Posted inଜାତୀୟ

ମୋର କିଛି ହେଲେ କେନ୍ଦ୍ର ଦାୟୀ: ସତ୍ୟପାଲ

ନୂଆଦିଲ୍ଲୀ,୧୫ା୩: ଜମ୍ମୁ-କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକଙ୍କ ଜେଡ୍‌-ପ୍ଲସ୍‌ ସୁରକ୍ଷା ପ୍ରତ୍ୟାହାର ହୋଇଯିବା ପରେ ସେ କେନ୍ଦ୍ରକୁ କଡ଼ା ସମାଲୋଚନା କରିଛନ୍ତି। ଯଦି ତାଙ୍କ ଉପରେ ଆକ୍ରମଣ ହୁଏ, ତେବେ କେନ୍ଦ୍ର ସରକାର ଏଥିପାଇଁ ଦାୟୀ ରହିବେ ବୋଲି ସତ୍ୟପାଲ କହିଛନ୍ତି। ୨୦୧୯ ଅଗଷ୍ଟରେ କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ପ୍ରତ୍ୟାହାର କରିନେବା ସହ ଏହାକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କଲାବେଳେ ସତ୍ୟପାଲ ରାଜ୍ୟପାଳ ଥିଲେ। ସୁରକ୍ଷା ବ୍ୟବସ୍ଥା ଫେରାଇ ନିଆଯିବ ବୋଲି ସେ ପୋଲିସ ମୁଖ୍ୟାଳୟରୁ ଜାଣିବାକୁ ପାଇଥିଲେ। ଏବେ ତାଙ୍କୁ ଜଣେ ଏସ୍‌ପିଓ ମିଳିଥିବାବେଳେ ସେ ୩ ଦିନ ହେଲା ଆସିନାହାନ୍ତି। ତେଣୁ ଯେକେହି ତାଙ୍କୁ ଆକ୍ରମଣ କରିପାରନ୍ତି ବୋଲି ସତ୍ୟପାଲ କହିଛନ୍ତି। ଜମ୍ମୁ-କଶ୍ମୀରର ଅନ୍ୟ ପୂର୍ବତନ ରାଜ୍ୟପାଳଙ୍କୁ ଉତ୍ତମ ସୁରକ୍ଷା ବ୍ୟବସ୍ଥା ମିଳିଥିବାବେଳେ ତାଙ୍କୁ ଏଥିରୁ ବଞ୍ଚତ୍ତ କରାଯାଇଛି। ସୂଚନାଯୋଗ୍ୟ, ପୂର୍ବରୁ ଅନେକ ଥର ସତ୍ୟପାଲ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି। କୃଷି ଆଇନ ବିରୋଧରେ ଚାଲିଥିବା ଚାଷୀ ଆନ୍ଦୋଳନକୁ ସେ ସମର୍ଥନ ଜଣାଇଥିଲେ। ଜମ୍ମୁ-କଶ୍ମୀରର ଦୁଇଟି ଫାଇଲ୍‌କୁ ମଞ୍ଜୁରୀ ପ୍ରଦାନ କରିବା ପାଇଁ ତାଙ୍କୁ ୩୦୦ କୋଟି ଟଙ୍କା ଲାଞ୍ଚ ଯଚାଯାଇଥିଲା ବୋଲି ସତ୍ୟପାଲ ଅଭିଯୋଗ କରି ଚର୍ଚ୍ଚାକୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri