ଦାବି ପୂରଣ ନ ହେଲେ କାର୍ଯ୍ୟବନ୍ଦ

ବ୍ରହ୍ମପୁର ଅଫିସ,୩୧।୭ା: ବିଭିନ୍ନ ଦାବି ନେଇ ଏମ୍‌କେସିଜି ମେଡିକାଲ କଲେଜ ହସ୍ପିଟାଲ ଆଉଟସୋର୍ସିଂ କର୍ମଚାରୀମାନେ ରବିବାର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ମେଡିକାଲରେ କାର୍ଯ୍ୟରତ ସମସ୍ତ ସିଫ୍ଟର ଆଟେଣ୍ଡାଣ୍ଟମାନେ ସୁପରିଟେଣ୍ଡେଣ୍ଟଙ୍କ କାର୍ଯ୍ୟଳୟ ନିକଟସ୍ଥ ଷ୍ଟେୱାର୍ଡ କାର୍ଯ୍ୟାଳୟ ଆଗରେ ୧ ଘଣ୍ଟା ଧରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏଥିରେ ସଂଘର ସଭାପତି ସି. ଏଚ୍‌ ସୁନିଲ ପାତ୍ର ନେତୃତ୍ୱ ନେଇଥିଲେ।

ଏହି ଅବସରରେ ଅନୁଷ୍ଠିତ ଏକ ସଭାରେ ସଂଘ ପକ୍ଷରୁ ରହିଥିବା ଦାବିଗୁଡିକ ପୂରଣ ନ ହେଲେ ସପ୍ତାହକ ମଧ୍ୟରେ କର୍ମଚାରୀମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବାକୁ ଚେତାବନୀ ଦିଆଯାଇଛି। ସମ୍ପୃକ୍ତ ଏଜେନ୍ସିମାନଙ୍କ ସ୍ଥାନୀୟ କାର୍ଯ୍ୟାଳୟ, ମାସର ପ୍ରଥମ ସପ୍ତାହରେ ଦରମା ପ୍ରଦାନ, ବକେୟା ଥିବା ବର୍ଦ୍ଧିତ ଦରମା ତୁରନ୍ତ ପ୍ରଦାନ, ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ବାର୍ଷିକ ୧୨ଟି ସବୈତନିକ ଛୁଟି, ଇପିଏଫ ଓ ଇଏସ୍‌ଆଇ ବାବଦ ଅର୍ଥ ପୈଠ, ଆଉଟସୋର୍ସିଂ କର୍ମଚାରୀମାନଙ୍କ ପ୍ରତି କଠୋରତାକୁ କୋହଳ, ପ୍ରତ୍ୟେକ ଆଉଟସୋର୍ସିଂ କର୍ମଚାରୀମାନଙ୍କୁ ସେମାନଙ୍କ ଦରମାର ବୈଧାନିକ ପେ-ସ୍ଲିପ ପ୍ରଦାନ ଆଦି ଦାବି ନେଇ ମେଡିକାଲ ସୁପରିଟେଣ୍ଡେଣ୍ଟ, ପ୍ରିନ୍ସିପାଲ, ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ଏବଂ ଜିଲା ପ୍ରଶାସନ ନିକଟକୁ ଏକ ସ୍ମାରକପତ୍ର ପଠାଯାଇଛି। ଆନ୍ଦୋଳନରେ ସଂଘର ଉପଦେଷ୍ଠା ଭାଲଚନ୍ଦ୍ର ଷଡ଼ଙ୍ଗୀ, ଯୁବନେତା ଲକ୍ଷ୍ମୀ ନୃସିଂହ ରଥ, ସମ୍ପାଦକ ଏନ୍‌. ନିରଞ୍ଜନ ଦାସ, ଜୟରାମ ରାଓ, ଉପସଭାପତି ରମେଶ ରାଓ, ଚନ୍ଦ୍ର ପାତ୍ର, ବିଷ୍ଣୁ ପାତ୍ର, କାହ୍ନୁ ଚରଣ ନାୟକ, ମୁରଲୀ ରାଜୁ, ରାଜଲକ୍ଷ୍ମୀ ସାହୁ, ସୁଜିତ ପାତ୍ର, ଶ୍ରୀନିବାସ ପାତ୍ର, ସମୀର ବର୍ମା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri