ରାତି ପାହିଥିଲେ ପଡ଼ିଥାନ୍ତା ହାତଗଣ୍ଠି, ପହଞ୍ଚିଗଲା ପ୍ରଶାସନ, ଆଉ ତା’ ପରେ…

ଦିଗପହଣ୍ଡି,୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ ଅଧୀନ ଏକ ଗ୍ରାମରେ ଗୁରୁବାର ଅନୁଷ୍ଠିତ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ସ୍ଥାନୀୟ ପ୍ରଶାସନ ବୁଧବାର ବନ୍ଦ କରିଥିବା ଜଣାପଡ଼ିଛି। ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକାଙ୍କର ଗୁରୁବାର ହାତଗଣ୍ଠି ପଡ଼ିଥାନ୍ତା। ପରିବାର ଲୋକେ ତାଙ୍କୁ ବିବାହ କରି ଦେଉଥିବାର ଖବର ପ୍ରଘଟ ହେବା ପରେ ବ୍ରହ୍ମପୁରସ୍ଥିତ ଶିଶୁ ସୁରକ୍ଷା ଅଧିକାରୀ ଶାନ୍ତିଲତା ପଟ୍ଟନାୟକ,ଦିଗପହଣ୍ଡି ସିଡିପିଓ ପୁଷ୍ପାଞ୍ଜଳି ଶତପଥୀ, ଅଙ୍ଗନଓ୍ବାଡ଼ି ପରିଦର୍ଶିକା ଶାନ୍ତିଲତା ଶତପଥୀ ଏବଂ ଗ୍ରାମର ଅଙ୍ଗନଓ୍ବାଡ଼ି କର୍ମୀ ବୁଧବାର ଗ୍ରାମରେ ପହଞ୍ଚି ଘଟଣା ସମ୍ପର୍କରେ ସବିଶେଷ ତଦନ୍ତ କରିବା ସହ ନାବାଳିକାଙ୍କ ପରିବାର ଏବଂ ବରପକ୍ଷ ଲୋକଙ୍କୁ ଭେଟି ଆଲୋଚନା କରିବା ପରେ ବିବାହ କାର୍ଯ୍ୟ ବାତିଲ କରିବା ପାଇଁ ସେମାନେ ଲିଖିତ ଭାବେ ଜଣାଇଥିବା ସିଡିପିଓ କହିଛନ୍ତି। ନାବାଳିକାଙ୍କ ମାଟ୍ରିକ ସାର୍ଟିଫିକେଟ୍‌ ଅନୁଯାୟୀ ୨୦୦୯ ନଭେମ୍ବର ୨୫ ତାରିଖରେ ଜନ୍ମଗ୍ରହଣ କରିଛନ୍ତି। ତାଙ୍କୁ ୧୫ ବର୍ଷ ୫ ମାସ ବୟସ ହୋଇଛି। ପରିବାର ଲୋକେ ତାଙ୍କ ବିବାହ ପାଇଁ ସମସ୍ତ ପ୍ରସ୍ତୁତି ସାରିଥିବା ବେଳେ ଏନେଇ ଖବର ପ୍ରଘଟ ହୋଇଥିଲା। ପ୍ରଶାସନିକ ଅଧିକାରୀ ବୃନ୍ଦ ଗ୍ରାମରେ ପହଞ୍ଚି ବୈଠକ କରିବା ସହ ପରିବାର ଲୋକେ ନାବାଳିକାଙ୍କୁ ଉଚ୍ଚତର ଅଧ୍ୟୟନ ପାଇଁ ପରାମର୍ଶ ଦେବା ସହ ୧୮ ବର୍ଷ ପରେ ତାଙ୍କ ବିବାହ କରିବାକୁ କହିଛନ୍ତି। ଏହାକୁ ଅବମାନନା କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ପାଇଁ ପରିବାର ଲୋକେ ଲିଖିତ ଭାବେ ଏକ ସ୍ବୀକାରୋକ୍ତି ପ୍ରଶାସନିକ ଅଧିକାରୀଙ୍କୁ ପ୍ରଦାନ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ନୂଆବର୍ଷରେ ମିଥୁନ ରାଶିରେ ଧନ ବର୍ଷା, ଶତ୍ରୁ ବନେଇବେ ସିଂହ ରାଶି; ୨୦୨୬ରେ ଧନୀ ହୋଇଯିବେ ଏହି ୫ରାଶି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ନୂଆବର୍ଷ ୨୦୨୬ ଆରମ୍ଭରେ ଅନେକ ବଡ ଗ୍ରହ ଗୋଚର କରିବାକୁ ଯାଉଛନ୍ତି । ଏହାସହ, ଗୋଚର କରୁଥିବା ଏହି ଗ୍ରହମାନଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri