ ପ୍ରସ୍ତୁତି କରିବା ସମୟରେ ବିଜୟଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତାକ୍ତ ଥିବା ଦେଖି ପୋଲିସକୁ ଖବର କରିଥିଲେ। ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ସମ୍ପର୍କୀୟଙ୍କ କହିବା ମୁତବେକ,ବିଭିନ୍ନ ସମୟରେ ସ୍ବମୀ ସ୍ତ୍ରୀଙ୍କ ମଧ୍ୟରେ ଝଗଡା ଲାଗି ରହୁଥିଲା। ଗତକାଲି ମଧ୍ୟ ଝଗଡା ହୋଇଥିଲା। ମା’ ବାପାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ବିଜୟଙ୍କୁ ହତ୍ୟା କରାଯାଇଥିବା ଆଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋ ସମ୍ପ୍ରଦାୟର ମକରରେ ନିଆରା ହେସାରାଘା ପର୍ବ: ନୃତ୍ୟ ଗୀତର ତାଳେତାଳେ ନାଚିଲେ…

ପାଟଣା,୧୮।୧(ବୀରକିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଇଦ ବାଜା ଗ୍ରାମରେ ଶୁକ୍ରବାର ସାରେରେ ହୋ ସମ୍ପ୍ରଦାୟର ହେଶା ରେଗା ମାର୍ଶାଲ ଯୁବକ ସଂଘ ପକ୍ଷରୁ ମକର...

ପାଟଣା ରେଞ୍ଜରେ ପକ୍ଷୀଗଣନା ଆରମ୍ଭ : ଗତବର୍ଷ ତୁଳନାରେ…

ପାଟଣା,୧୮।୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ଶନିବାର ଠାରୁ ପକ୍ଷୀଗଣନା ଆରମ୍ଭ ହୋଇଛି। ରେଞ୍ଜର ଖିରେଇଟାଙ୍ଗିରି ସେକ୍ସନର ବଡ଼ବନ୍ଧ ଏବଂ ରାଜନଗର ନିକଟ ବୈତରଣୀ...

ସ୍ବର୍ଗତଃ ନବ ଦାସଙ୍କ ହତ୍ୟା ଘଟଣା: ହାଇକୋର୍ଟରେ ଜନସ୍ବାର୍ଥ ମାମଲା

ଭୁବନେଶ୍ୱର,୧୮।୧: ପୂର୍ବତନ ମନ୍ତ୍ରୀ ସ୍ବର୍ଗତଃ ନବ ଦାସଙ୍କ ହତ୍ୟା ମାମଲାର ସିବିଆଇ ତଦନ୍ତ ଆବେଦନ କରି ହାଇକୋର୍ଟରେ ଜନସ୍ବାର୍ଥ ମାମଲା ହୋଇଛି। ଭାରତୀୟ ବିକାଶ ପରିଷଦର...

ଜି.ଉଦୟଗିରି ପୂର୍ତ୍ତ ବିଭାଗ ବଙ୍ଗଳାରେ ଅଚାନକ ପହଞ୍ଚିଗଲେ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ମନ୍ତ୍ରୀ ପରେ…

ଜି.ଉଦୟଗିରି,୧୮ା୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ପୂର୍ତ୍ତ ବିଭାଗ ବଙ୍ଗଳାରେ ଅଚାନକ ପଞ୍ଚାୟତିରାଜ ଓ ପାନୀୟ ଜଳଯୋଗାଣ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକ...

ଦୀଘା ମୁହାଣରେ ବୁଡ଼ିଲା ମାଛଧରା ଟ୍ରଲର: ଅଳ୍ପକେ ବର୍ତ୍ତିଲେ ୯ ମତ୍ସ୍ୟଜୀବୀ

ଭୋଗରାଇ, ୧୮।୧ ( ପ୍ରଦୀପ ଦାସ ): ଓଡିଶା ପଶ୍ଚିମବଙ୍ଗ ସୀମାନ୍ତ ଦୀଘା ମୁହାଣ ନିକଟରେ ଏକ ମାଛଧରା ଟ୍ରଲର ବଡିଯାଇଛି। ମାଛ ମାରି କୂଳକୁ...

ନିଖୋଜ ଯୁବତୀ ଜଙ୍ଗଲରୁ ଉଦ୍ଧାର ଘଟଣା: ପୀଡିତାଙ୍କୁ ଭେଟିଲେ କଂସ ଅଭିନେତା

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ):ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ମାମଲା ସାରାରାଜ୍ୟରେ ହଇଚଇ ସୃଷ୍ଟି କରିଛି। ପୀଡିତା ଏବେ ମଧ୍ୟ...

ମାଲକାନଗିରିରୁ ରୋଗୀ ନେଇଯାଉଥିବା ବସ୍‌ ବିଶାଖାପାଟଣାରେ ଦୁର୍ଘଟଣାଗ୍ରସ୍ତ: ଚାଲିଗଲା ୨ ଜୀବନ

ମାଲକାନଗିରି,୧୮।୧(ଦୁର୍ଯ୍ୟୋଧନ ପାତ୍ର): ବିଶାଖାପାଟନମସ୍ଥିତ ଅନିଲ ନିରୁକୋଣ୍ଡା ହସ୍ପିଟାଲରେ ଚିକିତ୍ସା ପାଇଁ ରୋଗୀଙ୍କୁ ହସ୍ପିଟାଲ ତରଫରୁ ନେଇ ଯାଉଥିବା ବସ୍‌ର ସଡ଼କ ଦୁର୍ଘଟଣା ହୋଇଛି। ଦୁର୍ଘଟଣା ବିଶାଖାପାଟନମ...

ବାଳସୁଧାର ଗୃହକୁ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୮।୧(ଅଶେଷ ନାଥ ମିଶ୍ର): ବାଇକ ସହ ଗଞ୍ଜେଇ ଜବତ ଘଟଣାରେ ଗଞ୍ଜାମ ଜିଲା ପାଟପୁର ଥାନା ଏସ୍‌ଆଇ ହିମାଂଶୁ ପାତ୍ର ଶୁକ୍ରବାର ଅଭିଯୁକ୍ତଙ୍କୁ ଥାନା ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri