ଅସଲ ରଙ୍ଗ ଦେଖାଇଲା ବାଂଲାଦେଶ; ୟୁନୁସଙ୍କ ସହଯୋଗୀ କହିଲେ- ଯଦି ପାକିସ୍ତାନ ଉପରେ ଆକ୍ରମଣ ହୁଏ ତେବେ ଢ଼ାକା…

ଢାକା,୨।୫: ଜମ୍ମୁ ଏବଂ କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନ ବିରୁଦ୍ଧରେ ଅନେକ କଠୋର କଟକଣା ଲଗାଉଛି ଏବଂ କାର୍ଯ୍ୟାନୁଷ୍ଠାନ ଜାରି ରହିଛି। ଏହି ସମୟରେ ଜଣେ ପୂର୍ବତନ ବାଂଲାଦେଶ ସାମରିକ ଅଧିକାରୀ ଏକ ବିବାଦୀୟ ବୟାନ ଦେଇଛନ୍ତି। ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମୁଖ୍ୟ ମହମ୍ମଦ ୟୁନୁସଙ୍କ ଘନିଷ୍ଠ ସହଯୋଗୀ ଏଏଲ୍‌ଏମ୍‌ ଫଜଲୁର ରହମାନ କହିଛନ୍ତି ଯେ ଯଦି ଭାରତ ପାକିସ୍ତାନ ଉପରେ ଆକ୍ରମଣ କରେ, ତେବେ ଢାକାକୁ ଚାଇନା ସହିତ ହାତ ମିଳାଇ ଉତ୍ତର-ପୂର୍ବକୁ କବଜା କରିବା ଉଚିତ।

ବାଂଲାଦେଶର ଅବସରପ୍ରାପ୍ତ ମେଜର ଜେନେରାଲ ଏଏଲ୍‌ଏମ୍‌ ଫଜଲୁର ରହମାନ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଏକ ପୋଷ୍ଟରେ ଲେଖିଛନ୍ତି ଯେ ଆମକୁ ମିଳିତ ସାମରିକ ବ୍ୟବସ୍ଥା ବିଷୟରେ ଚାଇନା ସହିତ ଆଲୋଚନା ଆରମ୍ଭ କରିବା ଉଚିତ। ତେବେ ମହମ୍ମଦ ୟୁନୁସଙ୍କ ନେତୃତ୍ୱାଧୀନ ମଧ୍ୟବର୍ତ୍ତୀକାଳୀନ ସରକାର ଡିସେମ୍ବର ୨୦୨୪ ରେ ଫଜଲୁର ରେହମାନଙ୍କୁ ଜାତୀୟ ସ୍ବାଧୀନ କମିଶନର ଅଧ୍ୟକ୍ଷ ଭାବରେ ନିଯୁକ୍ତ କରିଥିଲେ।
ଅପରପକ୍ଷେ ବାଂଲାଦେଶ ବୈଦେଶିକ ମନ୍ତ୍ରଣାଳୟ ଫଜଲୁର ରହମାନଙ୍କ ସାମ୍ପ୍ରତିକ ବକ୍ତବ୍ୟରୁ ନିଜକୁ ଦୂରେଇ ରଖି କହିଛି ଯେ ତାଙ୍କ ବକ୍ତବ୍ୟ ସରକାରଙ୍କ ନୀତିକୁ ପ୍ରତିଫଳିତ କରେ ନାହିଁ ଏବଂ ସରକାର ଏପରି ବୟାନବାଜିକୁ ସମର୍ଥନ କରେ ନାହିଁ।

୨୦୦୯ ବାଂଲାଦେଶ ରାଇଫଲ୍ସ (BDR) ଗଣହତ୍ୟାର ତଦନ୍ତ କରୁଥିବା ଫଜଲୁର ରହମାନଙ୍କ ଏହି ବୟାନ ଏପରି ଏକ ସମୟରେ ଆସିଛି ଯେତେବେଳେ ଗତ ବର୍ଷ ଅଗଷ୍ଟରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ କ୍ଷମତାରୁ ବହିଷ୍କାର କରିବା ପରେ ଭାରତ ସହିତ ବାଂଲାଦେଶର ସମ୍ପର୍କ ତିକ୍ତ ହୋଇଛି। ବୈଦେଶିକ ମନ୍ତ୍ରଣାଳୟ କହିଛି ଯେ ବାଂଲାଦେଶ ସମସ୍ତ ଦେଶର ସାର୍ବଭୌମତ୍ୱ, କ୍ଷେତ୍ରୀୟ ଅଖଣ୍ଡତା, ପାରସ୍ପରିକ ସମ୍ମାନ ଏବଂ ଶାନ୍ତିପୂର୍ଣ୍ଣ ସହାବସ୍ଥାନର ନୀତି ପ୍ରତି ଦୃଢ଼ ଭାବରେ ପ୍ରତିବଦ୍ଧ।

ସୂଚନାଯୋଗ୍ୟ, ଏପ୍ରିଲ ୨୨ ତାରିଖରେ, ପହଲଗାମର ବୈସାରନ ଉପତ୍ୟକାରେ ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କୁ ଟାର୍ଗେଟ କରି ଆଖିବୁଜା ଗୁଳିଚାଳନା କରିଥିଲେ। ଏହି ଆକ୍ରମଣରେ ଜଣେ ନେପାଳୀ ନାଗରିକଙ୍କ ସମେତ ୨୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri