Posted inଜାତୀୟ

ଏଏପି ପାଖରେ ଯଦି ଅଫର ରେକର୍ଡିଂ ଅଛି ତେବେ ଭାଜପାର ପର୍ଦ୍ଦାଫାଶ୍‌ କରାଯାଉ, କହିଲା ଏନସିପି…

ନୂଆଦିଲ୍ଲୀ, ୨୩।୮ : ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ଭାଜପା ପକ୍ଷରୁ ଦିଆଯାଇଥିବା ଅଫରକୁ ନେଇ ରାଜନୈତିକସ୍ତରରେ କାଦୁଅ ଫିଙ୍ଗା ଜାରି ରହିଛି। ମଙ୍ଗଳବାର ଶରଦ ପାୱାରଙ୍କ ନେତୃତ୍ୱାଧୀନ ଏନସିପି କହିଛି ଯେ, ଯଦି ଏଏପି ପାଖରେ ଏହି ଅଫର ରେକର୍ଡିଂ ରହିଛି ତେବେ ଏହାକୁ ଜାରି କରି ଭାଜପାର ପର୍ଦ୍ଦାଫାଶ୍‌ କରାଯାଉ।

ସିସୋଡିଆ ଦାବି କରିଥିଲେ ଯେ ଭାଜପା ତାଙ୍କୁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ କରିବାକୁ ପ୍ରସ୍ତାବ ଦେଇଛି। ଯଦି ସେ ଭାଜପାରେ ଯୋଗ ଦିଅନ୍ତି ତେବେ ତାଙ୍କ ବିରୋଧରେ ଥିବା ଇଡି ଏବଂ ସିବିଆଇର ସମସ୍ତ ମାମଲା ବନ୍ଦ ହୋଇଯିବ।

ଏନସିପି ମୁଖପାତ୍ର କ୍ଲାଇଡ କ୍ରେଷ୍ଟୋ କହିଛନ୍ତି ଭାଜପାର ଏଭଳି ପ୍ରସ୍ତାବର ଦାବି ଯଦି ସତ ହୁଏ ତେବେ ଏହା ଆଗାମୀ ଦିନରେ ଭାରତର ଗଣତନ୍ତ୍ର ପାଇଁ ବିପଦଜନକ ସାବ୍ୟସ୍ତ ହେବ। କ୍ରେଷ୍ଟୋ କହିଛନ୍ତି ମହାରାଷ୍ଟ୍ରର ବିଧାୟକଙ୍କ ସହ ମଧ୍ୟ ସମାନ ଅଫର ଉପରେ ଆଲୋଚନା କରାଯାଇଥିଲା। ଶେଷରେ ମହାରାଷ୍ଟ୍ର ବିକାଶ ଅଘାଡି ସରକାର କ୍ଷମତାଚ୍ୟୁତ ହୋଇଥିଲେ।

ସିସୋଡିଆ ସୋମବାର ଅଭିଯୋଗ କରିଥିଲେ ତାଙ୍କୁ ଆମ ଆଦମୀ ପାର୍ଟି ଛାଡି ଭାଜପାରେ ଯୋଗଦେବାକୁ ଭାଜପା ତରଫରୁ ଏକ ଅଫର ଆସିଛି। ଅପରପକ୍ଷରେ ଭାଜପା ଏହି ପ୍ରସଙ୍ଗରେ ମୁହଁ ଖୋଲିଥିଲା। ଭାଜପା ଜବାବ ଦେଇଥିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ପ୍ରମୁଖ ସହାୟକ ସିସୋଡିଆ ନିଜ ବିରୋଧରେ ହୋଇଥିବା ଦୁର୍ନୀତି ଅଭିଯୋଗରୁ ଦୃଷ୍ଟି ହଟାଇବା ଲାଗି ଭାଜପା ବିରୋଧରେ ଏଭଳି ଅଭିଯୋଗ ଆଣି ସିବିଆଇ ଚଢ଼ାଉର ପ୍ରତିଶୋଧ ନେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri