ଅସଲ ରଙ୍ଗ ଦେଖାଇଲା ବାଂଲାଦେଶ; ୟୁନୁସଙ୍କ ସହଯୋଗୀ କହିଲେ- ଯଦି ପାକିସ୍ତାନ ଉପରେ ଆକ୍ରମଣ ହୁଏ ତେବେ ଢ଼ାକା…

ଢାକା,୨।୫: ଜମ୍ମୁ ଏବଂ କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନ ବିରୁଦ୍ଧରେ ଅନେକ କଠୋର କଟକଣା ଲଗାଉଛି ଏବଂ କାର୍ଯ୍ୟାନୁଷ୍ଠାନ ଜାରି ରହିଛି। ଏହି ସମୟରେ ଜଣେ ପୂର୍ବତନ ବାଂଲାଦେଶ ସାମରିକ ଅଧିକାରୀ ଏକ ବିବାଦୀୟ ବୟାନ ଦେଇଛନ୍ତି। ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମୁଖ୍ୟ ମହମ୍ମଦ ୟୁନୁସଙ୍କ ଘନିଷ୍ଠ ସହଯୋଗୀ ଏଏଲ୍‌ଏମ୍‌ ଫଜଲୁର ରହମାନ କହିଛନ୍ତି ଯେ ଯଦି ଭାରତ ପାକିସ୍ତାନ ଉପରେ ଆକ୍ରମଣ କରେ, ତେବେ ଢାକାକୁ ଚାଇନା ସହିତ ହାତ ମିଳାଇ ଉତ୍ତର-ପୂର୍ବକୁ କବଜା କରିବା ଉଚିତ।

ବାଂଲାଦେଶର ଅବସରପ୍ରାପ୍ତ ମେଜର ଜେନେରାଲ ଏଏଲ୍‌ଏମ୍‌ ଫଜଲୁର ରହମାନ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଏକ ପୋଷ୍ଟରେ ଲେଖିଛନ୍ତି ଯେ ଆମକୁ ମିଳିତ ସାମରିକ ବ୍ୟବସ୍ଥା ବିଷୟରେ ଚାଇନା ସହିତ ଆଲୋଚନା ଆରମ୍ଭ କରିବା ଉଚିତ। ତେବେ ମହମ୍ମଦ ୟୁନୁସଙ୍କ ନେତୃତ୍ୱାଧୀନ ମଧ୍ୟବର୍ତ୍ତୀକାଳୀନ ସରକାର ଡିସେମ୍ବର ୨୦୨୪ ରେ ଫଜଲୁର ରେହମାନଙ୍କୁ ଜାତୀୟ ସ୍ବାଧୀନ କମିଶନର ଅଧ୍ୟକ୍ଷ ଭାବରେ ନିଯୁକ୍ତ କରିଥିଲେ।
ଅପରପକ୍ଷେ ବାଂଲାଦେଶ ବୈଦେଶିକ ମନ୍ତ୍ରଣାଳୟ ଫଜଲୁର ରହମାନଙ୍କ ସାମ୍ପ୍ରତିକ ବକ୍ତବ୍ୟରୁ ନିଜକୁ ଦୂରେଇ ରଖି କହିଛି ଯେ ତାଙ୍କ ବକ୍ତବ୍ୟ ସରକାରଙ୍କ ନୀତିକୁ ପ୍ରତିଫଳିତ କରେ ନାହିଁ ଏବଂ ସରକାର ଏପରି ବୟାନବାଜିକୁ ସମର୍ଥନ କରେ ନାହିଁ।

୨୦୦୯ ବାଂଲାଦେଶ ରାଇଫଲ୍ସ (BDR) ଗଣହତ୍ୟାର ତଦନ୍ତ କରୁଥିବା ଫଜଲୁର ରହମାନଙ୍କ ଏହି ବୟାନ ଏପରି ଏକ ସମୟରେ ଆସିଛି ଯେତେବେଳେ ଗତ ବର୍ଷ ଅଗଷ୍ଟରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ କ୍ଷମତାରୁ ବହିଷ୍କାର କରିବା ପରେ ଭାରତ ସହିତ ବାଂଲାଦେଶର ସମ୍ପର୍କ ତିକ୍ତ ହୋଇଛି। ବୈଦେଶିକ ମନ୍ତ୍ରଣାଳୟ କହିଛି ଯେ ବାଂଲାଦେଶ ସମସ୍ତ ଦେଶର ସାର୍ବଭୌମତ୍ୱ, କ୍ଷେତ୍ରୀୟ ଅଖଣ୍ଡତା, ପାରସ୍ପରିକ ସମ୍ମାନ ଏବଂ ଶାନ୍ତିପୂର୍ଣ୍ଣ ସହାବସ୍ଥାନର ନୀତି ପ୍ରତି ଦୃଢ଼ ଭାବରେ ପ୍ରତିବଦ୍ଧ।

ସୂଚନାଯୋଗ୍ୟ, ଏପ୍ରିଲ ୨୨ ତାରିଖରେ, ପହଲଗାମର ବୈସାରନ ଉପତ୍ୟକାରେ ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କୁ ଟାର୍ଗେଟ କରି ଆଖିବୁଜା ଗୁଳିଚାଳନା କରିଥିଲେ। ଏହି ଆକ୍ରମଣରେ ଜଣେ ନେପାଳୀ ନାଗରିକଙ୍କ ସମେତ ୨୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?