ସାଇଫର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ଇମ୍ରାନ, ଲଢିପାରିବେ ନାହିଁ ନିର୍ବାଚନ

ଇସଲାମାବାଦ,୨୪।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ଅସୁବିଧା ଶେଷ ହେବାର କୌଣସି ସଙ୍କେତ ଦେଉନାହିଁ। ସୋମବାର ଇମ୍ରାନଙ୍କୁ ଏକ ସ୍ବତନ୍ତ୍ର କୋର୍ଟରୁ ଝଟକା ଲାଗିଛି। ପାକିସ୍ତାନର ଏକ ସ୍ବତନ୍ତ୍ର କୋର୍ଟ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନଙ୍କୁ ସାଇଫର ମାମଲାରେ ଦୋଷୀ ସାବ୍ୟସ୍ତ କରିଛନ୍ତି।

ଗତ ବର୍ଷ ମାର୍ଚ୍ଚରେ ୱାଶିଂଟନରେ ପାକିସ୍ତାନର ଦୂତାବାସ ଦ୍ୱାରା ପଠାଯାଇଥିବା ଏକ ଗୁପ୍ତ କୂଟନୈତିକ କେବୁଲ (ସାଇଫର) ଲିକ ପାଇଁ ୭୧ ବର୍ଷିୟ ଇମ୍ରାନ ଖାନଙ୍କୁ ବୁକ କରାଯାଇଥିଲା। ଏହା ପରେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ଚଳିତ ବର୍ଷ ଅଗଷ୍ଟରେ ଗିରଫ କରାଯାଇଥିଲା। ଏହା ଜଣା ଯେ ସାଇଫର କିମ୍ବା କୂଟନୈତିକ କେବୁଲ ହେଉଛି ଯୋଗାଯୋଗ ଯାହା ବିଦେଶୀ ମିଶନ ଦ୍ୱାରା ଦେଶକୁ ପଠାଯାଇଥାଏ। ଏଥିରେ ସମସ୍ତ ପ୍ରକାରର ବାର୍ତ୍ତାଳାପ ବିଷୟରେ ସୂଚନା ଥାଏ, ଯାହାକୁ ଡିକୋଡ କରି ଏହାକୁ ପଢାଯାଏ।
ସୂଚନାଯୋଗ୍ୟ, ୨୭ ମାର୍ଚ୍ଚ ୨୦୨୨ରେ ସାଇଫର ମାମଲା ପ୍ରଥମେ ସାମ୍ନାକୁ ଆସିଥିଲା। ଏପ୍ରିଲ ୨୦୨୨ ରେ ଇମ୍ରାନଙ୍କୁ କ୍ଷମତାରୁ ହଟାଯିବା ପରେ ସେ ଏକ ସାଧାରଣ ସମାବେଶ କରିଥିଲେ। ଏହି ସମୟରେ ସେ ରାଲିକୁ ସମ୍ବୋଧିତ କରିବାବେଳେ ଜନତାଙ୍କ ଆଗରେ ଏକ ଚିଠି ଲେଖି ଦାବି କରିଥିଲେ ଯେ ତାଙ୍କୁ କ୍ଷମତାରୁ ହଟାଇବା ପାଇଁ ବିଦେଶୀ ବାହିନୀ ଷଡଯନ୍ତ୍ର କରିଛନ୍ତି। ଏହି ସମୟରେ ସେ ଅଭିଯୋଗ କରିଥିଲେ ଯେ ତାଙ୍କ ରାଜନୈତିକ ପ୍ରତିଦ୍ୱନ୍ଦ୍ୱୀମାନେ ଷଡଯନ୍ତ୍ରର ଏକ ଅଂଶ ଭାବରେ ପିଟିଆଇ ସରକାରକୁ ପରାସ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ବିଶ୍ୱର ଟପ୍‌-୩ ଧନୀ କ୍ରିକେଟର, ନେଟ୍‌ୱର୍ଥ ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୫।୮: କ୍ରିକେଟ ବିଶ୍ୱର ଦ୍ୱିତୀୟ ସବୁଠାରୁ ଲୋକପ୍ରିୟ ଖେଳ। କିନ୍ତୁ ବର୍ତ୍ତମାନ ଏହା କେବଳ ଏକ ଖେଳ ନୁହେଁ, ବରଂ କୋଟି କୋଟି ଟଙ୍କାର ଏକ ବିଶାଳ…

ଉଦୟନିଧିଙ୍କୁ କଡ଼ା ସମାଲୋଚନା କଲେ କଙ୍ଗନା, କହିଲେ-ଏହା ଏକ ଭଲ…

ନୂଆଦିଲ୍ଲୀ,୫।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ ଦେଇଥିବା କଥିତ ଡବଲ ମିନିଂ ମନ୍ତବ୍ୟକୁ ନେଇ ବିବାଦରେ ଫସିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ କଙ୍ଗନା…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

ଏଭଳି କାମ କରିବାକୁ ଯାଉଛନ୍ତି ଶେଖ ହାସିନା, ଶୁଣିକି ଛାନିଆ ହେଲା ବାଂଲାଦେଶ, ଭାରତ କହିଲା…

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଏକ ନୂଆ ପଦକ୍ଷେପ ଢାକାରେ ଚହଳ ସୃଷ୍ଟି କରିଛି। ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନା ଦୁଇ ବର୍ଷ…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

RBIର ବଡ଼ ନିଷ୍ପତ୍ତି, ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌; ଋଣଗ୍ରାହକଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ମୌଦ୍ରିକ ନୀତି କମିଟି (MPC) ବୈଠକ ପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆରବିଆଇ ରେପୋ ରେଟ୍‌କୁ ୫.୨୫ ପ୍ରତିଶତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri