Posted inଖେଳ

ଯଦି ଭାରତ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ୍‌ ହାରିଯାଏ ତେବେ କ’ଣ ହେବ, ଜାଣନ୍ତୁ…

ଦୁବାଇ,୩୦।୧୦: ଅକ୍ଟୋବର ୨୪ରେ ପାକିସ୍ତାନ ବିପକ୍ଷରେ ହାରି ଭାରତୀୟ କ୍ରିକେଟ ଦଳ ଟି -୨୦ ବିଶ୍ୱକପରେ ନିଜର ଅଭିଯାନ ଆରମ୍ଭ କରିଛି। ୭ ଦିନର ଦୀର୍ଘ ବ୍ୟବଧାନ ପରେ ଟିମ ଇଣ୍ଡିଆ ନ୍ୟୁଜିଲାଣ୍ଡକୁ ସାମ୍ନା କରିବ। ଏହି ମ୍ୟାଚ ଉଭୟ ଦଳ ପାଇଁ ଏକ ଭର୍ଚୁଆଲ କ୍ୱାର୍ଟର ଫାଇନାଲରେ ପରିଣତ ହୋଇଛି। କାରଣ ପାକିସ୍ତାନ ଏପର୍ଯ୍ୟନ୍ତ ଖେଳିଥିବା ତିନୋଟି ମ୍ୟାଚ ଜିତି ସେମିଫାଇନାଲରେ ସ୍ଥାନ ପ୍ରାୟ ନିଶ୍ଚିତ କରିଛି। ଦଳକୁ ସ୍କଟଲ୍ୟାଣ୍ଡ ଏବଂ ନାମିବିଆ ବିପକ୍ଷରେ ବାକି ଦୁଇଟି ମ୍ୟାଚ ଖେଳିବାକୁ ପଡିବ।

ଏଭଳି ପରିସ୍ଥିତିରେ ଗ୍ରୁପ୍‌ରେ ଅନ୍ତର୍ଭୁକ୍ତ ଭାରତ ଏବଂ ନ୍ୟୁଜିଲାଣ୍ଡକୁ ସେମିଫାଇନାଲ ପାଇଁ ବାକି ଗୋଟିଏ ସ୍ଥାନ ପାଇଁ ଲଢ଼ିବାକୁ ପଡିବ। ଉଭୟ ଦଳ ପାକିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚ ହାରିଛନ୍ତି। ଅବଶିଷ୍ଟ ଚାରିଟି ମ୍ୟାଚ ଜିତି ସେମିଫାଇନାଲରେ ପ୍ରବେଶ କରିବାକୁ ଉଭୟ ଦଳ ପାଖରେ ସୁଯୋଗ ରହିଛି। ଯେଉଁ ଦଳ ଚାରିଟି ମ୍ୟାଚ ଜିତିବ ସେ ୮ ପଏଣ୍ଟ ପାଇବ ଏବଂ ନେଟ୍‌ ରନ୍‌ ହାର ବହୁତ କମ ହୋଇଥିଲେ ମଧ୍ୟ ସେମିଫାଇନାଲରେ ପ୍ରବେଶ କରିବାରେ ଏହାର କୌଣସି ପ୍ରଭାବ ପଡ଼ିବ ନାହିଁ। ଏଣୁ ଉଭୟ ଦଳ ସେମିଫାଇନାଲରେ ପରସ୍ପର ପାଇଁ ସବୁଠାରୁ ବଡ ପ୍ରତିବନ୍ଧକ।

ଯଦି ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ଭାରତକୁ ପରାଜୟର ସାମ୍ନା କରିବାକୁ ପଡେ ଏବଂ ନ୍ୟୁଜିଲାଣ୍ଡ ଦଳ ଅବଶିଷ୍ଟ ସମସ୍ତ ମ୍ୟାଚ ଜିତେ, ତେବେ ଭାରତୀୟ ଦଳର ଯାତ୍ରା ସିଧାସଳଖ ଗ୍ରୁପ୍‌ ରାଉଣ୍ଡରେ ଶେଷ ହେବ।

ସେମିଫାଇନାଲରେ ପ୍ରବେଶ କରିବା ପାଇଁ ଆଫଗାନିସ୍ତାନ ଏବଂ ନାମିବିଆ ଭଳି ଦଳର ପ୍ରଦର୍ଶନ ଉପରେ ମଧ୍ୟ ଭାରତୀୟ ଦଳର ଭାଗ୍ୟ ନିର୍ଭର କରିବ।

ବିଶ୍ୱକପ୍‌ର ଅଙ୍କ ତାଲିକା ଦେଖି ଭାରତକୁ ସେମିଫାଇନାଲରେ ସ୍ଥାନ ପାଇବାକୁ ହେଲେ ଚାମ୍ପିୟନ ଭଳି ଖେଳିବାକୁ ହେବ। ବାକି ସମସ୍ତ ଟିମ୍‌କୁ ହରାଇ ଆଗକୁ ବଢ଼ିବାକୁ ପଡ଼ିବ।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିବାହ ପୂର୍ବରୁ ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଥିଲେ ଧୋନୀ, ଜାଣିଲେ…

ନୂଆଦିଲ୍ଲୀ,୨୦।୪: ମହେନ୍ଦ୍ର ସିଂ ଧୋନି ଆଜିକାଲି ଆଇପିଏଲ୨୦୨୪ରେ ଖେଳୁଥିବା ନଜର ଆସିଛନ୍ତି । ଧୋନୀ ଚଳିତ ସିଜନରେ ଚେନ୍ନାଇ ପାଇଁ ଅଧିନାୟକ ଭାବରେ ନୁହେଁ ବରଂ...

ଋତୁରାଜ-ରାହୁଲଙ୍କ ଉପରେ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ଗୋଟିଏ ଭୁଲ ଯୋଗୁ ଦେବାକୁ ପଡ଼ିଲା ଜରିମାନା

ନୂଆଦିଲ୍ଲୀ,୨୦।୪: ଆଇପିଏଲ ୨୦୨୪ ଦିନକୁ ଦିନ ଅଧିକ ରୋମାଞ୍ଚକର ହୋଇଯାଉଛି। ଟୁର୍ନାମେଣ୍ଟର ୩୪ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ ମଧ୍ୟରେ...

ଚେନ୍ନାଇର ସମ୍ମାନଜନକ ସ୍କୋର

ଲକ୍ଷ୍ନୌ, ୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସମ୍ମାନଜନକ ସ୍କୋର କରିଛି। ରବୀନ୍ଦ୍ର...

ସେମିଫାଇନାଲରେ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୨୦।୪(ତପନ ସ୍ବାଇଁ): ଇତିହାସ ରଚିଲା ଓଡ଼ିଶା ଏଫ୍‌ସି। ଅତିରିକ୍ତ ସମୟରେ ଇସାକ ଭନଲାଲରୁଆତଫେଲାଙ୍କ ଗୋଲ ବଳରେ ଓଡ଼ିଶା ଏଫ୍‌ସି ପ୍ରଥମଥର ପାଇଁ ଇଣ୍ଡିଆନ ସୁପର...

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri