Posted inଜାତୀୟ

ଯଦି କେହି ସରକାରୀ କର୍ମଚାରୀ ଆର୍‌ଏସ୍‌ଏସ୍‌ର ମେମ୍ବର ହୋଇଥାନ୍ତି ତେବେ…

ହାଇଦ୍ରବାଦ,୨୨ା୭: କେନ୍ଦ୍ର ସରକାର ସରକାରୀ କର୍ମଚାରୀଙ୍କୁ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ(ଆର୍‌ଏସ୍‌ଏସ୍‌)ର କାର୍ଯ୍ୟକଳାପରେ ଅଂଶଗହଣ କରିବା ଉପରେ ପ୍ରତିବନ୍ଧକ ଲଗାଇଥିଲେ। କଂଗ୍ରେସ ପ୍ରଥମେ ଏହି କଥା କରିଥିଲା। ବର୍ତ୍ତମାନ ଏହି ପ୍ରସଙ୍ଗରେ ଏଆଇଏମ୍‌ଆଇଏମ୍‌ର ମୁଖ୍ୟ ଅସ୍‌ଦୁଦ୍ଦିନ ଓଓ୍ବାଇସି କହିଛନ୍ତି, ଯଦି କୌଣସି ସରକାରୀ କର୍ମଚାରୀ ଆର୍‌ଏସ୍‌ଏସ୍‌ର ସଦସ୍ୟ ତେବେ ସେ ଦେଶ ପ୍ରତି ବିଶ୍ୱସ୍ତ ହୋଇପାରିବେ ନାହିଁ। ଏହାର କାରଣ ହେଉଛି ଆର୍‌ଏସ୍‌ଏସ୍‌ ସମ୍ବିଧାନ ଏବଂ ତ୍ରିରଙ୍ଗାର ବିରୋଧୀ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର ସରକାରଙ୍କୁ କଡ଼ା ଆକ୍ରମଣ କରି ଓଓ୍ବାଇସି କର୍ମଚାରୀ, ଜନ ଅଭିଯୋଗ ଏବଂ ପେନ୍‌ସନ୍‌ ମନ୍ତ୍ରଣାଳୟ ଦ୍ୱାରା ଜାରି ଏକ କାର୍ଯ୍ୟାଳୟ ସ୍ମାରକପତ୍ର ବାଣ୍ଟିଛନ୍ତି। ଏଥିରେ ସରକାରୀ କର୍ମଚାରୀଙ୍କ ଆର୍‌ଏସ୍‌ଏସ୍‌ କାର୍ଯ୍ୟକ୍ରମରେ ଭାଗ ନେବାକୁ ଥିବା ପ୍ରତିବନ୍ଧକକୁ ହଟାଇବା ନେଇ ଚର୍ଚ୍ଚା ଚାଲିଛି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଅଫିସ ସ୍ମାରକପତ୍ର ବାଣ୍ଟିବାବେଳେ ଓଓ୍ବାଇସି କହିଛନ୍ତି, ଯଦି ଏହି କଥା ସତ ତେବେ ଏହା ଭାରତର ଅଖଣ୍ଡତା ଏବଂ ଏକତା ବିରୋଧ ଅଟେ।

ହାଇଦ୍ରାବାଦ ଏମ୍‌ପି କହିଛନ୍ତି, ‘ସମ୍ବିଧାନ, ଜାତୀୟ ପତାକା ଏବଂ ଜାତୀୟ ସଂଗୀତ ଗ୍ରହଣ କରିବାକୁ ମନା କରିବାରୁ ଆର୍‌ଏସ୍‌ଏସ୍‌କୁ ବାରଣ କରାଯାଇଥିଲା। ପ୍ରତ୍ୟେକ ଆର୍‌ଏସ୍‌ଏସ୍‌ ସଦସ୍ୟ ହିନ୍ଦୁତ୍ୱକୁ ଦେଶ ଉପରେ ରଖିବା ପାଇଁ ଶପଥ ନେଇଛନ୍ତି। ଯଦି କୌଣସି ସରକାରୀ କର୍ମଚାରୀ ଆରଏସ୍‌ଏସ୍‌ର ସଦସ୍ୟ ଅଟନ୍ତି ତେଣୁ ସେ ଦେଶ ପ୍ରତି ବିଶ୍ୱସ୍ତ ହୋଇପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

ଉଚ୍ଚ ଦରମାରେ ଚାକିରି ସୁଯୋଗ ଆଣିଛି SBI, ଜାଣନ୍ତୁ କେମିତି କରିବେ ଆବେଦନ, ଶେଷ ତାରିଖ ରହିଛି…

ନୂଆଦିଲ୍ଲୀ,୨୦ା୯: ଆଜିକାଲି ସମସ୍ତେ ଭଲ ଦରମା ପାଇବା ପାଇଁ ଗୋଟିଏ ଭଲ ଚାକିରି ଖୋଜୁଛନ୍ତି। ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ’ (SBI)…

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?