ସୁଯୋଗ ଦେଲେ ପିଲା ଇତିହାସ ସୃଷ୍ଟି କରିିବେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ନିର୍ବାଚନମଣ୍ଡଳୀ ହିଞ୍ଜିଳିରେ ସୋମବାର ଦ୍ବିତୀୟ ପର୍ଯ୍ୟାୟରେ ଆଉ ୧୦ ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ଶେରଗଡ଼ ବ୍ଲକର ୫ ସ୍କୁଲ ଓ ହିଞ୍ଜିଳି ବ୍ଲକର ୫ ସ୍କୁଲ ଲୋକାର୍ପିତ ହୋଇଛି। ଏଗୁଡ଼ିକ ହେଉଛି, ବୃନ୍ଦାବନ ନାୟକ ସ୍ମୃତି ବିଦ୍ୟାପୀଠ, ଶାସନ ଆମ୍ବଗାଁ, କୁମାରପାଣି ହାଇସ୍କୁଲ, କୁମାରପାଣି, ସରକାରୀ ୟୁଜି ହାଇସ୍କୁଲ, ସାପୁଆପଲ୍ଲୀ,ଲାଞ୍ଜିଆପଲ୍ଲୀ ହାଇସ୍କୁଲ, ଧନତରା, ଗ୍ରାମପଞ୍ଚାୟତ ହାଇସ୍କୁଲ ଶାହାପୁର, କରଡ଼କଣା ହାଇସ୍କୁଲ, କରଡକଣା,ଭଗବତୀ ବିଦ୍ୟାପୀଠ, ବୁରୁପଦ, ସହିଦ ହାଇସ୍କୁଲ ତାକରଡା, ମା’ କାଳୀ ହାଇସ୍କୁଲ କୁଲାଗଡ଼ା,ଜେ.ସି.ସି. ହାଇସ୍କୁଲ ଭାଗବନ୍ଧ।
ସୂଚନାଯୋଗ୍ୟ, ଗତ ୨୧ ତାରିଖରେ ରାଜ୍ୟ ସରକାରଙ୍କ ଉଚ୍ଚାକାଂକ୍ଷୀ ସ୍କୁଲ ରୂପାନ୍ତରଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ୫-ଟି ଉପକ୍ରମରେ ହିଞ୍ଜିଳିର ୫୦ଟି ସ୍କୁଲର ରୂପାନ୍ତରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି। ୫ଟି ପର୍ଯ୍ୟାୟରେ ୫୦ଟି ସ୍କୁଲର ଲୋକାର୍ପଣ କରାଯିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଉଦ୍‌ବୋଧନ ଦେଇ କହିଛନ୍ତି, ଆମ ଓଡ଼ିଶାର ପିଲାମାନେ ପ୍ରତିଭାରେ କାହାଠାରୁ କମ୍‌ ନୁହନ୍ତି। ସେମାନଙ୍କ ପାଖରେ ଭରପୂର ସମ୍ଭାବନା ରହିଛି। ସୁଯୋଗ ପାଇଲେ ସେମାନେ ଇତିହାସ ସୃଷ୍ଟି କରିପାରିବେ।
ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍କୁଲ ହେଉଛି ସମସ୍ତଙ୍କ ଜୀବନର ଶ୍ରେଷ୍ଠ ସମୟ। ଏହି ରୂପାନ୍ତର ତୁମମାନଙ୍କୁ ଭବିଷ୍ୟତରେ ଶ୍ରେଷ୍ଠ କରି ଗଢ଼ିବା ପାଇଁ ଏହା ଅନେକ ସୁଯୋଗ ସୃଷ୍ଟି କରିବ। ୫-ଟି କାର୍ଯ୍ୟକ୍ରମ ଏହି ରୂପାନ୍ତରୀକରଣରେ କିପରି ପ୍ରମୁଖ ଭୂମିକା ନେଇଛି ସେ ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୫-ଟିର ପ୍ରତ୍ୟେକ ନୀତିର ପ୍ରୟୋଗ ବିଦ୍ୟାଳୟ ରୂପାନ୍ତରଣକୁ ସଫଳ କରିଛି। ହିଞ୍ଜିଳିରେ ଆରମ୍ଭ ହୋଇଥିବା ଏହି ରୂପାନ୍ତରଣ କାର୍ଯ୍ୟ ସାରା ରାଜ୍ୟରେ ଆଗ୍ରହ ସୃଷ୍ଟି କରିଛି। ଅତିଥି ଭାବରେ ଯୋଗ ଦେଇଥିବା ମନ୍ତ୍ରିମଣ୍ଡଳର ସଦସ୍ୟବୃନ୍ଦ ଓ ବିଧାୟକମାନଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ହିଞ୍ଜିଳିରୁ ଆରମ୍ଭ ହୋଇଥିବା ସ୍କୁଲଗୁଡ଼ିକର ରୂପାନ୍ତରଣ ଓଡ଼ିଶାର ଶିକ୍ଷା ଇତିହାସରେ ଏକ ଗୌରବମୟ ଅଧ୍ୟାୟ ଯୋଡ଼ିପାରିଛ। ମନ୍ତ୍ରୀ ଓ ବିଧାୟକମାନେ ସେମାନଙ୍କ ଅଞ୍ଚଳରେ ଏହି ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ କିପରି ଭଲ ଭାବରେ କାର୍ଯ୍ୟକାରୀ ହେବ, ସେଥିପ୍ରତି ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏଥିସହିତ ସ୍ଥାନୀୟ ଜନସାଧାରଣଙ୍କୁ ସାମିଲ କରି ଗଞ୍ଜାମରେ ଯେପରି ସଫଳତା ମିଳିଛି, ଅନ୍ୟ ସବୁ ଜିଲାରେ ମଧ୍ୟ ସେହିପରି ଲୋକଙ୍କୁ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଜନସାଧାରଣ ରୂପାନ୍ତରଣ ହୋଇଥିବା ସ୍କୁଲଗୁଡ଼ିକର ଯତ୍ନ ନିଜ ସମ୍ପତ୍ତି ଭଳି ନେବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଛନ୍ତି। ଏହି ଅବସରରେ ୧୦ଟି ଯାକ ସ୍କୁଲରେ ଆୟୋଜିତ ହୋଇଥିଲା ସ୍ବତନ୍ତ୍ର କାର୍ଯ୍ୟକ୍ରମ। ମନ୍ତ୍ରିମଣ୍ଡଳର ସଦସ୍ୟ, ବିଧାୟକଗଣ, ସରପଞ୍ଚ, ପଞ୍ଚାୟତ ସଦସ୍ୟ,ସ୍କୁଲର ପୁରାତନ ଛାତ୍ରଛାତ୍ରୀ, ବର୍ତ୍ତମାନର ଛାତ୍ରୀଛାତ୍ର, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ ଯୋଗଦେଇଥିଲେ। ୫-ଟି ସଚିବ ଭି. କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଗଞ୍ଜାମ ଜିଲାପାଳ ସ୍ବାଗତ ଭାଷଣ ଦେଇଥିଲେ। ଏହି କାର୍ଯ୍ୟକ୍ରମ ଗଞ୍ଜାମର ଛାତ୍ରୀଛାତ୍ର, ଅଭିଭାବକ ଓ ସାଧାରଣ ଲୋକଙ୍କ ମନରେ ବିପୁଳ ଉତ୍ସାହ ସୃଷ୍ଟି କରିଛି।
ମୀରା ସ୍ବାଇଁ, ତୃପ୍ତିମୟୀ ମହାରଣା, ଶଙ୍କର ଜେନା, ସ୍ମୃତିମୟୀ ପ୍ରଧାନ, ରେଶମା ଦାସ, ସୁଇଟି ତ୍ରିପାଠୀ, ପାୟଲ ଗୌଡ଼ ଓ ରୁଦ୍ର ନାରାୟଣ ଶତପଥୀ ପ୍ରମୁଖ ବିଭିନ୍ନ ସ୍କୁଲର ଛାତ୍ରୀଛାତ୍ରମାନେ ଏହା ସେମାନଙ୍କ ଆତ୍ମବିଶ୍ବାସ ବୃଦ୍ଧିରେ ସହାୟକ ହେବ ବୋଲି ମତଦେଇ ଆନନ୍ଦ ପ୍ରକାଶ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଥିଲେ।
ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ପ୍ରତାପ ଜେନା, ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଅଶୋକ ପଣ୍ଡା, ରଘୁନନ୍ଦନ ଦାସ ଓ ବିଧାୟକମାନେ ଯୋଗଦେଇ ହିଞ୍ଜିଳି ବିକାଶ ସମ୍ପର୍କରେ ସେମାନଙ୍କ ଅଭିଜ୍ଞତା ବର୍ଣ୍ଣନା କରିଥିଲେ। ଲୋକସେବା ଭବନରୁ ମୋ ସ୍କୁଲର ଅଧ୍ୟକ୍ଷ ସୁସ୍ମିତା ବାଗ୍‌ଚୀ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ବରିଷ୍ଠ ଅଧିକାରୀମାନେ ଯୋଗଦେଇ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri