‘ମୁଁ ରାଷ୍ଟ୍ରପତି ଥିଲେ, ରୁଷିଆ ଉପରେ ପରମାଣୁ ବୋମା ପକାଇବା ଧମକ ଦେଇଥାନ୍ତି’

ଓ୍ବାଶିଂଟନ୍‌,୨୭।୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଥମିବାର ନାଁ ଧରୁନି। ଏହି ସମୟରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଚାଞ୍ଚଲ୍ୟକର ମନ୍ତବ୍ୟ ଦେଇଛନ୍ତି। ଏକ ସାକ୍ଷାତକାରରେ ସେ କହିଛନ୍ତି, ଯଦି ସେ ଏବେ ରାଷ୍ଟ୍ରପତି ହୋଇଥାନ୍ତେ, ତେବେ ସେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ପରମାଣୁ ଯୁଦ୍ଧ ଧମକ ଦେଇଥାନ୍ତେ। ମୁଁ ତାଙ୍କୁ (ପୁଟିନ) ଲଗାତାର ଏନ୍‌- ଶବ୍ଦ ବ୍ୟବହାର କରୁଥିବାର ଶୁଣିଛି। ସେ କ୍ରମାଗତ ଭାବରେ ପରମାଣୁ ଶବ୍ଦ ବ୍ୟବହାର କରୁଥିବା ସେ କହିଛନ୍ତି।
ମାର୍ଚ୍ଚ ୨୧ରେ, ଫକ୍ସ ବିଜନେସର ଷ୍ଟୁଆର୍ଟ ଭର୍ନିଙ୍କୁ ଦେଇଥିବା ଏକ ସାକ୍ଷାତକାରରେ ଟ୍ରମ୍ପ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କୁ ଟାର୍ଗେଟ କରିଛନ୍ତି। ଉପରେ ଆକ୍ରମଣ କରି କହିଛନ୍ତି, ଆମେ କହୁଛୁ ଓହ, ସେ ଆଣବିକ ଶକ୍ତି। କିନ୍ତୁ ଆମେ ବିଶ୍ୱର ବଡ ଆଣବିକ ଶକ୍ତି। ଆମ ପାଖରେ ସବୁକିଛି ଅଛି। ତେଣୁ ଆଗକୁ ଆସି ରୁଷିଆକୁ ପରମାଣୁ ଧମକ ଦେବା ଆବଶ୍ୟକ। ସେଠାରେ (ୟୁକ୍ରେନ) ହଜାର ହଜାର ଲୋକ ମରୁଛନ୍ତି। ଆମେ କିଛି ପଦକ୍ଷେପ ନେବା ଆବଶ୍ୟକ ବୋଲି ସେ କହିଛନ୍ତି।
ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ମାସେରୁ ଅଧିକ ଦିନ ହେଲାଣି। ଯଦିଓ ନାଟୋ ଦେଶ ଏବଂ ଆମେରିକା ୟୁକ୍ରେନକୁ ସମର୍ଥନ କରୁଛନ୍ତି କିନ୍ତୁ ରୁଷିଆ ବିରୁଦ୍ଧରେ ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାରେ ସକ୍ଷମ ହୋଇ ନାହାଁନ୍ତି। ଅନ୍ୟପକ୍ଷରେ, ୟୁକ୍ରେନ ମାଟିରେ ହାଇପରସୋନିକ କ୍ଷେପଣାସ୍ତ୍ର ନିକ୍ଷେପ କରି ରୁଷିଆ କେବଳ ନାଟୋ ନୁହେଁ, ଆମେରିକାକୁ ଚ୍ୟାଲେଞ୍ଜ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀ ପୁନରୁଦ୍ଧାର ଦାବି: ପଞ୍ଚାୟତ ଅଫିସରେ ସରପଞ୍ଚଙ୍କୁ ତାଲା ମାରିଲେ ମହିଳା

ଭେଡ଼େନ,୨୫।୫ (ହୃଷିକେଶ ଖମାରୀ): ଦିନକୁ ଦିନ ତାପମାତ୍ରା ବଢ଼ି ଚାଲିଥିବା ବେଳେ ଲୋକେ ଗାଧୋଇବା ଓ ପାନୀୟ ଜଳ ପାଇଁ ଡହଳ ବିକଳ ହେଉଛନ୍ତି । ବରଗଡ଼…

‘ମୃତ ଝିଅ ଅପେକ୍ଷା ଛାଡପତ୍ର ପାଇଥିବା ଝିଅ ଭଲ’, ସୁପ୍ରିମ କୋର୍ଟରେ ଭାବପ୍ରବଣ ହୋଇଗଲେ SG ମେହେଟା

ନୂଆଦିଲ୍ଲୀ,୨୫।୫: ଭୋପାଳରେ ଘଟିଥିବା ବହୁଚର୍ଚ୍ଚିତ ଟ୍ବିଶା ଶର୍ମା ମୃତ୍ୟୁ ମାମଲା ସମ୍ପର୍କରେ ସଲିସିଟର ଜେନେରାଲ (SG)ତୁଷାର ମେହେଟ୍ଟା ଏକ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ କରିଛନ୍ତି। ସୋମବାର (୨୫ ମଇ,…

ଇରାନର ବଡ଼ ଅନୁରୋଧ ରଖିଲା ଫିଫା

ତେହରାନ, ୨୫ା୫: ଆସନ୍ତା ୧୧ ତାରିଖରୁ ଆରମ୍ଭ ହେବାକୁଥିବା ଫିଫା ବିଶ୍ୱକପ୍‌ ଲାଗି ଇରାନ ପକ୍ଷରୁ ଦଳର ଟ୍ରେନିଂ କ୍ୟାମ୍ପ ଆମେରିକାରୁ ମେକ୍ସିକୋକୁ ସ୍ଥାନାନ୍ତର କରିବା ଲାଗି…

ବ୍ରିଜ ଉପରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା ଓଲଟି ଲାଗିଗଲା ନିଆଁ, ଡ୍ରାଇଭର ନିଖୋଜ

ରାଉରକେଲା,୨୫ା୫(ସଙ୍ଗୀତା ଜେନା): ରାଉରକେଲାର ନୂତନ ବ୍ରାହ୍ମଣୀ ବ୍ରିଜ୍‌ ଉପରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ହାଇଓ୍ବା ଓଲଟି ପଡ଼ିବାରୁ ଏଥିରେ ନିଆଁ ଲାଗିଯାଇଥିଲା।…

ଧର୍ମେନ୍ଦ୍ର, ଶିବୁ ସୋରେନଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ, ୬୬ ଜଣଙ୍କୁ ସମ୍ମାନୀତ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୫: ସୋମବାର ସାରେ ରାଷ୍ଟ୍ରପତି ଭବନର ଦରବାର ହଲରେ ପଦ୍ମ ପୁରସ୍କାର ସମାରୋହ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମ ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୬ଜଣ ବିଶିଷ୍ଟ…

ବୈଶିଙ୍ଗା-ରୁପ୍ସା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା, ଶିକ୍ଷକ ମୃତ

ବୈଶିଙ୍ଗା,୨୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ବଜାର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ବେତନଟୀ ବ୍ଲକ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ…

ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧିକୁ ନେଇ ବର୍ଷିଲେ ରାହୁଲ, ସରକାର ଚୁପଚାପ୍ ପକେଟ…..

ନୂଆଦିଲ୍ଲୀ,୨୫।୫: ସୋମବାର ଦିନ ପୁଣିଥରେ ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇଛି। ମାତ୍ର ୧୦ ଦିନ ମଧ୍ୟରେ ଏହା ଚତୁର୍ଥ ଥର ପାଇଁ ସରକାର…

ସୌମ୍ୟ ମୃତ୍ୟୁ: ବିବାଦୀୟ ADGଙ୍କ ବଦଳି, ମା ଆଣିଥିଲେ ସାଂଘାତିକ…

ଭୁବନେଶ୍ୱର,୨୨।୫: ବରିଷ୍ଠ ଆଇପିଏସ୍ ଅଧିକାରୀ ଦୟାଲ ଗଙ୍ଗୱାରଙ୍କ ବଦଳି କରାଯାଇଛି। ତାଙ୍କୁ ADGP (କମ୍ୟୁନିକେସନ) ପଦରୁ ହଟାଯାଇ ଗୃହ ବିଭାଗରେ OSD (ଅଫିସର ଅନ୍ ସ୍ପେସିଆଲ୍ ଡ୍ୟୁଟି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri