Posted inଖେଳ

ଆଇପିଏଲ୍‌ରେ ଏହି କ୍ରିକେଟ୍‌ରଙ୍କ ଅଛି ସବୁଠୁ ତୀକ୍ଷ୍ନ ମସ୍ତିଷ୍କ

ନୂଆଦିଲ୍ଲୀ,୨୧।୯: ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଆଇପିଏଲ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ବିପକ୍ଷ ମ୍ୟାଚ୍‌ରେ ଚମତ୍କାର ଅଧିନାୟକତ୍ୱ କରିଥିଲେ। ରୋହିତ ଶର୍ମାଙ୍କ ବିନା ପଡ଼ିଆରେ ଅବତରଣ କରିଥିବା ମୁମ୍ବାଇ ଇଣ୍ଡିଆନ୍ସର ଏକ ଭଲ ଆରମ୍ଭ ଥିଲା। ପ୍ରଥମେ ବ୍ୟାଟିଂ କରି ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାୱାର ପ୍ଲେରେ ୪ ଉଇକେଟ ହରାଇ ମାତ୍ର ୨୪ ରନ ସ୍କୋର କରିଥିଲା, କିନ୍ତୁ ଏହାର କିଛି ସମୟ ପରେ ସିଏସ୍‌କେର ଭାଗ୍ୟ ବଦଳିଗଲା। ୫୮ ବଲ୍‌ରେ ରୁତୁରାଜ ଗାଇକ୍ୱାଡଙ୍କ ୮୮ ରନ ଆଧାରରେ ସିଏସ୍କେ ମୁମ୍ବାଇ ଇଣ୍ଡିଆନ୍ସଙ୍କ ସମ୍ମୁଖରେ ୧୫୮ ରନ୍‌ର ଲକ୍ଷ୍ୟ ଧାର୍ଯ୍ୟ କରିଥିଲା।
ନିଜର ଭିନ୍ନ ରଣନୀତି ପାଇଁ ସର୍ବଦା ପ୍ରସିଦ୍ଧ ଧୋନୀ ସିଏସକେ ବୋଲରମାନଙ୍କୁ ଏପରି ଭାବରେ ପରିଚାଳନା କରିଥିଲେ ଯେ, ମୁମ୍ବାଇ ଇଣ୍ଡିଆନ୍ସକୁ ୨୦ ରନ୍‌ରେ ପରାଜୟର ସମ୍ମୁଖୀନ ହେବାକୁ ପଡିଲା। ଏହି ବିଜୟ ଆଧାରରେ, ସିଏସକେ ଦୁଇଟି ମୂଲ୍ୟବାନ ପଏଣ୍ଟ ସହ ପଏଣ୍ଟ ଟେବୁଲର ଶୀର୍ଷକୁ ଆସିଛି। ପୂର୍ବତନ ଭାରତୀୟ ଓପନର୍‌ ବୀରେନ୍ଦ୍ର ସେହ୍ବାଗ ଧୋନୀଙ୍କୁ ପ୍ରଶଂସା କରିଥିଲେ। ଧୋନୀଙ୍କ ରଣନୀତି ଖେଳକୁ ସମ୍ପୂର୍ଣ୍ଣ ଓଲଟପାଲଟ କରିଦେଇଥିଲା।ଏହି ଟୁର୍ନାମେଣ୍ଟରେ ସିଏସକେ ଅଧିନାୟକଙ୍କ ତୀକ୍ଷ୍ଣ ନଜର ରହିଛି ବୋଲି ସେ କହିଛନ୍ତି।
ସେହ୍ବାଗ କହିଛନ୍ତି, ଏମଏସ ଧୋନୀଙ୍କ ଅଧିନାୟକତ୍ୱ ପ୍ରଶଂସନୀୟ, ଏଥିରେ କୌଣସି ସନ୍ଦେହ ନାହିଁ। ସେ ଖେଳ ପୂର୍ବରୁ ଯୋଜନା କରନ୍ତି ନାହିଁ। ସେ ପଡ଼ିଆରେ ପରିସ୍ଥିତି ଦେଖି ନିଷ୍ପତ୍ତି ନିଅନ୍ତି। ସେ ବିରୋଧୀ ବ୍ୟାଟ୍ସମ୍ୟାନଙ୍କ ଦେଖନ୍ତି ଏବଂ ସେହି ଅନୁଯାୟୀ ବୋଲିଂ ଆକ୍ରମଣ କରନ୍ତି। ବାସ୍ତବରେ ସେ ଜଣେ ଭଲ ଅଧିନାୟକ, କିନ୍ତୁ ଫିଲ୍ଡ ସେଟଅପ ଅନୁଯାୟୀ ତାଙ୍କ ବୋଲରମାନେ ବୋଲିଂ କରନ୍ତି। ଯଦି ଏହି ଲିଗରେ କାହାର ତୀକ୍ଷ୍ଣ ନଜର ଅଛି, ସେ ହେଉଛନ୍ତି ଏମଏସ ଧୋନୀ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri