ଦାବି ପୂରଣ ନ ହେଲେ ‘ମାଟି ପାଇଁ ଜେଲ ଚାଲ’: ଗଣେଶ୍ୱର

ଭୁବନେଶ୍ବର,୩ା୧(ବ୍ୟୁରୋ):କେନ୍ଦ୍ରାପଡ଼ା ନଗର ଓ ବ୍ଲକ କଂଗ୍ରେସ ପକ୍ଷରୁ ହରିଦାସପୁର-ପାରାଦୀପ ରେଳପଥରେ ଯାତ୍ରୀବାହୀ ରେଳ ଚଳାଚଳ ଦାବିରେ ସୋମବାର ପୂର୍ବତଟ ରେଳପଥର ମୁଖ୍ୟ କାର୍ଯ୍ୟାଳୟ ଚନ୍ଦ୍ରଶେଖରପୁରଠାରେ ଗଣବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରାଙ୍କ ନେତୃତ୍ୱରେ ଆୟୋଜିତ ଏହି ଆନ୍ଦୋଳନରେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, କେନ୍ଦ୍ରାପଡା ଜିଲା କଂଗ୍ରେସ ସଭାପତି ଅଂଶୁମାନ ମହାନ୍ତି ଓ ବରିଷ୍ଠ କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟ ଯୋଗଦେଇଥିଲେ। ଗଣେଶ୍ୱର ଏହି ଅବସରରେ କହିଛନ୍ତି, କଂଗ୍ରେସ ହରିଦାସପୁର-ପାରାଦୀପ ରେଳପଥରେ ଯାତ୍ରୀବାହୀ ରେଳ ଚଳାଚଳ ନିମନ୍ତେ ୨୦୨୧ ଓ ୨୦୨୨ରେ ଆନ୍ଦୋଳନ କରାଯାଇଛି। ଜିଏମ୍‌ଙ୍କୁ ଭେଟି ୨ ଥର ଦାବିପତ୍ର ଦିଆଯାଇଛି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ମଧ୍ୟ ୩ଥର ଚିଠି ଲେଖି ବିଫଳ ହେବାରୁ ଏବେ ଗଣବିକ୍ଷୋଭ କରିବାକୁ ବାଧ୍ୟ ହୋଇଛନ୍ତି। ଏହି ଆନ୍ଦୋଳନ ବ୍ୟର୍ଥ ହେଲେ ‘ମାଟି ପାଇଁ ଜେଲ ଚାଲ’ ଆନ୍ଦୋଳନ କରିବାକୁ ସେ ଚେତାବନୀ ଦେଇଛନ୍ତି।
ଗଣବିକ୍ଷୋଭ ସହ ପୂର୍ବତନ ରେଳପଥ ଜିଏମଙ୍କୁ ଏକ ପ୍ରତିନିଧି ଦଳ ସୁରେଶ କୁମାର ରାଉତରାୟଙ୍କ ନେତୃତ୍ୱରେ ଭେଟି ସ୍ମାରକପତ୍ର ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବଲାଙ୍ଗୀର ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ବଡ଼ ଖୁଲାସା; ରାଜଧାନୀରେ କରାଯାଇଥିଲା ଆପରାଧିକ ଷଡ଼ଯନ୍ତ୍ର, ଖଣ୍ଡଗିରି ଥାନାକୁ…

ବଲାଙ୍ଗୀର,୧୭ା୮(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ଘଟଣାରେ ବଡ଼ ଖୁଲାସା କରିଛି ବଲାଙ୍ଗୀର ପୋଲିସ । ଏହି ଆପରାଧିକ ଷଡ଼ଯନ୍ତ୍ରରେ…

ବୈତରଣୀରେ ଆସୁଛି ବନ୍ୟା, ଭୟଭୀତ ଅଞ୍ଚଳବାସୀ

ବଞ୍ଚୋ,୧୭।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ଆନନ୍ଦପୁରଠାରେ ବୈତରଣୀ ନଦୀର ଜଳସ୍ତର ପୁଣି ବିପଦ ସଙ୍କେତ ଉପରକୁ ଉଠିଛି। ଆନନ୍ଦପୁର ଗେଜ୍‌ ସାଇଟର ତଥ୍ୟ…

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ମିଳିବ ପଞ୍ଚମ କିସ୍ତି ଟଙ୍କା

ଭୁବନେଶ୍ବର,୧୭ା୮: ସୁଭଦ୍ରା ପଞ୍ଚମ କିସ୍ତି ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି । ରକ୍ଷା ବନ୍ଧନ ଦିନ ହିଁ ମିଳିବ ସୁଭଦ୍ରା ପଞ୍ଚମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri