ପୁଣି ବର୍ଷା ହେଲେ ଶୀତ ପ୍ରକୋପ ବଢ଼ିବ

ଭୁବନେଶ୍ୱର,୨୯।୧(ଅନୁରାଧା ମହାରଣା): ଏବେ ଦିନରେ ଖରା ଓ ରାତିରେ ଥଣ୍ଡା ଅନୁଭୂତ ହେଉଛି। ଶୀତ ଲହରି ଜାରି ରହିଥିବାବେଳେ ରାଜ୍ୟର ଅଧିକାଂଶ ସ୍ଥାନରେ କୁହୁଡିର ଆସ୍ତରଣ ଦେଖିବାକୁ ମିଳୁଛି। ତେବେ ଆଗକୁ ବର୍ଷା ସମ୍ଭାବନା ରହିଥିବାରୁ ଶୀତ ପ୍ରକୋପ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରୁଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁରରେ ସର୍ବାଧିକ ୩୨ ଡିଗ୍ରୀ ସେଲସିୟସ୍‌ ତାପମାତ୍ରା ରହିଥିବାବେଳେ ଦାରିଙ୍ଗିବାଡ଼ିରେ ସର୍ବନିମ୍ନ ୮.୫ ଡିଗ୍ରୀ ରେକର୍ଡ କରାଯାଇଛି। ସୋମବାର ପାଗ ଶୁଖିଲା ରହିବ। ଆଭ୍ୟନ୍ତରୀଣ ଓଡ଼ିଶା ସମେତ ରାଜ୍ୟର ଅନ୍ୟାନ୍ୟ ଜିଲାର ଗୋଟିଏ ଦୁଇଟି ସ୍ଥାନରେ କୁହୁଡି ହେବ। ତେବେ ଘନ କୁହୁଡ଼ି ନେଇ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର ଓ କୋରାପୁଟ ଆଦି ଜିଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୩୦ ଓ ୩୧ ତାରିଖ ବେଳକୁ ଉତ୍ତର ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଦେଖିବାକୁ ମିଳିବ। କିନ୍ତୁ ଫେବୃଆରୀ ପହିଲାବେଳକୁ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଆଦି ଜିଲାରେ ହାଲୁକା ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୨ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲାରେ ହାଲୁକା ବର୍ଷା ହେବାକୁ ଥିବାବେଳେ ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ ପାଗ ଶୁଖିଲା ରହିବ। ୩ ତାରିଖରେ ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲାରେ ବର୍ଷା ହେବାକୁ ଥିବାବେଳେ ୪ ତାରିଖରେ ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ଆଦି ଜିଲାରେ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଉନସୁଗାର ଜବତ: ମହିଳାଙ୍କ ସମେତ ୪ ଜଣଙ୍କୁ ବାନ୍ଧିଲା ପୋଲିସ

ବଞ୍ଚୋ/ହାଟଡିହୀ/ଛେନାପଦୀ,୨୭ା୬(ପ୍ରଦୋଷ ବିଶ୍ୱାଳ/ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଏବଂ ଆନନ୍ଦପୁର ଏସ୍‌ଡିପିଓ ଚଢ଼ାଉ କରି ୧୨ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଏଥିରେ…

ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ : ପୋଲିସର ତଦନ୍ତ ଜାରି

ଛତ୍ରପୁର,୨୭।୬ ଦିଲ୍ଲୀପ ସାମଲ : ଚମାଖଣ୍ଡି ଥାନା ଅଧୀନ କାଳିଆବାଲି ଛକ ନିକଟସ୍ଥ ରାସ୍ତାରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ…

କାର୍‌କୁ ଧକ୍କା ଦେଇ ଓଲଟିଲା ଟାୟାର ବୋଝେଇ ଟ୍ରକ୍‌, ଡ୍ରାଇଭରଙ୍କ ସମେତ…

ମୋହନା,୨୭ା୬(ମନ୍ମଥ ମିଶ୍ର): କାର୍‌କୁ ଧକ୍କା ଦେଇ ଓଲଟି ପଡ଼ିଛି ଟାୟାର ବୋଝେଇ ଟ୍ରକ୍‌। ଡ୍ରାଇଭରଙ୍କ ସମେତ ୫ ଆହତ ହୋଇଛନ୍ତି। ଗଜପତି ଜିଲା ଅଡ଼ବା ଥାନା ନାଳାଘାଟ…

ବିରାଟ କୋହଲି ହଠାତ ଟେଷ୍ଟ କ୍ରିକେଟରୁ କାହିଁକି ନେଇଥିଲେ ସନ୍ନ୍ୟାସ? ହେଲା ବଡ଼ ଖୁଲାସା…

ନୂଆଦିଲ୍ଲୀ,୨୭।୬: ଭାରତୀୟ କ୍ରିକେଟର ‘ରନ ମେଶିନ’ ବିରାଟ କୋହଲି ଟେଷ୍ଟ କ୍ରିକେଟରୁ ଅବସର ନେବାକୁ ପ୍ରାୟ ବର୍ଷେରୁ ଅଧିକ ସମୟ ବିତିଗଲାଣି। ହେଲେ ଆଜି ବି ପ୍ରଶଂସକଙ୍କ…

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ, ଯୁବତୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ

ରାଉରକେଲା,୨୭।୬: ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ ସନ୍ତୋଷପୁର ପଞ୍ଚାୟତ ଜାରାଟୋଲା ଗାଁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଯୁବତୀ ଜଣକ ଘରେ ଶୋଇଥିଲା ବେଳେ କେତେଜଣ…

ହର୍ମୁଜ ଦେଇ ଯାଉଥିବା ଜାହାଜଗୁଡ଼ିକୁ ଦେବାକୁ ପଡ଼ିବ ଟ୍ୟାକ୍ସ! ଇରାନ-ଆମେରିକା କଥାବାର୍ତ୍ତା ମଧ୍ୟରେ ଓମାନ କହିଲା…

ମସ୍କାଟ,୨୭ା୬: ଇରାନ-ଆମେରିକା କଥାବାର୍ତ୍ତା ମଧ୍ୟରେ ଓମାନ ହର୍ମୁଜ ପ୍ରଣାଳୀ ଆଉ ପୂର୍ବ ପରି ଚାଲିପାରିବ ନାହିଁ। ରଣନୈତିକ ସମୁଦ୍ର ପଥରେ ପରିବହନ କରୁଥିବା ଜାହାଜଗୁଡ଼ିକୁ ଭବିଷ୍ୟତରେ କୌଣସି…

ଆସିଲେ ନାହିଁ ଭାଜପା ଅତିଥି, ଏନ୍‌ଏସି ଅଧ୍ୟକ୍ଷ କଲେ ଗୋଷ୍ଠୀକେନ୍ଦ୍ର ଉଦ୍‌ଘାଟନ, ପୂରା ଘଟଣା ଜାଣିଲେ…

କେସିଙ୍ଗା,୨୭ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ବଗାଡ଼ ଓ୍ବାର୍ଡ ନଂ ୨ରେ ନବନିର୍ମିତ ଗୋଷ୍ଠୀ କେନ୍ଦ୍ରକୁ ନଗରପାଳ ନୃପରାଜ ଯାଦବଙ୍କ କରକମଳରେ ଶନିବାର ଉଦ୍‌ଘାଟିତ ହୋଇଛି।…

ଦେଶରେ ହାଇ ଆଲର୍ଟ: ମାଡ଼ିଆସୁଛି ୨ଟି ଭୟଙ୍କର ବାତ୍ୟା; ୩ ଦେଶକୁ କରିବ ଛାରଖାର!

ନୂଆଦିଲ୍ଲୀ,୨୭।୬: ପ୍ରଶାନ୍ତ ମହାସାଗରର ଉତ୍ତର-ପଶ୍ଚିମ ଭାଗରେ ସୃଷ୍ଟି ହୋଇଥିବା ଶକ୍ତିଶାଳୀ କ୍ରାନ୍ତୀୟ ବାତ୍ୟା (ଟାଇଫୁନ୍) ‘ମେଖଲା’ ଜାପାନ ଏବଂ ଏହାର ଆଖପାଖ ଦ୍ୱୀପପୁଞ୍ଜ ଆଡ଼କୁ ମାଡ଼ି ଚାଲିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri