ଶ୍ରୀମନ୍ଦିର ନୀତିକାନ୍ତିରେ ବିଭ୍ରାଟ କଲେ ନିଆଯିବ କଠୋର ପଦକ୍ଷେପ: ମନ୍ତ୍ରୀ

ପୁରୀ,୨।୧୦: ଶ୍ରୀମନ୍ଦିର ନୀତିକାନ୍ତିରେ ବିଭ୍ରାଟ କଲେ ନିଆଯିବ କଠୋର ପଦକ୍ଷେପ। ଗଣମାଧ୍ୟମ ଆଗରେ ଆଜି ଏଭଳି କହିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଶ୍ରୀମନ୍ଦିର ଲୁହା କଡ଼େଇ ଅବଢା ପ୍ରସଙ୍ଗରେ ମଧ୍ୟ ଆଇନ ମନ୍ତ୍ରୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଉକ୍ତ ମାମଲାର ସମୀକ୍ଷା ଚାଲିଛି। ଯିଏ ବି ସମ୍ପୃକ୍ତ ଥିବା ଜଣାପଡିବେ ତାଙ୍କ ବିରୋଧରେ କଠୋର ପଦକ୍ଷେପ ନିଆଯିବ।

ଶ୍ରୀମନ୍ଦିରରେ ରୋଷେଇରେ ଲୁହା କଡ଼େଇ ବ୍ୟବହାରକୁ ନେଇ ମଙ୍ଗଳବାର ପ୍ରଶାସନ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି। ୩ ସୁପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସହ ଜଣେ ପାଳିଆ ସେବକ ମହାପ୍ରଭୁଙ୍କ ସେବାପୂଜାରୁ ନିଲମ୍ବିତ କରାଯାଇଛି। ଏମାନଙ୍କୁ ଶ୍ରୀମନ୍ଦିର ପରିସର କିମ୍ବା ଶ୍ରୀମନ୍ଦିର ରୋଷରେ ପ୍ରବେଶ ନିଷିଦ୍ଧ କରାଯାଇଛି।

ସୂଚନାଯୋଗ୍ୟ,ଶ୍ରୀମନ୍ଦିରରେ ମାଟିକୁଡୁଆ ପରିବର୍ତ୍ତେ ଲୁହା କଡ଼େଇରେ ମହାପ୍ରସାଦ ପ୍ରସ୍ତୁତ ହେଉଛି। ଏହାଦ୍ୱାରା ଶ୍ରୀମନ୍ଦିର ସତ୍ତ୍ୱଲିପି ତଥା ପରମ୍ପରାର ଉଲ୍ଲଂଘନ ହେଉଛି। ଏଭଳି ଅଭିଯୋଗ ଆଣିବା ସହ ଏ ନେଇ ଆପତ୍ତି ଉଠାଇଥିଲା ସୁଆର ମହାସୁଆର ନିଯୋଗ। ସମ୍ପୃକ୍ତ ସେବାୟତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ନିଯୋଗ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନକୁ ଚିଠି ଲେଖାଯାଇଥିଲା। ଅନ୍ୟପକ୍ଷରେ ଏ ସଂକ୍ରାନ୍ତରେ ନିଯୋଗକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୋଟିସ ଜାରି କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ଲୁଚି ଲୁଚି ଏହି ଅଭିନେତ୍ରୀଙ୍କ ସହ ନିର୍ବନ୍ଧ କଲେ ଏଲଭିଶ ଯାଦବ, ଫଟୋ ଭାଇରାଲ

ମୁମ୍ବାଇ: ଲୋକପ୍ରିୟ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅଭିନେତ୍ରୀ ଜିଆ ଶଙ୍କରଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ନିକଟରେ ଏଲଭିଶ ଏକ ରହସ୍ୟମୟ…

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri