Posted inଜାତୀୟ

ଅଖିଳେଶ ଚାହିଁଲେ ୧୫ ଦିନରେ କ୍ଷମତାଚ୍ୟୁତ ହେବେ ଯୋଗୀ ସରକାର, ୧୫୦ରୁ ଅଧିକ ଭାଜପା ବିଧାୟକ ଅସନ୍ତୁଷ୍ଟ, ନାରଦଙ୍କ ଦାବି…

ଲକ୍ଷ୍ନୌ,୨୩।୮ : ସମାଜବାଦୀ ପାର୍ଟିର ନେତା ତଥା ପୂର୍ବତନ ମନ୍ତ୍ରୀ ନାରଦ ରାୟ କହିଛନ୍ତି ଯେ ଯେଉଁ ଦିନ ଅଖିଳେଶ ଯାଦବ ତାଙ୍କ ନିଷ୍ପତ୍ତି ନେବେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ୧୫ଦିନ ମଧ୍ୟରେ କ୍ଷମତାଚ୍ୟୁତ ହେବେ। ଯୋଗୀଙ୍କ ଉପରେ ୧୫୦ରୁ ଅଧିକ ଭାଜପା ବିଧାୟକ ଅସନ୍ତୁଷ୍ଟ ଅଛନ୍ତି। ରାଜ୍ୟ ସରକାରଙ୍କ ମନ୍ତ୍ରୀମାନେ ମଧ୍ୟ ଅସନ୍ତୁଷ୍ଟ ରହିଛନ୍ତି ବୋଲି ସେ ଦାବି କରିଛନ୍ତି।

ଗଣମାଧ୍ୟମ ସହ କଥାବାର୍ତ୍ତା ବେଳେ ନାରଦ ରାୟ କହିଛନ୍ତି ଯେ ଯୋଗୀଙ୍କ ସରକାର ଆଉ ଚାଲିବ ନାହିଁ। ଖୁବ୍‌ ଶୀଘ୍ର ଏହାର ପତନ ହେବାକୁ ଯାଉଛି।

ସେ କହିଛନ୍ତି ଆପଣ ଉପମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକଙ୍କୁ ଉପରୁ ଭଲ ବୋଲି ଦେଖୁଛନ୍ତି। କିନ୍ତୁ ତାଙ୍କ ମନରେ ବହୁ ଦୁଃଖ ରହିଛି। ଯେଉଁ ଦିନ ତାଙ୍କୁ ଭାଜପା ସଂସଦୀୟ ବୋର୍ଡରୁ ହଟାଇ ଦିଆଯାଇଥିଲା ସେହି ଦିନ ସେ ନୀତିନ ଗଡକରୀଙ୍କୁ ଭେଟିଥିଲେ। ଭାଜପା ନିଜେ ଏହାର ସଦସ୍ୟଙ୍କୁ ଏଭଳି ଆଘାତ ଦେଇଛି। ତେଣୁ ରାଜ୍ୟରେ ଯୋଗୀ ସରକାରଙ୍କ ଉପରେ ଏହାର ପ୍ରଭାବ ପଡ଼ିଛି। ରାଜ୍ୟରେ ଭାଜପା ସରକାର ଅଳ୍ପ ଦିନ ଚାଲିବ ବୋଲି ନାରଦ ମତ ପ୍ରକାଶ କରିଛନ୍ତି।

ଯୋଗୀ ମୁଖ୍ୟମନ୍ତ୍ରୀ ହେବା ଦିନଠାରୁ କୌଣସି ଭାଜପା ନେତା ତାଙ୍କୁ ପସନ୍ଦ କରନ୍ତି ନାହିଁ ବୋଲି ନାରଦ ଦାବି କରିଛନ୍ତି। ୫୦ କୋଟି ଲାଞ୍ଚ ନେଇ ଆରଟିଓ ପୋଷ୍ଟିଂ କରାଯାଉଛି । ଯେତେବେଳେ ସରକାରଙ୍କ ଏଭଳି ଅବସ୍ଥା ଆସେ ସେତେବେଳେ ଆଉ ରାଜ୍ୟରେ ସରକାରଙ୍କ ଶେଷ ହେବାର ଦିନ ପାଖେଇ ଆସିଥାଏ। କେବଳ ଅଖିଳେଶ ଯାଦବ ତାଙ୍କ ନିଷ୍ପତ୍ତି ନେବା ଆବଶ୍ୟକ। ୨୦୨୪ ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି ସମାଜବାଦୀ ପାର୍ଟି ଏକ ସଦସ୍ୟତା ଅଭିଯାନ ଚଳାଉଛି। ନାରଦଙ୍କୁ ଏହାର ଜିଲା ଦାୟିତ୍ୱ ଦିଆଯାଇଛି। ସେ ଚାନ୍ଦୁଲି ଗସ୍ତରେ ଯାଇ ଏହି କଥା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri