Posted inଜାତୀୟ

ମୋର କିଛି ହେଲେ କେନ୍ଦ୍ର ଦାୟୀ: ସତ୍ୟପାଲ

ନୂଆଦିଲ୍ଲୀ,୧୫ା୩: ଜମ୍ମୁ-କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକଙ୍କ ଜେଡ୍‌-ପ୍ଲସ୍‌ ସୁରକ୍ଷା ପ୍ରତ୍ୟାହାର ହୋଇଯିବା ପରେ ସେ କେନ୍ଦ୍ରକୁ କଡ଼ା ସମାଲୋଚନା କରିଛନ୍ତି। ଯଦି ତାଙ୍କ ଉପରେ ଆକ୍ରମଣ ହୁଏ, ତେବେ କେନ୍ଦ୍ର ସରକାର ଏଥିପାଇଁ ଦାୟୀ ରହିବେ ବୋଲି ସତ୍ୟପାଲ କହିଛନ୍ତି। ୨୦୧୯ ଅଗଷ୍ଟରେ କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ପ୍ରତ୍ୟାହାର କରିନେବା ସହ ଏହାକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କଲାବେଳେ ସତ୍ୟପାଲ ରାଜ୍ୟପାଳ ଥିଲେ। ସୁରକ୍ଷା ବ୍ୟବସ୍ଥା ଫେରାଇ ନିଆଯିବ ବୋଲି ସେ ପୋଲିସ ମୁଖ୍ୟାଳୟରୁ ଜାଣିବାକୁ ପାଇଥିଲେ। ଏବେ ତାଙ୍କୁ ଜଣେ ଏସ୍‌ପିଓ ମିଳିଥିବାବେଳେ ସେ ୩ ଦିନ ହେଲା ଆସିନାହାନ୍ତି। ତେଣୁ ଯେକେହି ତାଙ୍କୁ ଆକ୍ରମଣ କରିପାରନ୍ତି ବୋଲି ସତ୍ୟପାଲ କହିଛନ୍ତି। ଜମ୍ମୁ-କଶ୍ମୀରର ଅନ୍ୟ ପୂର୍ବତନ ରାଜ୍ୟପାଳଙ୍କୁ ଉତ୍ତମ ସୁରକ୍ଷା ବ୍ୟବସ୍ଥା ମିଳିଥିବାବେଳେ ତାଙ୍କୁ ଏଥିରୁ ବଞ୍ଚତ୍ତ କରାଯାଇଛି। ସୂଚନାଯୋଗ୍ୟ, ପୂର୍ବରୁ ଅନେକ ଥର ସତ୍ୟପାଲ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି। କୃଷି ଆଇନ ବିରୋଧରେ ଚାଲିଥିବା ଚାଷୀ ଆନ୍ଦୋଳନକୁ ସେ ସମର୍ଥନ ଜଣାଇଥିଲେ। ଜମ୍ମୁ-କଶ୍ମୀରର ଦୁଇଟି ଫାଇଲ୍‌କୁ ମଞ୍ଜୁରୀ ପ୍ରଦାନ କରିବା ପାଇଁ ତାଙ୍କୁ ୩୦୦ କୋଟି ଟଙ୍କା ଲାଞ୍ଚ ଯଚାଯାଇଥିଲା ବୋଲି ସତ୍ୟପାଲ ଅଭିଯୋଗ କରି ଚର୍ଚ୍ଚାକୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖତାରଙ୍କ ୧୨ଶହ କୋଟି ଟଙ୍କାର ସମ୍ପତ୍ତି

ଲକ୍ଷ୍ନୌ,୨୮।୩: ମୁଖତାର ଅନସାରୀଙ୍କ ନାମ କିଏ ବା ନ ଶୁଣିଛି। ଯଦି ଆମେ ପୂର୍ବାଞ୍ଚଳ ବିଷୟରେ କଥା ହେବା, ସେଠାରେ ଥିବା ସମସ୍ତେ ନିଶ୍ଚୟ ତାଙ୍କ...

ମାଫିଆ ମୁଖତାର ଅନସାରୀଙ୍କ ମୃତ୍ୟୁ, ହସ୍ପିଟାଲରେ ପୋଲିସ ଛାଉଣି, ୧୪୪ ଧାରା ଜାରି

ବାନ୍ଦା,୨୮।୩: ଉତ୍ତର ପ୍ରଦେଶର ବାନ୍ଦା ହସ୍ପିଟାଲରେ ଶୁକ୍ରବାର ରାତିରେ ମାଫିଆରୁ ରାଜନେତା ହୋଇଥିବା ମୁଖତାର ଅନସାରୀଙ୍କ ମୃତ୍ୟୁ ହୋଇଛି। ବାନ୍ଦା ଜେଲରେ ହାର୍ଟ ଆଟାକ ପରେ...

ଇଡି ଜବତ କରୁଥିବା ସମ୍ପତ୍ତି ହୁଏ କ’ଣ, ଯାହାକୁ ଗରିବଙ୍କ ମଧ୍ୟରେ ବାଣ୍ଟି ଦେଉଥିବା କହୁଛନ୍ତି ମୋଦି?

ନୂଆଦିଲ୍ଲୀ,୨୮।୩: ନିର୍ବାଚନ ଋତୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଏକ ବଡ଼ ଦାବି କରିଛନ୍ତି। ପଶ୍ଚିମବଙ୍ଗର କୃଷ୍ଣନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ...

ଜେଲରୁ ପ୍ରଚାର କରିବେ ଆଜମ ଖାଁ? ଷ୍ଟାର ପ୍ରଚାରକ ଲିଷ୍ଟରେ ରହିଛି ନାମ

ଲକ୍ଷ୍ନୌ,୨୮।୩: ଲୋକସଭା ନିର୍ବାଚନ ୨୦୨୪ ପାଇଁ ବିଗୁଲ ବାଜି ସାରିଛି ଏବଂ ଉତ୍ତରପ୍ରଦେଶର ୮୦ଟି ଆସନରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ୟୁପିରେ ପ୍ରଥମ...

ମୁଖତାର ଅନସାରୀ ଗୁରୁତର, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୨୮।୩: ବାହୁବଳୀ ନେତା ମୁଖତାର ଅନସାରୀ ଗୁରୁତର ହୋଇପଡିଛନ୍ତି। ବାନ୍ଦା ଜେଲରେ ଥିବା ବେଳେ ତାଙ୍କର ସ୍ବାସ୍ଥ୍ୟ ବିଗିଡି ଯାଇଛି। ଏହା ପରେ ତାଙ୍କୁ ବାନ୍ଦା...

କେଜ୍‌ରିଓ୍ବାଲଙ୍କ ଗିରଫଦାରୀକୁ ନେଇ ଆମେରିକା ଦେଇଥିବା ମନ୍ତବ୍ୟ ଉପରେ କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୨୮।୩ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଗିରଫଦାରୀ ଏବଂ କଂଗ୍ରେସର ବ୍ୟାଙ୍କ ଆକାଉଣ୍ଟକୁ ଅଚଳ କରାଯିବା ଘଟଣା ଉପରେ ଆମେରିକାର ମନ୍ତବ୍ୟ ଅବାଞ୍ଛିତ ବୋଲି...

ଭାଜପା ସହ ହେଲା ନାହିଁ ମେଣ୍ଟ ତ ନବୀନ ଖେଳିଲେ ନୂଆ ଗେମ! ପୁରୁଷଙ୍କ ଟିକେଟ କାଟି ପତ୍ନୀମାନଙ୍କୁ କଲେ ପ୍ରାର୍ଥୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮।୩: ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪ ମହିଳାଙ୍କୁ ସେମାନଙ୍କ ସ୍ବାମୀଙ୍କ ସ୍ଥାନରେ ପ୍ରାର୍ଥୀ କରିଛି। ଏହି...

୧୪ ବର୍ଷର ବନବାସ ଶେଷ କରି କାହିଁକି ରାଜନୀତିକୁ ଫେରିଲେ ଛୋଟେ ମିଆଁ

ମୁମ୍ବାଇ,୨୮।୩: ବଲିଉଡ଼ ଅଭିନେତା ତଥା ପୂର୍ବତନ ଏମପି ଗୋବିନ୍ଦା ଗୁରୁବାର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନାରେ ଯୋଗ ଦେଇଛନ୍ତି। ମୁମ୍ବାଇ ଉତ୍ତର ପଶ୍ଚିମରେ ଶିବସେନାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri