କୋଭିଡ ନିୟମ ଉଲ୍ଲଂଘନ କଲେ ଶୀଘ୍ର ଆସିବ ତୃତୀୟ ଲହର: ହାଇକୋର୍ଟ

ନୂଆଦିଲ୍ଲୀ,୧୮।୬: ଦେଶରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସିଥିବା ବେଳେ ଦିଲ୍ଲୀରେ ଦୈନିକ ସଂକ୍ରମଣ ୧ପ୍ରତିଶତରୁ ବି କମ୍‌ ରହିଛି। ତେଣୁ ଦିଲ୍ଲୀ ସରକାର ରାଜ୍ୟରେ ଅନ୍‌ଲକ୍‌ ଘୋଷଣା କରିଛନ୍ତି। ଲକ୍‌ଡାଉନ ପ୍ରତିବନ୍ଧକ ହଟାଯିବା ପରେ ଦିଲ୍ଲୀ ବଜାରରେ ଦେଖାଦେଇଥିବା ଭିଡ଼ ଓ ଲୋକଙ୍କ କରୋନା ନିୟମ ଉଲ୍ଲଂଘନକୁ ଦେଖି ହାଇକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। କୋଭିଡ-୧୯ ପ୍ରୋଟୋକଲ୍‌ ଉଲ୍ଲଂଘନ, ସଂକ୍ରମଣର ତୃତୀୟ ଲହରର ସମ୍ଭାବନାକୁ ଆହୁରି ବଢ଼ାଇଦେବ। ଯାହାର ଅନୁମତି ଦିଆଯାଇପାରିବ ନାହିଁ ବୋଲି କୋର୍ଟ କହିଛନ୍ତି। କୋଭିଡ ପ୍ରୋଟୋକଲ୍‌କୁ ଯଦି ଲୋକମାନେ ଏଭଳି ଉଲ୍ଲଂଘନ କରିବେ ତେବେ ଖୁବ୍‌ଶୀଘ୍ର ତୃତୀୟ ଲହର ଆସିବ ବୋଲି କୋର୍ଟ ଚିନ୍ତା ପ୍ରକଟ କରିଛନ୍ତି। ସୂଚନାଯୋଗ୍ୟ, ଅନ୍‌ଲକ ପରେ ଦିଲ୍ଲୀ ବଜାରରେ ଲୋକଙ୍କ ପ୍ରବଳ ଭିଡ଼ ଜମିବା ସହ କେହି କୋଭିଡ ନିୟମ ପାଳନ କରୁ ନ ଥିବା ଦେଖିବାକୁ ମିଳିଥିଲା। ଏହାକୁ ଦେଖି ହାଇକୋର୍ଟ କେନ୍ଦ୍ର ଓ ଦିଲ୍ଲୀ ସରକାରଙ୍କୁ ଏକ ନୋଟିସ ଜାରି କରି ରିପୋର୍ଟ ତଲବ କରିଛନ୍ତି। ଏଥିସହ ସେ କହିଛନ୍ତି, କରୋନାର ତୃତୀୟ ଲହରକୁ ରୋକିବାକୁ ହେଲେ କୋଭିଡ ନିୟମକୁ କଡ଼ାକଡ଼ି ପାଳନ କରିବା ଜରୁରୀ।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୮ମ ବେତନ କମିଶନ ଭାର ସମ୍ଭାଳିବ ଭାରତୀୟ ରେଳବାଇ, ଖର୍ଚ୍ଚ କାଟିବାକୁ ସରକାରଙ୍କ ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ୮ମ କେନ୍ଦ୍ରୀୟ ବେତନ କମିଶନ ଲାଗୁ ହେବା ପୂର୍ବରୁ, ବୃଦ୍ଧି ହେବାକୁ ଥିବା ଦରମା ଓ ପେନ୍‌ସନ୍ ଭାରକୁ...

୩ୟ T20: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି; ବୁମରା-ଅକ୍ଷର ବାଦ୍

ଧର୍ମଶାଳା,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ T20 ସିରିଜର ତୃତୀୟ ମୁକାବିଲା ରବିବାର ଧର୍ମଶାଳାରେ ଖେଳାଯାଉଛି। ଭାରତୀୟ ଦଳର...

ଭଟାପଲା, ବିଜାପାଟିରେ ଧାନ କିଣା ଆରମ୍ଭ: ପ୍ରଥମ ଦିନରେ ୧୩ ଚାଷୀଙ୍କ ଉଠିଲା ଧାନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ରବିବାର ବୋରପଦର ପଞ୍ଚାୟତର ଭଟାପଲାଠାରେ ଧାନ ମଣ୍ଡି...

ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

Video: ଅନ୍ଧାଧୁନ କରିଚାଲିଥିଲେ ଗୁଳିମାଡ଼, ମାଡି ବସିଲେ ସାହାସୀ ଯୁବକ

ସିଡନୀ,୧୪।୧୨: ଅଷ୍ଟ୍ରେଲିଆର ସିଡନୀସ୍ଥିତ ବଣ୍ଡି ବିଚ୍ ଅଞ୍ଚଳରେ ରବିବାର ସନ୍ଧ୍ୟାରେ ହୋଇଥିବା ଗୁଳିକାଣ୍ଡ ଯୋଗୁ ଆତଙ୍କ ଖେଳିଯାଇଛି। ଦୁଇଜଣ ବନ୍ଧୁକଧାରୀଙ୍କ ଅନ୍ଧାଧୁନ ଗୁଳିମାଡ଼ ଭିତରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri