ସଚେତନତା ବଢ଼ିଲେ, ଦୁର୍ଘଟଣାହାର କମିବ: ଗାଡି ଚାଳକଙ୍କୁ ସଚେତନ କରାଇଲେ ମହିଳା

ଭଞ୍ଜନଗର,୨୯/୧୧(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ରୋଟାରୀ କ୍ଲବ ପକ୍ଷରୁ ଭଞ୍ଜନଗର ବେଲଗୁଣ୍ଠା ରୋଡ ନୂଆଗାଁ ସେତୁ ଉପରେ ଶୂନ୍ୟ ମୃତାହତ ପକ୍ଷ ଅବସରରେ ଏକ ସଭା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସେଠାରେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ହୋଇଥିଲା। ଏଥିରେ ଭଞ୍ଜନଗର ଆଞ୍ଚଳିକ ପରିବହନ ଅଧିକାରୀ ଭାଗିରଥି ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଲୋକଙ୍କ ମଧ୍ୟରେ ସଚେତନତା ବଢ଼ିଲେ ଦୁର୍ଘଟଣା ହାର କମିପାରିବ ବୋଲି କହିଥିଲେ। ଏଥିସହ ସଂପୃକ୍ତ ରାସ୍ତାରେ ଯାତାୟାତ କରୁଥିବା ଗାଡି ଚାଳକଙ୍କୁ ସଡ଼କ ପରିବହନ ନିୟମ ଉପରେ ସଚେତନ କରାଇଥିଲେ।
ଏହି ଅବସରରେ ରୋଟାରୀ କ୍ଲବ ପକ୍ଷରୁ ଯେଉଁମାନେ ନିୟମ ଭାଙ୍ଗୁଛନ୍ତି ସେମାନଙ୍କୁ ନିୟମ ମାନି ଚଲିବା ପାଇଁ ଅନୁରୋଧ କରାଯାଇଥିଲା । ଏଥିସହ ଯେଉଁମାନେ ନିୟମ ମାନୁଛନ୍ତି ସେମାନଙ୍କୁ ଚକଲେଟ ଦେଇ ସ୍ବାଗତ କରାଯାଇଥିଲା । କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ରୋଟାରୀ କ୍ଲବ ସଭାପତି ରଞ୍ଜିତ ବାରିକ, ରୋଟାରୀ ଇନରହ୍ବିଲ କ୍ଲବ ସଭାନେତ୍ରୀ ସୁନିତା ବାରିକ, ଭଞ୍ଜନଗର ଥାନା ଏସଆଇ ଲିପିନା ବିଶ୍ୱାଳ,ଏମ ଭି ଆଇ କିଶୋର କୁମାର ଦେ, ବେଲଗୁଣ୍ଠା ଥାନା ଅଧିକାରୀ ଅଭୟ ପ୍ରଧାନ, ଏସଆଇ ଶରତ ଚନ୍ଦ୍ର ପଣ୍ଡା, ଅତିରିକ୍ତ ଇନ୍ସପେକ୍ଟର ସେକ ଉଦିନ ପ୍ରମୁଖ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri