Posted inଜାତୀୟ

‘ଭାରତ ଚାହିଁଲେ ହମାସ୍‌ ସହ ଶାନ୍ତି ବୁଝାମଣା ହୋଇପାରିବ’

ନୂଆଦିଲ୍ଲୀ,୧୧ା୧୦: ଇସ୍ରାଏଲ୍‌ ଓ ହମାସ୍‌ ମଧ୍ୟରେ ଯୁଦ୍ଧକୁ ୪ ଦିନ ବିତିଥିବାବେଳେ ୧,୬୦୦ରୁ ଅଧିକ ଲୋକଙ୍କ ଜୀବନ ଯିବା ସହ ୬,୦୦୦ ଆହତ ହେଲେଣି। ଶାନ୍ତି ସ୍ଥାପନ କିମ୍ବା ଯୁଦ୍ଧ ବନ୍ଦ ହେବାର କୌଣସି ସଙ୍କେତ ମିଳୁ ନାହିଁ। ଜି-୨୦ ରାଷ୍ଟ୍ରଗୋଷ୍ଠୀରେ ଆଫ୍ରିକୀୟ ୟୁନିୟନକୁ ଯୋଡ଼ିବା ଏବଂ ବ୍ରିକ୍ସ ସଦସ୍ୟ ସଂଖ୍ୟା ୬କୁ ବଢ଼ାଇବାରେ ଆମେରିକା ସଫଳ ବୁଝାମଣା କରିଥିଲା। ଇସ୍ରାଏଲ୍‌ ଏବଂ ହମାସ୍‌ ମଧ୍ୟରେ ଯୁଦ୍ଧର ଅବସାନ ପାଇଁ ଭାରତ ପ୍ରମୁଖ ଭୂମିକା ନେଇପାରିବ ବୋଲି ଇସ୍ରାଏଲ୍‌ର ପୂର୍ବତନ ସାମରିକ ଗୋଇନ୍ଦା ମୁଖ୍ୟ ମେଜର ଜେନେରାଲ ଆମୋସ୍‌ ୟାଡଲିନ୍‌ କହିଛନ୍ତି। ହମାସ୍‌ କୌଣସି ଶାନ୍ତି ବୁଝାମଣା ପାଇଁ ରାଜି ହେବନାହିଁ। ଆଇଏସ୍‌ ଭଳି ଏହା ଏକ ଆତଙ୍କବାଦୀ ସଂଗଠନ, ଯିଏ ମହିଳା ଓ ଶିଶୁମାନଙ୍କୁ ହତ୍ୟା କରୁଛି। ଯଦି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚମତ୍କାରୀ କରିପାରନ୍ତି, ତେବେ ଆମେ ତାଙ୍କୁ ସମର୍ଥନ ଜଣାଇବୁ ବୋଲି ୟାଡଲିନ୍‌ ଏକ ଗଣମାଧ୍ୟମକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

ସଚିନ ତେନ୍ଦୁଲକରଙ୍କ ଟୁଇଟ ଉପରେ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିକ୍ରିୟା ଭାଇରାଲ, କହିଲେ ‘କ୍ରିକେଟର ଭଗବାନ’…

ନୂଆଦିଲ୍ଲୀ,୨୮।୫: ବୈଭବ ସୂର୍ଯ୍ୟବଂଶୀ ଇଣ୍ଡିଆନ ପ୍ରିମିୟର ଲିଗରେ ଚମକାଇ ଚାଲିଛନ୍ତି। ମାତ୍ର ୧୫ ବର୍ଷ ବୟସରେ ସେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ସନରାଇଜର୍ସ…

ଟ୍ରେନ ଉପରେ ପଡ଼ିଲା କ୍ରେନ୍‌

ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍‌ ଲୋଡିଂ ବେଳେ କ୍ରେନ୍‌ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ…

ଚାକିରି ନାଁରେ ଓଡ଼ିଆ ନାବାଳିକାଙ୍କୁ ୟୁପିରେ ବିକ୍ରି: ଦୁଇବର୍ଷ ଧରି ଯୌନ ନିର୍ଯାତନା

କାମାକ୍ଷାନଗର,୨୮।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏକ ଚାଞ୍ଚଳ୍ୟକର ଘଟଣା ସାମ୍ନାକୁ ଆସିଛି। ମା’ଙ୍କ ଚିକିତ୍ସା ପାଇଁ ଟଙ୍କା ରୋଜଗାର କରିବାକୁ ଆସି ଯୌନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri