Posted inଜାତୀୟ

କେବେ ଆସିବ କରୋନା ଟିକା, ଏମିତି କହିଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୩।୮: କରୋନା ମହାମାରୀ ମଧ୍ୟରେ ବିଶ୍ୱର ଅନେକ ଦେଶ ଏହାର ଟିକା ପ୍ରସ୍ତୁତ କରିବାରେ ବ୍ୟସ୍ତ ଅଛନ୍ତି। ରୁଷ ବିଶ୍ୱର ପ୍ରଥମ କରୋନା ଟିକା ପ୍ରସ୍ତୁତ କରିଥିବା ଦାବି କରିଛି। ଭାରତ ଏବଂ ଆମେରିକା ସମେତ ଅନେକ ଦେଶରେ କରୋନା ଟିକା ବର୍ତ୍ତମାନ କ୍ଲିନିକାଲ ଟ୍ରାଏଲରେ ଅଛି। ଏହି ସମୟ ମଧ୍ୟରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷ ବର୍ଦ୍ଧନ ଟୀକା ସମ୍ପର୍କରେ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ସବୁ କିଛି ଠିକ ରହେ ତେବେ ଚଳିତ ବର୍ଷ ଶେଷ ସୁଦ୍ଧା ଭାରତ କରୋନା ଟିକା ପ୍ରସ୍ତୁତ ହୋଇଯିବ। କରୋନାର ତିନୋଟି ଟିକା ଭାରତର ବିକାଶର ବିଭିନ୍ନ ପର୍ଯ୍ୟାୟରେ ଅଛି, ସେଥିମଧ୍ୟରୁ ଦୁଇଟି ଟିକା ସ୍ବଦେଶୀ ଭାବରେ ନିର୍ମିତ। ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର୍‌)ର ମହାନିର୍ଦ୍ଦେଶକ ଡା. ବଳରାମ ଭର୍ଗାଭା କହିଛନ୍ତି ଯେ, କୋଭିଡ -୧୯ର ଦୁଇଟି ସ୍ବଦେଶୀ ଟିକା ମାନବୀୟ କ୍ଲିନିକାଲ ପରୀକ୍ଷଣର ପ୍ରଥମ ପର୍ଯ୍ୟାୟ ଶେଷ ହୋଇଛି। ଏବେ ଏହା ଦ୍ୱିତୀୟ ପର୍ଯ୍ୟାୟରେ ପହଞ୍ଚିଛି। ଏହି ଟିକାଗୁଡ଼ିକ ମଧ୍ୟରୁ ଗୋଟିଏ ଆଇସିଏମଆର ସହଯୋଗରେ ଭାରତ ବାୟୋଟେକ ଦ୍ୱାରା ବିକଶିତ ହୋଇଛି ଏବଂ ଅନ୍ୟ ଟିକାକୁ ଜାଇଡସ କ୍ୟାଡିଲା ଲିମିଟେଡ ପ୍ରସ୍ତୁତ କରିଛି।ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ, ପୁଣେ, ଅକ୍ସଫୋର୍ଡ ୟୁନିଭରସିଟି ଦ୍ୱାରା ବିକଶିତ କୋଭିଡ -୧୯ ପାଇଁ ସମ୍ଭାବ୍ୟ ଟିକାର ଦ୍ୱିତୀୟ ଏବଂ ତୃତୀୟ ମାନବ କ୍ଲିନିକାଲ ପରୀକ୍ଷା କରିବାକୁ ଅନୁମତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri