ଦାବି ପୂରଣ ନ ହେଲେ କାର୍ଯ୍ୟବନ୍ଦ

ବ୍ରହ୍ମପୁର ଅଫିସ,୩୧।୭ା: ବିଭିନ୍ନ ଦାବି ନେଇ ଏମ୍‌କେସିଜି ମେଡିକାଲ କଲେଜ ହସ୍ପିଟାଲ ଆଉଟସୋର୍ସିଂ କର୍ମଚାରୀମାନେ ରବିବାର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ମେଡିକାଲରେ କାର୍ଯ୍ୟରତ ସମସ୍ତ ସିଫ୍ଟର ଆଟେଣ୍ଡାଣ୍ଟମାନେ ସୁପରିଟେଣ୍ଡେଣ୍ଟଙ୍କ କାର୍ଯ୍ୟଳୟ ନିକଟସ୍ଥ ଷ୍ଟେୱାର୍ଡ କାର୍ଯ୍ୟାଳୟ ଆଗରେ ୧ ଘଣ୍ଟା ଧରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏଥିରେ ସଂଘର ସଭାପତି ସି. ଏଚ୍‌ ସୁନିଲ ପାତ୍ର ନେତୃତ୍ୱ ନେଇଥିଲେ।

ଏହି ଅବସରରେ ଅନୁଷ୍ଠିତ ଏକ ସଭାରେ ସଂଘ ପକ୍ଷରୁ ରହିଥିବା ଦାବିଗୁଡିକ ପୂରଣ ନ ହେଲେ ସପ୍ତାହକ ମଧ୍ୟରେ କର୍ମଚାରୀମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବାକୁ ଚେତାବନୀ ଦିଆଯାଇଛି। ସମ୍ପୃକ୍ତ ଏଜେନ୍ସିମାନଙ୍କ ସ୍ଥାନୀୟ କାର୍ଯ୍ୟାଳୟ, ମାସର ପ୍ରଥମ ସପ୍ତାହରେ ଦରମା ପ୍ରଦାନ, ବକେୟା ଥିବା ବର୍ଦ୍ଧିତ ଦରମା ତୁରନ୍ତ ପ୍ରଦାନ, ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ବାର୍ଷିକ ୧୨ଟି ସବୈତନିକ ଛୁଟି, ଇପିଏଫ ଓ ଇଏସ୍‌ଆଇ ବାବଦ ଅର୍ଥ ପୈଠ, ଆଉଟସୋର୍ସିଂ କର୍ମଚାରୀମାନଙ୍କ ପ୍ରତି କଠୋରତାକୁ କୋହଳ, ପ୍ରତ୍ୟେକ ଆଉଟସୋର୍ସିଂ କର୍ମଚାରୀମାନଙ୍କୁ ସେମାନଙ୍କ ଦରମାର ବୈଧାନିକ ପେ-ସ୍ଲିପ ପ୍ରଦାନ ଆଦି ଦାବି ନେଇ ମେଡିକାଲ ସୁପରିଟେଣ୍ଡେଣ୍ଟ, ପ୍ରିନ୍ସିପାଲ, ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ଏବଂ ଜିଲା ପ୍ରଶାସନ ନିକଟକୁ ଏକ ସ୍ମାରକପତ୍ର ପଠାଯାଇଛି। ଆନ୍ଦୋଳନରେ ସଂଘର ଉପଦେଷ୍ଠା ଭାଲଚନ୍ଦ୍ର ଷଡ଼ଙ୍ଗୀ, ଯୁବନେତା ଲକ୍ଷ୍ମୀ ନୃସିଂହ ରଥ, ସମ୍ପାଦକ ଏନ୍‌. ନିରଞ୍ଜନ ଦାସ, ଜୟରାମ ରାଓ, ଉପସଭାପତି ରମେଶ ରାଓ, ଚନ୍ଦ୍ର ପାତ୍ର, ବିଷ୍ଣୁ ପାତ୍ର, କାହ୍ନୁ ଚରଣ ନାୟକ, ମୁରଲୀ ରାଜୁ, ରାଜଲକ୍ଷ୍ମୀ ସାହୁ, ସୁଜିତ ପାତ୍ର, ଶ୍ରୀନିବାସ ପାତ୍ର, ସମୀର ବର୍ମା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri