Posted inଜାତୀୟ

‘ଯଦି ମୁଁ ଅପରାଧ କରିଛି, ଗିରଫ କର’

ରାଞ୍ଚି,୩।୧୧: ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗୁରୁବାର ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ରେ ହାଜର ହୋଇନାହାଁନ୍ତି। ସେ ଇଡିକୁ ଏକ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ବେଆଇନ ଖଣି ମାମଲାରେ ପଚରାଉଚରା ପାଇଁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ହେମନ୍ତ ସୋରେନଙ୍କୁ ରାଞ୍ଚି କାର୍ଯ୍ୟାଳୟରେ ହାଜର ହେବାକୁ ଗୁରୁବାର ଡକାଇଥିଲେ। କିନ୍ତୁ ସେ ହାଜର ହୋଇ ନ ଥିଲେ। ରାଜ୍ୟ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସହ ଏକଜୁଟ ପ୍ରକାଶ କରିବାକୁ ଜେଏମଏମ କର୍ମୀମାନେ ରାଞ୍ଚିରେ ଏକ ପଦଯାତ୍ରା କରିଥିଲେ। ତାଙ୍କ ବାସଭବନ ବାହାରେ ଏକତ୍ରିତ ହୋଇଥିବା ସମର୍ଥକଙ୍କୁ ସମ୍ବୋଧିତ କରି ସୋରେନ କହିଛନ୍ତି, ଆଜି ମୋତେ ଇଡି ନିକଟରେ ହାଜର ହେବାକୁ ଥିଲା କିନ୍ତୁ ି ଛତିଶଗଡରେ ଆଜ ମୋର ଏକ କାର୍ଯ୍ୟକ୍ରମ ପୂର୍ବରୁ ନିର୍ଦ୍ଧାରିତ ଥିଲା। ଯଦି ମୁଁ କୌଣସି ଅପରାଧ କରିଛି ତେବେ ମୋତେ ଗିରଫ କର। ପଚରାଉଚରା ପାଇଁ କାହିଁକି ଡାକୁଛ। ସାମ୍ବିଧାନିକ ସଂସ୍ଥାର ଅପବ୍ୟବହାର କରାଯାଉଛି। ଯେକୌଣସି ଭାବେ ସରକାରଙ୍କୁ ହଟାଇବାକୁ କେନ୍ଦ୍ରୀୟ ଏଜେନ୍ସି ଷଡଯନ୍ତ୍ର କରୁଛି। ଏମାନେ ସର୍ବଦା ଏଠାରେ ଆଦିବାସୀ, ଦଲିତମାନଙ୍କୁ ଧ୍ୱଂସ କରିବାର କାର୍ଯ୍ୟ କରିଛନ୍ତି। ଏହି ଲୋକମାନେ କେବେ ଚାହାଁନ୍ତି ନାହିଁ ଯେ ଆଦିବାସୀ, ଦଳିତ ଆଗକୁ ବଢନ୍ତୁ। କିନ୍ତୁ ଆମେ ନଇଁବୁ ନାହିଁ, ଆଗକୁ ବଢିବୁ।
ନଭେମ୍ବର ୩ରେ ଇଡି ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ବେଆଇନ ଖଣି ଖନନ ମାମଲାରେ ଟଙ୍କା ହେରଫେର ବିଷୟରେ ପଚରାଉଚରା ପାଇଁ ଡକାଇଥିଲା। ପ୍ରିଭେନସନ ଅଫ ମନି ଲଣ୍ଡରିଂ ଆକ୍ଟ (ପିଏମଏଲଏ) ଅନୁଯାୟୀ ଏଜେନ୍ସି ସୋରେନଙ୍କୁ ପ୍ରଶ୍ନ କରିବା ସହ ତାଙ୍କ ବିବୃତ୍ତି ରେକର୍ଡ କରିବାକୁ ଚାହୁଁଛି। ଇଡି ପୂର୍ବରୁ ଏହି ମାମଲାରେ ସୋରେନଙ୍କ ରାଜନୈତିକ ସହାୟକ ପଙ୍କଜ ମିଶ୍ର ଏବଂ ଅନ୍ୟ ଦୁଇଜଣଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?