Posted inଜାତୀୟ

ଶରଦ ପାଓ୍ବାର ରାଷ୍ଟ୍ରପତି ହେଲେ ଦେଶରେ ବୃଦ୍ଧି ପାଇବ ଆତଙ୍କବାଦ: ଭାଜପା ଏମ୍‌ପି

ନୂଆଦିଲ୍ଲୀ,୧୬।୬: ରାଷ୍ଟ୍ରପତି ନିର୍ବାଚନକୁ ନେଇ ଦେଶର ରାଜନୀତି ସରଗରମ ରହିଛି। ଭାଜପା ପ୍ରାର୍ଥୀ ଦେବାକୁ ଏକ ପ୍ରକାର ପ୍ରସ୍ତୁତ ଥିବାବେଳେ ବିରୋଧୀ ମିଳିତ ଭାବେ ପ୍ରାର୍ଥୀ ଦେବାକୁ ସଜବାଜ ହେଉଛନ୍ତି। ତେବେ ବିରୋଧୀଙ୍କ ପକ୍ଷରୁ ଏନସିପି ସୁପ୍ରିମୋ ଶରଦ ପାଓ୍ବାର ପ୍ରାର୍ଥୀ ହେବେ ବୋଲି ଚର୍ଚ୍ଚା ହେଉଛି। ଯଦିଓ ଶରଦ ପ୍ରାର୍ଥୀ ହେବାକୁ ରୋକଠୋକ ମନା କରିଦେଇଛନ୍ତି, କିନ୍ତୁ ତାଙ୍କୁ ବୁଝାଇବା ପାଇଁ ଚେଷ୍ଟା ଚାଲିଛି। ତେବେ ଏସବୁ ଭିତରେ ଭାଜପା ଏମ୍‌ପି ଦିଲୀପ ଘୋଷ ଶରଦ ପାୱାରଙ୍କ ଉପରେ ପ୍ରଶ୍ନ ଉଠାଇଛନ୍ତି। ପାୱାରଙ୍କୁ ଟାର୍ଗେଟ କରି ସେ କହିଛନ୍ତି ଯେ, ଆତଙ୍କବାଦୀଙ୍କ ସହ ଶରଦ ପାୱାରଙ୍କର ସମ୍ପର୍କ ରହିଛି। ଯଦି ଆମ ଦେଶରେ ଏପରି ରାଷ୍ଟ୍ରପତି ରହିବେ, ତେବେ ଆତଙ୍କବାଦ ମଧ୍ୟ ବୃଦ୍ଧି ପାଇବ।
ସୂଚନାଯୋଗ୍ୟ,ଏନସିପି ସୁପ୍ରିମୋ ଶରଦ ପାୱାର ଜୁଲାଇ ୧୮ରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ଦୌଡ଼ରୁ କିଛି ଦିନ ପୂର୍ବରୁ ନିଜକୁ ଦୂରେଇ ରଖିଥିଲେ, କିନ୍ତୁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଷ୍ଟ୍ରପତି ନିର୍ବାଚନକୁ ଦୃଷ୍ଟିରେ ରଖି ଡାକିଥିବା ବୈଠକରେ ପାଓ୍ବାର ଯୋଗ ଦେଇଥିଲେ। ଏହି ବୈଠକରେ ୧୬ଟି ଦଳ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର, ୨୮।୯: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ ଦଳୀୟ…

୬ ଲକ୍ଷ ଘନଫୁଟ ଟପିଲା ହୀରାକୁଦକୁ ବନ୍ୟାଜଳ ପ୍ରବେଶ: ପୁଣି ଖୋଲିଲା ଜଳଭଣ୍ଡାରର ୨ଟି ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର, ୨୮/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ଅହେତୁକ ବୃଦ୍ଧି ପାଇବା ଯୋଗୁ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। ଫଳରେ…

ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….

ବଲିଉଡ୍‌ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ…

ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…

ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍‌ ବ୍ୟାଟ୍‌ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍‌ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

ସ୍କୁଲ ଯିବା ବାଟରେ ସ୍କୁଟି ଆଗକୁ ଆସିଗଲା ଛେଳି, ଦୁର୍ଘଟଣାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ

ବାସୁଦେବପୁର,୨୮ା୯(କାଳି ପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ମନ୍ଦାରୀ ବନ୍ଧ ମୁଣ୍ଡ ପୋଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଉଛନ୍ତି ବାସୁଦେବପୁର ପୌରାଞ୍ଚଳ…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?