Posted inରାଜ୍ୟ

ଭାଜପା ଜିତିଲେ କିଏ ହେବ ଓଡ଼ିଶାର ମୁଖ୍ୟମନ୍ତ୍ରୀ, ଧର୍ମେନ୍ଦ୍ର ଦେଲେ ବଡ଼ ବୟାନ

ଭୁବନେଶ୍ୱର, ୩୧।୫: ଓଡ଼ିଶାରେ ଶେଷ ପର୍ଯ୍ୟ ନିର୍ବାଚନ ଶନିବାର ଅନୁଷ୍ଠିତ ହେବ। ଏହା ପୂର୍ବରୁ ରାଜ୍ୟରେ ସରକାର ଗଢିବା ନେଇ ଦୃଢକ୍ତି ପ୍ରକାଶ କରିଛନ୍ତି ବରିଷ୍ଠ ଭାଜପା ନେତା ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ କହିଛନ୍ତି ‘ମୁଁ ନିଶ୍ଚିତ ଯେ ଏଥର ବିଜେପି ସ୍ପଷ୍ଟ ବହୁମତ ସହ ଓଡ଼ିଶାରେ ସରକାର ଗଢ଼ିବାକୁ ଯାଉଛି।

ଗୁରୁବାର ଖବର ସରବରାହ ସଂସ୍ଥା ଏଏନଆଇକୁ ଦେଇଥିବା ଏକ ସାକ୍ଷାତକାରରେ ଧର୍ମେନ୍ଦ୍ର ଏହି ବୟାନ ଦେଇଥିଲା ବେଳେ ଓଡ଼ିଶାରେ ସରକାର ହେଲେ କିଏ ମୁଖ୍ୟମନ୍ତ୍ରୀ ହେବ ସେ ନେଇ ମଧ୍ୟ ଖୁଲାସା କରିଛନ୍ତି। ସେ କହିଛନ୍ତି, ମୁଁ ଲୋକସଭା ନିର୍ବାଚନ ଲଢ଼ୁଛି। କିନ୍ତୁ ମୁଁ ନିଶ୍ଚିତ ଯେ ଏଥର ଭାଜପା ସ୍ପଷ୍ଟ ବହୁମତ ସହ ଓଡ଼ିଶାରେ ସରକାର ଗଢ଼ିବାକୁ ଯାଉଛି। ଭାଜପା ସରକାରରେ ଜଣେ ଓଡ଼ିଆ ବ୍ୟକ୍ତି ହିଁ ମୁଖ୍ୟମନ୍ତ୍ରୀ ହେବେ । କିନ୍ତୁ କିଏ ହେବେ ସେନେଇ ଦଳ ଠିକ୍ ସମୟରେ ନିଷ୍ପତ୍ତ ନେବ ମୁଁ ଦଳର ଜଣେ ସାଧାରଣ କର୍ମକର୍ତ୍ତା, ଦଳରେ ଅନେକ ଯୋଗ୍ୟ ବ୍ୟକ୍ତି ଅଛନ୍ତି, କିଏ ବି ହୋଇପାରିବେ।

ଏଏନ୍‌ଆଇର ସମ୍ପାଦକ ସ୍ମିତା ପ୍ରକାଶଙ୍କ ପ୍ରଶ୍ନ ‘ମୁଁ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀଙ୍କ ସହ କ‌ଥା ହେଉଛି କି?’ର ଉତ୍ତର ଦେଇ ଧର୍ମେନ୍ଦ୍ର ଏପରି ମତ ରଖିଥିଲେ। ଏହି ସାକ୍ଷାତକାର ଅବସରରେ ଧର୍ମେନ୍ଦ୍ର କହିଛନ୍ତି ଯେ ୨୦୧୪ରେ ଆମେ ଓଡ଼ିଶାରେ ତିନି ନମ୍ବର ସ୍ଥାନରେ ଥିଲୁ ୨୦୧୯ରେ ଦୁଇ ନମ୍ବରକୁ ଆସିଥିଲୁ ଏଥର ଆମେ ୨୧ରୁ ୨୧ ଲୋକସଭା ଆସନ ଜିତିବୁ। ବହୁମତ ସହ ଏଠାରେ ସରକାର ଗଠନ କରିବୁ। ଏହି ସାକ୍ଷାତକାରରେ ସେ କଂଗ୍ରେସକୁ ଟାର୍ଗେଟ୍ କରି କହିଛନ୍ତି ଯେ ଓଡ଼ିଶାରେ କଂଗ୍ରେସ ପାର୍ଟି ନବୀନଙ୍କ ପକେଟରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri