ଫୋନ କଲ କରି ହଇରାଣ କଲେ ଦେବାକୁ ପଡିବ ୫୦ ହଜାରରୁ ୨ ଲକ୍ଷ ପର୍ଯ୍ୟନ୍ତ ଜରିମାନା…

ନୂଆଦିଲ୍ଲୀ,୧୯।୧୨ : ଯଦି କେହି ବିନା କାରଣରେ କଲ କରି ହଇରାଣ କରୁଛନ୍ତି, ତା’ହେଲେ ତାଙ୍କ ଉପରେ ୫୦ ହଜାରରୁ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜରିମାନା ଲଗାଯାଇପାରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଏକ ନୂତନ ଟେଲିକମ ବିଲ ଆଗତ କରିଛନ୍ତି ଯେଉଁଥିରେ ବିଭିନ୍ନ ନିୟମ ଉଲ୍ଲଂଘନ ପାଇଁ ୫୦ ହଜାରରୁ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜରିମାନା ଲାଗୁ କରାଯିବ।

ଏହା ଅର୍ଥ ଯଦି କେହି ଅବାଞ୍ଛିତ କଲ ଦ୍ୱାରା ଅସୁବିଧାରେ ପଡନ୍ତି, ତେବେ ତାଙ୍କ ପାଇଁ ଏବେ ସୁବିଧା ହେବ। ନୂତନ ବିଲ ଅବାଞ୍ଛିତ କଲ ବନ୍ଦ କରିବାରେ ସାହାଯ୍ୟ କରିବ। ଗତ କିଛି ବର୍ଷ ମଧ୍ୟରେ ଗ୍ରାହକମାନଙ୍କ ପାଖକୁ ଆସୁଥିବା ଅବାଞ୍ଛିତ କଲ ସଂଖ୍ୟାରେ ବୃଦ୍ଧି ଘଟିଛି। ପ୍ରମୋଶନ ଏବଂ ବ୍ୟାଙ୍କ କଲରେ ବୃଦ୍ଧି ଘଟିଛି। ଏଥିପାଇଁ ଟ୍ରାଇ ଦ୍ୱାରା ଅନେକ ପରାମର୍ଶ ଦିଆଯାଇଛି। ତେବେ ଟେଲିକମ କମ୍ପାନୀଗୁଡିକ ଦ୍ୱାରା କୌଣସି ଠୋସ ପଦକ୍ଷେପ ନିଆଯାଇ ନାହିଁ। ଏଭଳି ପରିସ୍ଥିତିରେ ସରକାର କଠୋରତା ଦେଖାଇ ନୂଆ ଟେଲିକମ ବିଲରେ ଜରିମାନା ଆଦାୟକୁ ସାମିଲ କରିଛନ୍ତି। ଏହାପୂର୍ବରୁ, ଟ୍ରାଇ ସମସ୍ତ ଟେଲିକମ କମ୍ପାନୀଗୁଡିକୁ ଏଆଇ ଫିଲ୍ଟର ସାହାଯ୍ୟରେ ଠକେଇ ଏବଂ ଅଜ୍ଞାତ କଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିଲା ।

ନୂତନ ଟେଲିକମ ବିଲରେ ଅନେକ ସଂଶୋଧନ କରାଯାଇଛି। ଏଥିରେ ସରକାର ଟେଲିକମ କମ୍ପାନୀମାନଙ୍କୁ ଆଶ୍ୱସ୍ତି ପ୍ରଦାନ କରିଛନ୍ତି ଏବଂ ଜରିମାନା ପରିମାଣକୁ ୫୦ କୋଟିରୁ ୫ କୋଟି ଟଙ୍କାକୁ ହ୍ରାସ କରିଛନ୍ତି। ଏହା ବ୍ୟତୀତ ଗ୍ରାହକଙ୍କ ବିରୋଧରେ ନିୟମ ଉଲ୍ଲଂଘନ ପାଇଁ ଜରିମାନା ବୃଦ୍ଧି କରାଯାଇଛି। ଏହା ସହିତ ଓଟିଟି ପାଇଁ ନିୟମ ସ୍ଥିର କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସୁନେତ୍ରାଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେନାହିଁ ଶରଦ ପାଓ୍ବାର, ସାମ୍ନାକୁ ଆସିଲା ବଡ଼ କାରଣ…

ମୁମ୍ବାଇ,୩୧ା୧: ଶରଦ ପାଓ୍ବାର ସୁନେତ୍ରା ପାଓ୍ବାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେ ନାହିଁ। ସେ ତାଙ୍କ ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ବର୍ତ୍ତମାନ ବାରାମତିରେ ଅଛନ୍ତି ବୋଲି…

CM ଦେବେନ୍ଦ୍ର ଫଡ଼ନଭିସଙ୍କ ପାଖରେ ରହିବ ଅର୍ଥ ବିଭାଗ, Deputy CM ସୁନେତ୍ରାଙ୍କ ଶପଥ ଗ୍ରହଣ ପୂର୍ବରୁ ରାଜନୀତି ସରଗରମ

ମୁମ୍ବାଇ,୩୧।୧: ଶନିବାର ମହାରାଷ୍ଟ୍ର ରାଜନୀତିରେ ଏକ ବଡ଼ ଘଟଣା ଘଟୁଛି। ପାୱାର ପରିବାର ଏବଂ ଏନସିପି ମଧ୍ୟରେ ଆଭ୍ୟନ୍ତରୀଣ ରାଜନୈତିକ ଅସ୍ଥିରତା ମଧ୍ୟରେ, ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ…

ଭୟଙ୍କର ଦୁର୍ଘଟଣା: ହଳଦିଆପଦର ଓଭରବ୍ରିଜରେ ଟ୍ରକ ଧକ୍କାରେ ୫ମୃତ, ଜଣେ ଗୁରୁତର 

ବ୍ରହ୍ମପୁର,୩୧।୧(ସୁବାସ ଚନ୍ଦ୍ର ପାଢ଼ୀ): ସଡ଼କ ଦୁର୍ଘଟଣା ହ୍ରାସ  ପାଇଁ ଅନେକ ଯୋଜନା କରାଯାଉଛି। ତାହାସତ୍ତ୍ବେ ଦୁର୍ଘଟଣା ଜନିତ ମୃତ୍ୟୁ ଘଟିବାରେ ଲାଗିଛି। ଶନିବାର ମଧ୍ୟାହ୍ନରେ ହଳଦିଆପଦର ଓଭରବ୍ରିଜରେ…

ଗଞ୍ଜାମବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ପଲ୍ଲୀଶ୍ରୀ ମେଳାକୁ ବୃଦ୍ଧି କରି କହିଲେ…

ଛତ୍ରପୁର,୩୧ା୧(ଦିଲ୍ଲୀପ ସାମଲ): ଗଞ୍ଜାମବାସୀଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶତାଧିକ କୋଟିର ପ୍ରକଳ୍ପ ସହିତ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଗୋପାଳପୁର ବେଳାଭୂମି…

ଗ୍ରୀନଫିଲ୍ଡ ଷ୍ଟାଡିୟମ ବାହାରେ ଲାଗିଲା MS Dhoniଙ୍କ ୫୦ ଫୁଟର ‘କଟ ଆଉଟ’, ଜାଣନ୍ତୁ କେତେବେଳେ ଆରମ୍ଭ ହେବ IND vs NZ ପଞ୍ଚମ T20

ନୂଆଦିଲ୍ଲୀ,୩୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ T20 ସିରିଜର ଶେଷ ମ୍ୟାଚ ଶନିବାର ତିରୁଭାନନ୍ତପୁରମର ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଖେଳାଯିବ। ଏଠାରେ ଚାରୋଟି…

T20 World Cup: ଅଷ୍ଟ୍ରେଲିଆକୁ ଶକ୍ତ ଧକ୍କା! Pat Cummins ଆଉଟ, ଆସିଲା୧୫ ସଦସ୍ୟ ବିଶିଷ୍ଟ ଚୁଡ଼ାନ୍ତ ତାଲିକା

ନୂଆଦିଲ୍ଲୀ,୩୧।୧: କ୍ରିକେଟ ଅଷ୍ଟ୍ରେଲିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଏହାର ମୁଖ୍ୟ ଦଳ ଘୋଷଣା କରିଛି। ବୋର୍ଡ ପୂର୍ବରୁ ଏକ ପ୍ରାରମ୍ଭିକ ଦଳ ଚୟନ କରିଥିଲା, ଯେଉଁଥିରେ…

୧୫୩ ବର୍ଷରେ ଯୋରନ୍ଦା ମେଳା: ଜୀବଜଗତର ମଙ୍ଗଳ ପାଇଁ ଆଜି ଘୃତାହୁତି କରିବେ…

ଢେଙ୍କାନାଳ,୩୧ା୧(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ମହିମାଗାଦି ଯୋରନ୍ଦାରେ ପ୍ରସିଦ୍ଧ ମାଘମେଳା ଶନିବାର ଆରମ୍ଭ ହୋଇଛି। ଚଳିତ ବର୍ଷ ମେଳା ୧୫୩ ବର୍ଷରେ ପହଞ୍ଚିଛି। ସେହିପରି ଚଳିତ…

ପଥରରେ ପିଟି ହୋଇ ଖାଲକୁ ଖସିପଡ଼ିଲା ପୋଲିସ ଗାଡ଼ି, ମହିଳା ଏସ୍‌ଆଇଙ୍କ ସମେତ…

ଖଲ୍ଲିକୋଟ,୩୧ା୧(ପ୍ରଶାନ୍ତ କୁମାର ମିଶ୍ର): ଘନକୁହୁଡ଼ି ଯୋଗୁ ୧୬ ନମ୍ବର ଜାତୀୟ ରାଜପଥରେ ଶନିବାର ଏକ ଦୁର୍ଘଟଣା ଘଟିଛି। ରାସ୍ତା ଉପରେ ପଡ଼ିଥିବା ଗୋଟିଏ ପଥରରେ ପିଟି ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri